< Salmenes 148 >

1 Halleluja! Lov Herren fra himmelen, lov ham i det høie!
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର।
2 Lov ham, alle hans engler, lov ham, all hans hær!
ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
3 Lov ham, sol og måne, lov ham, alle I lysende stjerner!
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
4 Lov ham, I himlenes himler og I vann som er ovenover himlene!
ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
5 De skal love Herrens navn; for han bød, og de blev skapt,
ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।
6 og han satte dem på deres sted for all tid, for evig; han gav en lov som ingen av dem overskrider.
ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।
7 Lov Herren fra jorden, I store sjødyr og alle vanndyp,
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
8 ild og hagl, sne og damp, stormvind, som setter hans ord i verk,
ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;
9 I fjell og alle hauger, frukttrær og alle sedrer,
ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;
10 I ville dyr og alt fe, krypdyr og vingede fugler,
ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;
11 I jordens konger og alle folk, fyrster og alle jordens dommere,
ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।
12 unge menn og jomfruer, gamle sammen med unge!
ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ;
13 De skal love Herrens navn; for hans navn alene er ophøiet, hans herlighet er over jorden og himmelen,
ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।
14 og han har ophøiet et horn for sitt folk til en lovsang for alle sine fromme, for Israels barn, det folk som er ham nær. Halleluja!
ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

< Salmenes 148 >