< ଦ୍ବିତୀୟ ବଂଶାବଳୀ 35 >

1 ଏଥିଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାର ପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ।
Potem Jozjasz obchodził w Jerozolimie święto Paschy dla PANA. I zabito baranka paschalnego czternastego [dnia] pierwszego miesiąca.
2 ପୁଣି, ସେ ଯାଜକମାନଙ୍କୁ ସେମାନଙ୍କ ରକ୍ଷଣୀୟ ସ୍ଥାନରେ ନିଯୁକ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କରିବାକୁ ସେମାନଙ୍କୁ ସାହସ ଦେଲେ।
Ustanowił też kapłanów na swoich urzędach i zachęcił ich do służby w domu PANA.
3 ପୁଣି, ଯେଉଁ ଲେବୀୟମାନେ ସମଗ୍ର ଇସ୍ରାଏଲକୁ ଶିକ୍ଷା ଦେଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହୋଇଥିଲେ, ସେମାନଙ୍କୁ ସେ କହିଲେ, “ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କର ନିର୍ମିତ ଗୃହ ମଧ୍ୟରେ ପବିତ୍ର ସିନ୍ଦୁକ ରଖ; ତୁମ୍ଭମାନଙ୍କ ସ୍କନ୍ଧରେ ଆଉ ଭାର ରହିବ ନାହିଁ; ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ସେବା କର।
I powiedział Lewitom, którzy nauczali całego Izraela i byli poświęceni PANU: Ustawcie świętą arkę w domu, który zbudował syn Dawida Salomon, król Izraela. Nie będziecie już jej dźwigać na swoich ramionach. Teraz służcie PANU, swojemu Bogu, i jego ludowi Izraela;
4 ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର।
Przygotujcie się według waszych rodów i według waszych zmian, jak napisał Dawid, król Izraela, i jak napisał jego syn Salomon;
5 ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍‍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହେଉ।
I stójcie w świątyni według podziału na rody waszych braci, którzy są z ludu, i według podziału na rody Lewitów.
6 ପୁଣି, ନିସ୍ତାର ପର୍ବର ବଳି ବଧ କର ଓ ଆପଣାମାନଙ୍କୁ ପବିତ୍ର କର ଓ ମୋଶାଙ୍କ ହସ୍ତରେ (ଦତ୍ତ) ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ କର୍ମ କରିବା ନିମନ୍ତେ ଆପଣାମାନଙ୍କ ଭ୍ରାତୃଗଣ ପାଇଁ ପ୍ରସ୍ତୁତ ହୁଅ।”
Wtedy zabijcie baranka paschalnego, poświęćcie się i przygotujcie waszych braci, by wszystko czynić według słowa PANA [przekazanego] przez Mojżesza.
7 ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା।
Potem Jozjasz dał ludowi jagnięta i koźlęta z trzody, wszystkie na ofiary święta Paschy dla wszystkich obecnych w liczbie trzydziestu tysięcy, oraz trzy tysiące wołów. To [wszystko] pochodziło z dóbr króla.
8 ପୁଣି, ତାଙ୍କର ଅଧିପତିମାନେ ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍‍କୀୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ୱରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।
Jego książęta złożyli dobrowolne dary ludowi, kapłanom i Lewitom: Chilkiasz, Zachariasz, Jechiel, przełożeni domu Bożego, dali kapłanom na ofiary święta Paschy dwa tysiące sześćset [jagniąt] i trzysta wołów.
9 ମଧ୍ୟ କୋନାନୀୟ ଓ ଶମୟୀୟ ଓ ନଥନେଲ ନାମକ ତାହାର ଭାଇମାନେ, ଆଉ ହଶବୀୟ ଓ ଯିୟୀୟେଲ୍‍ ଓ ଯୋଷାବଦ୍‍, ଏହି ଲେବୀୟ ପ୍ରଧାନମାନେ ନିସ୍ତାର ପର୍ବର ବଳି ନିମନ୍ତେ ଲେବୀୟମାନଙ୍କୁ ପାଞ୍ଚ ସହସ୍ର ମେଷାଦିର ବତ୍ସ ଓ ପାଞ୍ଚ ଶହ ବୃଷ ଦେଲେ।
Ponadto Konaniasz i jego bracia Szemejasz i Netaneel oraz Chaszabiasz, Jejel i Jozabad, naczelnicy z Lewitów, dali [innym] Lewitom na ofiary święta Paschy pięć tysięcy [jagniąt] i pięćset wołów.
10 ଏହିରୂପେ କର୍ମର ଆୟୋଜନ ହୁଅନ୍ତେ, ରାଜାଜ୍ଞାନୁସାରେ ଯାଜକମାନେ ଆପଣା ଆପଣା ସ୍ଥାନରେ ଓ ଲେବୀୟମାନେ ଆପଣା ଆପଣା ପାଳି ଅନୁସାରେ ଠିଆ ହେଲେ।
Wszystko więc zostało przygotowane do służby, kapłani stanęli na swoich miejscach, a Lewici w swoich zmianach według rozkazu króla.
11 ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯାʼନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ।
I zabili baranki paschalne, kapłani kropili [ich] krwią, a Lewici obdzierali [je] ze skóry.
12 ଆଉ, ମୋଶାଙ୍କ ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ।
Następnie oddzielili [część] z nich na całopalenie, aby dać [je] ludowi według podziału na rody jako ofiarę dla PANA, tak jak jest napisane w księdze Mojżesza. Podobnie też [uczyniono] z wołami.
13 ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ଡିରେ ଓ ହଣ୍ଡାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ।
I piekli baranki paschalne na ogniu według zwyczaju, inne zaś [ofiary] święte gotowali w garnkach, kotłach i rondlach, po czym rozdawali szybko całemu ludowi.
14 ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ-ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ।
Potem też przygotowali [posiłek] dla siebie i kapłanów. Kapłani bowiem, synowie Aarona, byli [zajęci] składaniem całopaleń i tłuszczu aż do nocy. Lewici więc przygotowali [posiłek] dla siebie i dla kapłanów, synów Aarona.
15 ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନ୍‍‍ର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।
Śpiewacy, synowie Asafa, [stali] na swoich stanowiskach według rozkazu Dawida, Asafa, Hemana i Jedutuna, widzącego króla. Odźwierni też [stali] przy każdej bramie. Nie musieli opuszczać swojej służby, ponieważ ich bracia Lewici przygotowywali dla nich [posiłki].
16 ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା।
Tak więc cała służba została przygotowana w tym dniu, aby obchodzić święto Paschy i składać całopalenia na ołtarzu PANA według rozkazu króla Jozjasza.
17 ଏଣୁ ଉପସ୍ଥିତ ଇସ୍ରାଏଲ ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ।
Synowie Izraela, którzy tam się znajdowali, obchodzili w tym czasie święto Paschy, a Święto Przaśników przez siedem dni.
18 ପୁଣି, ଶାମୁୟେଲ ଭବିଷ୍ୟଦ୍‍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି।
Żadne święto Paschy podobne do tego nie było obchodzone w Izraelu od czasów proroka Samuela i żaden z królów Izraela nie obchodził tak święta Paschy, jak obchodzili [je] Jozjasz, kapłani, Lewici, cały lud Judy i Izraela, który się tam znajdował, oraz mieszkańcy Jerozolimy.
19 ଯୋଶୀୟଙ୍କର ରାଜତ୍ଵର ଅଠର ବର୍ଷରେ ଏହି ନିସ୍ତାର ପର୍ବ ପ୍ରତିପାଳିତ ହେଲା।
Paschę tę obchodzono w osiemnastym roku panowania Jozjasza.
20 ଏହିସବୁର ଉତ୍ତାରେ, ଅର୍ଥାତ୍‍, ଯୋଶୀୟ ମନ୍ଦିର ପ୍ରସ୍ତୁତ କରି ସାରିଲା ଉତ୍ତାରେ ମିସରର ରାଜା ନଖୋ ଫରାତ୍‍ ନଦୀ ନିକଟସ୍ଥ କର୍କମୀଶ୍‍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲା; ତହୁଁ ଯୋଶୀୟ ତାହା ବିରୁଦ୍ଧରେ ଗଲେ;
Po tym wszystkim, gdy Jozjasz naprawił dom [Boży], nadciągnął Necho, król Egiptu, aby walczyć przeciw Karkemisz nad [rzeką] Eufrat, a Jozjasz wyruszył mu naprzeciw.
21 ମାତ୍ର ସେ ତାଙ୍କ ନିକଟକୁ ଦୂତ ପଠାଇ କହିଲା, “ହେ ଯିହୁଦାର ରାଜନ୍‍, ତୁମ୍ଭ ସଙ୍ଗେ ମୋହର କʼଣ କରିବାର ଅଛି? ମୁଁ ଆଜି ତୁମ୍ଭ ବିରୁଦ୍ଧରେ ଆସି ନାହିଁ, ମାତ୍ର ଯେଉଁ ବଂଶ ସଙ୍ଗେ ମୋହର ଯୁଦ୍ଧ ଅଛି, ତାହା ବିରୁଦ୍ଧରେ ଆସିଅଛି; ଆଉ ପରମେଶ୍ୱର ଶୀଘ୍ର କରିବା ପାଇଁ ମୋତେ ଆଜ୍ଞା କରିଅଛନ୍ତି; ମୋହର ସହବର୍ତ୍ତୀ ପରମେଶ୍ୱର ଯେପରି ତୁମ୍ଭକୁ ବିନାଶ ନ କରନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କଠାରୁ ନିରସ୍ତ ହୁଅ;”
Ale on posłał do niego swoich posłańców ze słowami: Co ja mam z tobą, królu Judy? Nie przeciw tobie [ciągnę] dzisiaj, lecz przeciwko domowi, który ze mną walczy. I Bóg nakazał mi, abym się pospieszył. Przestań walczyć z Bogiem, który [jest] ze mną, aby cię nie zniszczył.
22 ତଥାପି ଯୋଶୀୟ ତାହାଠାରୁ ବିମୁଖ ହେବାକୁ ସମ୍ମତ ନୋହିଲେ, ମାତ୍ର ତାହା ସଙ୍ଗେ ଯୁଦ୍ଧ କରିବା ପାଇଁ ଛଦ୍ମବେଶ ଧାରଣ କଲେ, ଆଉ ପରମେଶ୍ୱରଙ୍କ ମୁଖନିର୍ଗତ ନଖୋର ବାକ୍ୟରେ ମନୋଯୋଗ ନ କରି ମଗିଦ୍ଦୋ ଉପତ୍ୟକାରେ ଯୁଦ୍ଧ କରିବା ପାଇଁ ଉପସ୍ଥିତ ହେଲେ।
Ale Jozjasz nie odwrócił się od niego, lecz zmienił swoje szaty, aby z nim walczyć, i nie posłuchał słów Necho, [które pochodziły] z ust Boga. Tak więc wyruszył, aby walczyć na równinie Megiddo.
23 ଏଥିଉତ୍ତାରେ ଧନୁର୍ଦ୍ଧରମାନେ ଯୋଶୀୟ ରାଜାଙ୍କୁ ତୀର ମାରିଲେ; ତହିଁରେ ରାଜା ଆପଣା ଦାସମାନଙ୍କୁ କହିଲେ, “ମୋତେ ନେଇଯାଅ, ମୁଁ ଅତ୍ୟନ୍ତ ଆହତ ହୋଇଅଛି।”
A łucznicy ugodzili króla Jozjasza i wtedy król powiedział do swoich sług: Wyprowadźcie mnie, bo jestem ciężko ranny.
24 ତହୁଁ ତାଙ୍କର ଦାସମାନେ ସେହି ରଥରୁ ତାଙ୍କୁ ନେଇ ତାଙ୍କର ଦ୍ୱିତୀୟ ରଥରେ ଚଢ଼ାଇ ଯିରୂଶାଲମକୁ ଆଣିଲେ; ଆଉ ସେ ମଲେ ଓ ଆପଣା ପିତୃଲୋକଙ୍କର କବରରେ କବର ପାଇଲେ। ଏଥିରେ ଯୋଶୀୟଙ୍କ ଲାଗି ସମଗ୍ର ଯିହୁଦା ଓ ଯିରୂଶାଲମ ଶୋକ କଲେ।
Jego słudzy więc wyciągnęli go z rydwanu i wsadzili na inny rydwan, który należał do niego: zawieźli go do Jerozolimy i tam umarł. Potem pogrzebali go w grobach jego ojców, a cały lud Judy i Jerozolimy opłakiwał Jozjasza.
25 ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି।
Jeremiasz też lamentował nad Jozjaszem, a wszyscy śpiewacy i śpiewaczki wspominają Jozjasza w swoich lamentacjach aż do dziś, i uczynili z tego zwyczaj w Izraelu. Oto są zapisane w lamentacjach.
26 ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁଯାୟୀ ତାଙ୍କର ସୁକର୍ମ
A pozostałe dzieje Jozjasza, jego życzliwość według tego, co jest napisane w Prawie PANA;
27 ଓ ତାଙ୍କର ଆଦ୍ୟନ୍ତ କ୍ରିୟାସକଳ, ଦେଖ, ଇସ୍ରାଏଲ ଓ ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲିଖିତ ଅଛି।
I jego czyny pierwsze i ostatnie są zapisane w księdze królów Izraela i Judy.

< ଦ୍ବିତୀୟ ବଂଶାବଳୀ 35 >