< ଏଫିସୀୟ 1 >

1 ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ ଲେଖୁଅଛି।
Paul, Apôtre de Jésus-Christ par la volonté de Dieu, aux saints qui sont [à Éphèse] et aux fidèles en Jésus-Christ:
2 ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
que la grâce et la paix vous soient données par Dieu, notre Père, et par notre Seigneur Jésus-Christ.
3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
Béni soit Dieu, le Père de notre Seigneur Jésus-Christ, de ce qu'il nous a comblés en Christ de toutes sortes de bénédictions spirituelles dans les cieux.
4 ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
C'est en Christ qu'il nous a élus avant la fondation du monde, pour être saints et parfaits devant Lui,
5 ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;
après nous avoir, dans son amour, désignés d'avance pour ses fils adoptifs par Jésus-Christ, d'après le bon plaisir de sa volonté.
6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
— à la louange de la grâce magnifique qu'il nous a faite en son Bien-aimé.
7 ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍‍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
C'est en lui que nous avons la délivrance par son sang, le pardon de nos fautes, selon les richesses de sa grâce.
8 ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।
Il l'a abondamment répandue sur nous, cette grâce, et avec elle toute espèce de sagesse et d'intelligence,
9 ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,
nous révélant le mystère de sa volonté, conformément au dessein, que, dans sa bienveillance, il avait formé en lui-même,
10 ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।
et qu'il devait réaliser, quand les temps seraient venus, à savoir de réunir toutes choses en Christ, celles qui sont dans les cieux et celles qui sont sur la terre.
11 ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,
C'est aussi en lui que nous avons été faits héritiers, ayant été désignés d'avance pour cet héritage, d'après le dessein de Celui qui opère toutes choses selon le plan voulu de Lui,
12 ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
pour que nous servions à la louange de sa gloire, nous qui d'avance avons espéré en Christ.
13 ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍‍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;
C'est en lui que vous-mêmes, après avoir entendu la parole de vérité, la bonne nouvelle de votre salut — c'est en lui, dis-je, qu'en suite de votre foi, vous avez été marqués du sceau du Saint-Esprit, qui avait été promis,
14 ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
et qui est le gage de notre héritage en attendant la délivrance de ceux qu'il s'est acquis, à la louange de sa gloire.
15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,
C'est pourquoi, ayant entendu parler de votre foi au Seigneur Jésus et de votre charité pour tous les saints,
16 ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ।
je ne cesse, moi aussi, de rendre grâces pour vous en faisant mention de vous dans mes prières,
17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
afin que le Dieu de notre Seigneur Jésus-Christ, le Père de gloire, vous donne dans sa connaissance, un esprit de sagesse et de révélation;
18 ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,
et qu'il illumine les yeux de votre coeur, pour que vous sachiez quelle est l'espérance à laquelle il vous a appelés, quelles sont les richesses de la gloire de son héritage au milieu des saints,
19 ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କଅଣ, ଏହିସବୁ ଜାଣି ପାର;
et quelle est, envers nous qui croyons, l'infinie grandeur de sa puissance, à la juger par l'efficacité puissante de sa force.
20 ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
Il l'a déployée en Christ, lorsqu'il l’a ressuscité des morts, et qu'il l'a fait asseoir à sa droite, dans les cieux,
21 ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ, (aiōn g165)
bien au-dessus de toute principauté, de toute autorité, de toute puissance, de toute dignité et de tout nom qui se peut nommer, non-seulement dans ce temps-ci, mais encore dans le siècle à venir, (aiōn g165)
22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
et lorsqu'il a mis toutes choses sous ses pieds et l’a donné pour chef suprême à l'Eglise,
23 ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍‍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।
qui est son corps, l'oeuvre parfaite de celui qui rend tout parfait en tous.

< ଏଫିସୀୟ 1 >