< ଉପଦେଶକ 12 >

1 ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏହିସବୁରେ ମୋହର କିଛି ସୁଖ ନାହିଁ, ସେହି ସବୁ ବର୍ଷ ସନ୍ନିକଟ ହେଉଅଛି।
And remember thy Creator in the days of thy youth, before the evil days come, and the years draw nigh, of which thou shalt say, I have no pleasure in them;
2 ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;
before the sun, and the light, and the moon, and the stars, be darkened, and the clouds return after the rain;
3 ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;
in the day when the keepers of the house tremble, and the strong men bow themselves, and the grinders cease because they are few, and those that look out of the windows are darkened,
4 ଓ ପଥ ଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;
and the doors are shut toward the street; when the sound of the grinding is subdued, and they rise up at the voice of the bird, and all the daughters of song are brought low;
5 ଆହୁରି, ସେମାନେ ଉଚ୍ଚସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
they are also afraid of what is high, and terrors are in the way, and the almond is despised, and the grasshopper is a burden, and the caper-berry is without effect; (for man goeth to his age-long home, and the mourners go about the streets; )
6 ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;
— before the silver cord be loosed, or the golden bowl be broken, or the pitcher be shattered at the fountain, or the wheel be broken at the cistern;
7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।
and the dust return to the earth as it was, and the spirit return unto God who gave it.
8 ଉପଦେଶକ କହନ୍ତି, ଅସାରର ଅସାର, ସବୁ ହିଁ ଅସାର।
Vanity of vanities, saith the Preacher: all is vanity.
9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।
And moreover, because the Preacher was wise, he still taught the people knowledge; and he pondered, and sought out, [and] set in order many proverbs.
10 ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।
The Preacher sought to find out acceptable words; and that which was written is upright, words of truth.
11 ଜ୍ଞାନବାନ‍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।
The words of the wise are as goads, and the collections [of them] as nails fastened in: they are given from one shepherd.
12 ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ।
And besides, my son, be warned by them: of making many books there is no end, and much study is a weariness of the flesh.
13 ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।
Let us hear the end of the whole matter: Fear God, and keep his commandments; for this is the whole of man.
14 ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।
For God shall bring every work into judgment, with every secret thing, whether it be good or whether it be evil.

< ଉପଦେଶକ 12 >