< ଦ୍ବିତୀୟ ବଂଶାବଳୀ 18 >

1 ଏହିରୂପେ ଯିହୋଶାଫଟ୍‍ ଅତିଶୟ ଧନବାନ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।
I Jehoszafat miał wiele bogactwa i wielką sławę, i spokrewnił się z Achabem.
2 ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।
Po [kilku] latach przybył do Achaba do Samarii. I Achab zabił dla niego i dla ludu, który z nim [był], wiele owiec i wołów i namówił go, aby wyruszył do Ramot-Gilead.
3 ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”
Achab, król Izraela, zapytał Jehoszafata, króla Judy: Czy wyruszysz ze mną do Ramot-Gilead? A on mu odpowiedział: Ja tak, jak i ty; mój lud, jak i twój lud, [będziemy] z tobą na wojnie.
4 ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
Jehoszafat powiedział jeszcze do króla Izraela: Zapytaj dziś, proszę, o słowo PANA.
5 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; “ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”
Zebrał więc król Izraela czterystu proroków i zapytał ich: Czy mamy wyruszyć na wojnę do Ramot-Gilead, czy mam [tego] zaniechać? A oni odpowiedzieli: Wyrusz, bo Bóg wyda [je] w ręce króla.
6 ମାତ୍ର ଯିହୋଶାଫଟ୍‍ କହିଲେ, “ଏମାନଙ୍କ ଛଡ଼ା ଆମ୍ଭେମାନେ ଯାହାକୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍‍ବକ୍ତା କେହି କି ଏଠାରେ ନାହିଁ?”
Ale Jehoszafat zapytał: Czy nie ma tu jeszcze [jakiegoś] proroka PANA, abyśmy mogli go zapytać?
7 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ; ସେ ଇମ୍ଲର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”
Król Izraela odpowiedział Jehoszafatowi: [Jest] jeszcze jeden człowiek, przez którego moglibyśmy radzić się PANA, ale ja go nienawidzę, bo nie prorokuje mi nic dobrego, tylko zawsze to, co złe. Jest to Micheasz, syn Jimli. Jehoszafat powiedział: Niech król tak nie mówi.
8 ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
Wtedy król Izraela zawołał pewnego dworzanina i polecił [mu]: Przyprowadź tu szybko Micheasza, syna Jimli.
9 ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍‍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ,
Tymczasem król Izraela i Jehoszafat, król Judy, siedzieli na swoich tronach ubrani w [królewskie] szaty na placu przed wejściem do Samarii, u jej bramy, a przed nimi prorokowali wszyscy prorocy.
10 ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
A Sedekiasz, syn Kenaany, sporządził sobie rogi żelazne i powiedział: Tak mówi PAN: Nimi będziesz bódł Syryjczyków, aż ich wytępisz.
11 ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୂପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”
Tak samo prorokowali wszyscy prorocy, mówiąc: Wyrusz do Ramot-Gilead, a poszczęści ci się. PAN bowiem wyda je w ręce króla.
12 ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।”
Wtedy posłaniec, który poszedł, aby przywołać Micheasza, powiedział do niego: Oto słowa proroków jednomyślnie wypowiadają królowi to, co dobre. Niech twoje słowo, proszę, będzie jak słowo jednego z nich i mów [to, co] dobre.
13 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”
Micheasz odpowiedział: Jak żyje PAN, będę mówił to, co Bóg mi rozkaże.
14 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”
A gdy przyszedł do króla, król powiedział do niego: Micheaszu, czy mamy wyruszyć na wojnę przeciw Ramot-Gilead, czy tego zaniechać? Odpowiedział: Wyruszcie, a poszczęści się wam, i będą oddani w wasze ręce.
15 ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”
I król powiedział do niego: Ile razy mam cię zaprzysięgać, abyś mi nie mówił nic innego, [jak tylko] prawdę w imieniu PANA?
16 ତହିଁରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ୱାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
Powiedział więc: Widziałem całego Izraela rozproszonego po górach jak owce niemające pasterza. A PAN powiedział: Oni nie mają pana. Niech każdy wraca do swego domu w pokoju.
17 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଏ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହି ନାହିଁ?”
Wtedy król Izraela powiedział do Jehoszafata: Czyż nie mówiłem ci, że nie będzie mi prorokować nic dobrego, tylko to, co złe?
18 ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।
Tamten powiedział: Słuchaj więc słowa PANA: Widziałem PANA siedzącego na swoim tronie, a wszystkie zastępy niebieskie stojące po jego prawicy i lewicy.
19 ତହିଁରେ ସଦାପ୍ରଭୁ କହିଲେ, ‘ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ?’ ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ।
I PAN zapytał: Kto zwiedzie Achaba, króla Izraela, aby wyruszył do Ramot-Gilead i poległ [tam]? I jeden mówił tak, a drugi inaczej.
20 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସୁଲାଇବି।’ ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’
Wtedy wystąpił duch, stanął przed PANEM i powiedział: Ja go zwiodę. PAN zapytał go: Jak?
21 ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
Odpowiedział: Wyjdę i będę duchem kłamliwym w ustach wszystkich jego proroków. [PAN] powiedział: Zwiedziesz [go], na pewno ci się uda: Idź i uczyń tak.
22 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
Teraz więc oto PAN włożył ducha kłamliwego w usta tych twoich proroków, gdyż PAN zapowiedział ci nieszczęście.
23 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
Podbiegł wtedy Sedekiasz, syn Kenaany, i uderzył Micheasza w policzek, mówiąc: Którędy odszedł ode mnie Duch PANA, aby mówić z tobą?
24 ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।”
Micheasz odpowiedział: Oto ty sam zobaczysz tego dnia, kiedy wejdziesz do najskrytszej komnaty, aby się ukryć.
25 ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍‍ ଓ ରାଜପୁତ୍ର ଯୋୟାଶ୍‍ ନିକଟକୁ ନେଇଯାଅ;
Król Izraela powiedział: Weźcie Micheasza i zaprowadźcie go do Amona, namiestnika miasta, i do Joasza, syna królewskiego;
26 ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”
I powiecie: Tak mówi król: Wtrąćcie tego [człowieka do] więzienia i żywcie go chlebem utrapienia i wodą ucisku, aż wrócę w pokoju.
27 ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
Ale Micheasz odpowiedział: Jeśli rzeczywiście wrócisz w pokoju, [to] PAN nie mówił przeze mnie. I dodał: Słuchajcie wszyscy ludzie.
28 ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।
Tak więc król Izraela i Jehoszafat, król Judy, wyruszyli do Ramot-Gilead.
29 ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।
I król Izraela powiedział do Jehoszafata: Przebiorę się i pójdę na bitwę, ty zaś ubierz się w swoje szaty. Następnie król Izraela przebrał się i poszli na bitwę.
30 ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
A król Syrii rozkazał swoim dowódcom rydwanów: Nie walczcie ani z małym, ani z wielkim, tylko z samym królem Izraela.
31 ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍‍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରିଯିବା ପାଇଁ ପ୍ରବର୍ତ୍ତାଇଲେ।
A gdy dowódcy rydwanów zobaczyli Jehoszafata, powiedzieli: To jest król Izraela. I otoczyli go, aby [z nim] walczyć. Ale Jehoszafat zawołał i PAN go wspomógł. I Bóg odwrócił ich od niego.
32 ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ କ୍ଷାନ୍ତ ହେଲେ।
Kiedy dowódcy rydwanów zobaczyli bowiem, że nie był to król Izraela, odwrócili się od niego.
33 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
A [pewien] mężczyzna na ślepo naciągnął łuk i ugodził króla Izraela między spojenia pancerza. A ten powiedział [swojemu] woźnicy: Zawróć i wywieź mnie z pola bitwy, bo jestem ranny.
34 ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ।
I bitwa wzmogła się tego dnia, a król Izraela stał w rydwanie naprzeciw Syryjczykom aż do wieczora. I umarł, gdy zachodziło słońce.

< ଦ୍ବିତୀୟ ବଂଶାବଳୀ 18 >