< ପ୍ରଥମ ଶାମୁୟେଲ 7 >

1 ଏଥିଉତ୍ତାରେ କିରୀୟଥ୍‍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ।
Przyszli więc ludzie z Kiriat-Jearim, zabrali arkę PANA i wnieśli ją do domu Abinadaba na wzgórzu. Eleazara zaś, jego syna, poświęcili, aby strzegł arki PANA.
2 ସିନ୍ଦୁକ କିରୀୟଥ୍‍-ଯିୟାରୀମ୍‍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍‍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍‍ ବିଳାପ କଲେ।
A od dnia przybycia arki do Kiriat-Jearim upłynęło dużo czasu, to jest dwadzieścia lat, a cały dom Izraela płakał za PANEM.
3 ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍‍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
I Samuel powiedział do całego domu Izraela: Jeśli z całego swego serca nawrócicie się do PANA, wyrzućcie spośród siebie obcych bogów oraz Asztarty i przygotujcie swoje serce PANU, i służcie tylko jemu. Wtedy wybawi was z ręki Filistynów.
4 ତେବେ ଇସ୍ରାଏଲ-ସନ୍ତାନଗଣ ବାଲ୍‍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍‍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ।
Synowie Izraela usunęli więc Baalów i Asztarty i służyli tylko PANU.
5 ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପାରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି।”
Wtedy Samuel powiedział: Zgromadźcie całego Izraela w Mispie, a ja będę modlił się za wami do PANA.
6 ତହୁଁ ସେମାନେ ମିସ୍ପାରେ ଏକତ୍ରିତ ହୋଇ ଜଳ କାଢ଼ିଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଢାଳି ସେହି ଦିନ ଉପବାସ କରି ସେହିଠାରେ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ।” ଏଉତ୍ତାରେ ଶାମୁୟେଲ ମିସ୍ପାରେ ଇସ୍ରାଏଲ-ସନ୍ତାନଗଣର ବିଚାର କଲେ।
Zgromadzili się więc w Mispie i czerpali wodę, którą wylewali przed PANEM. Pościli tam tego dnia i mówili: Zgrzeszyliśmy przeciw PANU. A Samuel sądził synów Izraela w Mispie.
7 ଏଥିମଧ୍ୟରେ ଇସ୍ରାଏଲ-ସନ୍ତାନଗଣ ମିସ୍ପାରେ ଏକତ୍ରିତ ହୋଇଅଛନ୍ତି, ପଲେଷ୍ଟୀୟମାନେ ଏହି କଥା ଶୁଣନ୍ତେ, ପଲେଷ୍ଟୀୟମାନଙ୍କ ଅଧିପତିଗଣ ଇସ୍ରାଏଲ ବିରୁଦ୍ଧରେ ଉଠି ଆସିଲେ। ତହିଁରେ ଇସ୍ରାଏଲ-ସନ୍ତାନଗଣ ତାହା ଶୁଣି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଭୀତ ହେଲେ।
A [gdy] Filistyni usłyszeli, że synowie Izraela zgromadzili się w Mispie, wyruszyli książęta filistyńscy przeciw Izraelowi. Kiedy usłyszeli o tym synowie Izraela, zlękli się Filistynów.
8 ପୁଣି, ଇସ୍ରାଏଲ-ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ।”
I synowie Izraela powiedzieli do Samuela: Nie przestawaj wołać za nami do PANA, naszego Boga, aby nas wybawił z ręki Filistynów.
9 ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ।
Samuel wziął więc jedno jagnię ssące i złożył je PANU w ofierze całopalnej. I Samuel wołał do PANA za Izraelem, a PAN go wysłuchał.
10 ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘ ଗର୍ଜ୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ।
A kiedy Samuel składał całopalenie, Filistyni nadciągnęli, aby walczyć z Izraelem. Lecz w tym dniu PAN zagrzmiał wielkim grzmotem nad Filistynami i rozproszył ich tak, że zostali pobici przed Izraelem.
11 ତହୁଁ ଇସ୍ରାଏଲ ଲୋକମାନେ ମିସ୍ପାରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବେଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
A Izraelici wyruszyli z Mispy, gonili Filistynów i bili ich aż pod Bet-Kar.
12 ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍‍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।”
Wtedy Samuel wziął kamień, ustawił go między Mispą a Szen i nazwał go Ebenezer, mówiąc: Aż dotąd pomagał nam PAN.
13 ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା।
Tak zostali upokorzeni Filistyni i już nie przekraczali granic Izraela, a ręka PANA była przeciwko Filistynom po wszystkie dni Samuela.
14 ଆଉ ପଲେଷ୍ଟୀୟମାନେ ଇସ୍ରାଏଲଠାରୁ ଯେସମସ୍ତ ନଗର ହରଣ କରିଥିଲେ, ଇକ୍ରୋଣଠାରୁ ଗାଥ୍‍ ପର୍ଯ୍ୟନ୍ତ ସେସମସ୍ତ ଇସ୍ରାଏଲକୁ ଫେରାଇ ଦିଆଗଲା; ପୁଣି, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ହସ୍ତରୁ ତହିଁର ସୀମା ଉଦ୍ଧାର କଲେ। ଏଉତ୍ତାରେ ଇସ୍ରାଏଲ ଓ ଇମୋରୀୟମାନଙ୍କ ମଧ୍ୟରେ ସନ୍ଧି ହେଲା।
Izraelowi zostały przywrócone miasta, które Filistyni zabrali Izraelowi, od Ekronu aż do Gat, a ich granice wyzwolił Izrael z ręki Filistynów. I pokój panował między Izraelem a Amorytami.
15 ଶାମୁୟେଲ ଆପଣାର ଯାବଜ୍ଜୀବନ ଇସ୍ରାଏଲର ବିଚାର କଲେ।
A Samuel sądził Izraela po wszystkie dni swego życia.
16 ସେ ପ୍ରତି ବର୍ଷ ବେଥେଲ୍‍ ଓ ଗିଲ୍‍ଗଲ୍‍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।
Co roku chodził też i obchodził Betel, Gilgal i Mispę i sądził Izraela we wszystkich tych miejscach.
17 ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ।
Potem wracał do Rama, ponieważ tam był jego dom. Tam sądził Izraela i tam też zbudował ołtarz PANU.

< ପ୍ରଥମ ଶାମୁୟେଲ 7 >