< Salmenes 124 >

1 En sang ved festreisene; av David. Hadde ikke Herren vært med oss - så sie Israel -
ଆରୋହଣ ଗୀତ; ଦାଉଦଙ୍କ ରଚିତ। ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ, ଇସ୍ରାଏଲ ଏବେ କହୁନ୍ତୁ;
2 hadde ikke Herren vært med oss da menneskene stod op imot oss,
ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;
3 da hadde de slukt oss levende, da deres vrede var optendt imot oss,
ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ;
4 da hadde vannene overskyllet oss, en strøm var gått over vår sjel,
ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା
5 da var de gått over vår sjel de stolte vann.
ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା।
6 Lovet være Herren, som ikke gav oss til rov for deres tenner!
ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି।
7 Vår sjel er undsloppet som en fugl av fuglefangernes snare; snaren er sønderrevet, og vi er undsloppet.
ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ।
8 Vår hjelp er i Herrens navn, han som gjorde himmel og jord.
ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।

< Salmenes 124 >