< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4 >

1 ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
アダム其妻エバを知る彼孕みてカインを生みて言けるは我ヱホバによりて一個の人を得たりと
2 ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
彼また其弟アベルを生りアベルは羊を牧ふ者カインは土を耕す者なりき
3 ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।
日を經て後カイン土より出る果を携來りてヱホバに供物となせり
4 ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
アベルもまた其羊の初生と其肥たる者を携來れりヱホバ、アベルと其供物を眷顧みたまひしかども
5 ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।
カインと其供物をば眷み給はざりしかばカイン甚だ怒り且其面をふせたり
6 ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ?
ヱホバ、カインに言たまひけるは汝何ぞ怒るや何ぞ面をふするや
7 ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
汝若善を行はば擧ることをえざらんや若善を行はずば罪門戸に伏す彼は汝を慕ひ汝は彼を治めん
8 ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
カイン其弟アベルに語りぬ彼等野にをりける時カイン其弟アベルに起かかりて之を殺せり
9 ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?”
ヱホバ、カインに言たまひけるは汝の弟アベルは何處にをるや彼言ふ我しらず我あに我弟の守者ならんやと
10 ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
ヱホバ言たまひけるは汝何をなしたるや汝の弟の血の聲地より我に叫べり
11 ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
されば汝は詛れて此地を離るべし此地其口を啓きて汝の弟の血を汝の手より受たればなり
12 ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
汝地を耕すとも地は再其力を汝に效さじ汝は地に吟行ふ流離子となるべしと
13 କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।
カイン、ヱホバに言けるは我が罪は大にして負ふこと能はず
14 ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
視よ汝今日斯地の面より我を逐出したまふ我汝の面を觀ることなきにいたらん我地に吟行ふ流離子とならん凡そ我に遇ふ者我を殺さん
15 ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତ ଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
ヱホバ彼に言たまひけるは然らず凡そカインを殺す者は七倍の罰を受んとヱホバ、カインに遇ふ者の彼を撃ざるため印誌を彼に與へたまへり
16 ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।
カイン、ヱホバの前を離て出でエデンの東なるノドの地に住り
17 ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।
カイン其妻を知る彼孕みエノクを生りカイン邑を建て其邑の名を其子の名に循ひてエノクと名けたり
18 ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ।
エノクにイラデ生れたりイラデ、メホヤエルを生みメホヤエル、メトサエルを生みメトサエル、レメクを生り
19 ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।
レメク二人の妻を娶れり一の名はアダと曰ひ一の名はチラと曰り
20 ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।
アダ、ヤバルを生めり彼は天幕に住て家畜を牧ふ所の者の先祖なり
21 ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
其弟の名はユバルと云ふ彼は琴と笛とをとる凡ての者の先祖なり
22 ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
又チラ、トバルカインを生り彼は銅と鐡の諸の刃物を鍛ふ者なりトバルカインの妹をナアマといふ
23 ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
レメク其妻等に言けるはアダとチラよ我聲を聽けレメクの妻等よわが言を容よ我わが創傷のために人を殺すわが痍のために少年を殺す
24 ଯଦି କୟିନର ବଧର ପ୍ରତିଫଳ ସାତ ଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”
カインのために七倍の罰あればレメクのためには七十七倍の罰あらん
25 ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
アダム復其妻を知て彼男子を生み其名をセツと名けたり其は彼神我にカインの殺したるアベルのかはりに他の子を與へたまへりといひたればなり
26 ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।
セツにもまた男子生れたりかれ其名をエノスと名けたり此時人々ヱホバの名を呼ことをはじめたり

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4 >