< ପ୍ରଥମ ବଂଶାବଳୀ 16 >

1 ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
人々は神の箱をかき入れて、ダビデがそのために張った幕屋のうちに置き、そして燔祭と酬恩祭を神の前にささげた。
2 ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
ダビデは燔祭と酬恩祭をささげ終えたとき、主の名をもって民を祝福し、
3 ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।
イスラエルの人々に男にも女にもおのおのパン一つ、肉一切れ、干ぶどう一かたまりを分け与えた。
4 ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।
ダビデはまたレビびとのうちから主の箱の前に仕える者を立てて、イスラエルの神、主をあがめ、感謝し、ほめたたえさせた。
5 ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍‍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍‍, ବନାୟ, ଓବେଦ୍‍-ଇଦୋମ ଓ ଯିୟୀୟେଲ୍‍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;
楽長はアサフ、その次はゼカリヤ、エイエル、セミラモテ、エヒエル、マッタテヤ、エリアブ、ベナヤ、オベデ・エドム、エイエルで、彼らは立琴と琴を弾じ、アサフはシンバルを打ち鳴らし、
6 ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।
祭司ベナヤとヤハジエルは神の契約の箱の前でつねにラッパを吹いた。
7 ଆଉ ସେହି ଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।
その日ダビデは初めてアサフと彼の兄弟たちを立てて、主に感謝をささげさせた。
8 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
主に感謝し、そのみ名を呼び、そのみわざをもろもろの民の中に知らせよ。
9 ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର।
主にむかって歌え、主をほめ歌え。そのもろもろのくすしきみわざを語れ。
10 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
その聖なるみ名を誇れ。どうか主を求める者の心が喜ぶように。
11 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
主とそのみ力とを求めよ。つねにそのみ顔をたずねよ。
12 ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ,
13 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
そのしもべアブラハムのすえよ、その選ばれたヤコブの子らよ。主のなされたくすしきみわざと、その奇跡と、そのみ口のさばきとを心にとめよ。
14 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି।
彼はわれわれの神、主にいます。そのさばきは全地にある。
15 ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି;
主はとこしえにその契約をみこころにとめられる。これはよろずよに命じられたみ言葉であって、
16 ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍‌ହାକଙ୍କ ପ୍ରତି କରିଥିଲେ;
アブラハムと結ばれた契約、イサクに誓われた約束である。
17 ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ।
主はこれを堅く立ててヤコブのために定めとし、イスラエルのためにとこしえの契約として、
18 ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;”
言われた、「あなたにカナンの地を与えて、あなたがたの受ける嗣業の分け前とする」と。
19 ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;
その時、彼らの数は少なくて、数えるに足らず、かの国で旅びととなり、
20 ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।
国から国へ行き、この国からほかの民へ行った。
21 ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;
主は人の彼らをしえたげるのをゆるされず、彼らのために王たちを懲しめて、
22 କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍‍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର।”
言われた、「わが油そそがれた者たちにさわってはならない。わが預言者たちに害を加えてはならない」と。
23 ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।
全地よ、主に向かって歌え。日ごとにその救を宣べ伝えよ。
24 ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।
もろもろの国の中にその栄光をあらわし、もろもろの民の中にくすしきみわざをあらわせ。
25 କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।
主は大いなるかたにいまして、いとほめたたうべき者、もろもろの神にまさって、恐るべき者だからである。
26 କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
もろもろの民のすべての神はむなしい。しかし主は天を造られた。
27 ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ, ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ।
誉と威厳とはそのみ前にあり、力と喜びとはその聖所にある。
28 ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
もろもろの民のやからよ、主に帰せよ、栄光と力とを主に帰せよ。
29 ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର।
そのみ名にふさわしい栄光を主に帰せよ。供え物を携えて主のみ前にきたれ。聖なる装いをして主を拝め。
30 ସମୁଦାୟ ପୃଥିବୀ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।
全地よ、そのみ前におののけ。世界は堅く立って、動かされることはない。
31 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, “ସଦାପ୍ରଭୁ ରାଜ୍ୟ କରନ୍ତି।”
天は喜び、地はたのしみ、もろもろの国民の中に言え、「主は王であられる」と。
32 ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ;
海とその中に満つるものとは鳴りどよめき、田畑とその中のすべての物は喜べ。
33 ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି।
そのとき林のもろもろの木も主のみ前に喜び歌う。主は地をさばくためにこられるからである。
34 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
主に感謝せよ、主は恵みふかく、そのいつくしみはとこしえに絶えることがない。
35 ଆଉ, ତୁମ୍ଭେମାନେ କୁହ, “ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”
また言え、「われわれの救の神よ、われわれを救い、もろもろの国民の中からわれわれを集めてお救いください。そうすればあなたの聖なるみ名に感謝し、あなたの誉を誇るでしょう。
36 ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।
イスラエルの神、主は、とこしえからとこしえまでほむべきかな」と。その時すべての民は「アァメン」と言って主をほめたたえた。
37 ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ
ダビデはアサフとその兄弟たちを主の契約の箱の前にとめおいて、常に箱の前に仕え、日々のわざを行わせた。
38 ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍‍‍ର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ
オベデ・エドムとその兄弟たちは合わせて六十八人である。またエドトンの子オベデ・エドムおよびホサは門守であった。
39 ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ
祭司ザドクとその兄弟である祭司たちはギベオンにある高き所で主の幕屋の前に仕え、
40 ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;
主がイスラエルに命じられた律法にしるされたすべてのことにしたがって燔祭の壇の上に朝夕たえず燔祭を主にささげた。
41 ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍‍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।
また彼らとともにヘマン、エドトンおよびほかの選ばれて名をしるされた者どもがいて、主のいつくしみの世々限りなきことについて主に感謝した。
42 ଆଉ, ହେମନ, ଯିଦୂଥୂନ୍‍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍‍‍ର ପୁତ୍ରମାନେ ଦ୍ୱାରପାଳ ହେଲେ।
すなわちヘマンおよびエドトンは彼らとともにいて、ラッパ、シンバルおよびその他の聖歌のための楽器をとって音楽を奏し、エドトンの子らは門を守った。
43 ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ।
こうして民は皆おのおの家に帰り、ダビデはその家族を祝福するために帰って行った。

< ପ୍ରଥମ ବଂଶାବଳୀ 16 >