< ଉପଦେଶକ 1 >

1 ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା।
The words of the preacher, the son of David, king of Jerusalem.
2 ଉପଦେଶକ କହୁଅଛନ୍ତି, “ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।”
Vanity of vanities, saith the preacher, vanity of vanities; all [is] vanity.
3 ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ, ତାହାର ସେହିସବୁରୁ କି ଲାଭ?
What profit hath a man of all his labor, which he taketh under the sun?
4 ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।
[One] generation passeth away, and [another] generation cometh: but the earth abideth for ever.
5 ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।
The sun also riseth, and the sun goeth down, and hasteth to his place where he arose.
6 ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୂରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।
The wind goeth towards the south, and turneth about to the north; it whirleth about continually, and the wind returneth again according to its circuits.
7 ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।
All the rivers run into the sea; yet the sea [is] not full; to the place from whence the rivers come, thither they return again.
8 ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।
All things [are] full of labor; man cannot utter [it]: the eye is not satisfied with seeing, nor the ear filled with hearing.
9 ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ।
The thing that hath been, it [is that] which shall be; and that which is done [is] that which shall be done: and [there is] no new [thing] under the sun.
10 ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।
Is there [any] thing of which it may be said, See, this [is] new? it hath been already of old time, which was before us.
11 ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।
[There is] no remembrance of former [things]; neither shall there be [any] remembrance of [things] that are to come with [those] that shall come after.
12 ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି।
I the preacher was king over Israel in Jerusalem.
13 ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ।
And I gave my heart to seek and search out by wisdom concerning all [things] that are done under heaven: this grievous labor hath God given to the sons of man to be exercised with it.
14 ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।
I have seen all the works that are done under the sun; and behold, all [is] vanity and vexation of spirit.
15 ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।
[That which is] crooked cannot be made straight: and that which is wanting cannot be numbered.
16 ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।”
I communed with my own heart, saying, Lo, I have come to great estate, and have gained more wisdom than all [they] that have been before me in Jerusalem: and my heart had great experience of wisdom and knowledge.
17 ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।
And I gave my heart to know wisdom, and to know madness and folly: I perceived that this also is vexation of spirit.
18 କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ।
For in much wisdom [is] much grief: and he that increaseth knowledge increaseth sorrow.

< ଉପଦେଶକ 1 >