< ଯିଶାଇୟ 26 >

1 ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ।
その日ユダの国で、この歌をうたう、「われわれは堅固な町をもつ。主は救をその石がきとし、またとりでとされる。
2 ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର।
門を開いて、信仰を守る正しい国民を入れよ。
3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
あなたは全き平安をもってこころざしの堅固なものを守られる。彼はあなたに信頼しているからである。
4 ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।
とこしえに主に信頼せよ、主なる神はとこしえの岩だからである。
5 ପୁଣି, ସେ ଊର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।
主は高き所、そびえたつ町に住む者をひきおろし、これを伏させ、これを地に伏させて、ちりにかえされる。
6 ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ।”
こうして足で踏まれ、貧しい者の足で踏まれ、乏しい者はその上を歩む」。
7 ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ।
正しい者の道は平らである。あなたは正しい者の道をなめらかにされる。
8 ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।
主よ、あなたがさばきをなさる道で、われわれはあなたを待ち望む。われわれの魂の慕うものは、あなたの記念の名である。
9 ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।
わが魂は夜あなたを慕い、わがうちなる霊は、せつにあなたを求める。あなたのさばきが地に行われるとき、世に住む者は正義を学ぶからである。
10 ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।
悪しき者は恵まれても、なお正義を学ばず、正しい地にあっても不義を行い、主の威光を仰ぐことをしない。
11 ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।
主よ、あなたのみ手が高くあがるけれども、彼らはそれを顧みない。どうか、あなたの、おのが民を救われる熱心を彼らに見させて、大いに恥じさせ、火をもってあなたの敵を焼き滅ぼしてください。
12 ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।
主よ、あなたはわれわれのために平和を設けられる。あなたはわれわれのためにわれわれのすべてのわざをなし遂げられた。
13 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।
われわれの神、主よ、あなた以外のもろもろの主がわれわれを治めた。しかし、われわれはただ、あなたの名のみをあがめる。
14 ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ।
死んだ者はまた生きない。亡霊は生き返らない。それで、あなたは彼らを罰して滅ぼし、彼らの思い出をことごとく消し去られた。
15 ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୋ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ୱିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ।
主よ、あなたはこの国民を増し加えられた。あなたはこの国民を増し加えられた。あなたは栄光をあらわされた。あなたは地の境を四方に広げられた。
16 ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।
主よ、彼らは悩みのとき、あなたに求めた。彼らがあなたの懲しめにあったとき、祈をささげた。
17 ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।
主よ、はらめる女の産むときが近づいて苦しみ、その痛みによって叫ぶように、われわれはあなたのゆえに、そのようであった。
18 ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି।
われわれは、はらみ、苦しんだ。しかしわれわれの産んだものは風にすぎなかった。われわれは救を地に施すこともせず、また世に住む者を滅ぼすこともしなかった。
19 ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରିଦେବ।
あなたの死者は生き、彼らのなきがらは起きる。ちりに伏す者よ、さめて喜びうたえ。あなたの露は光の露であって、それを亡霊の国の上に降らされるからである。
20 ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପକ୍ଷଣ ଆପଣାକୁ ଲୁଚାଅ।
さあ、わが民よ、あなたのへやにはいり、あなたのうしろの戸を閉じて、憤りの過ぎ去るまで、しばらく隠れよ。
21 କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।
見よ、主はそのおられる所を出て、地に住む者の不義を罰せられる。地はその上に流された血をあらわして、殺された者を、もはやおおうことがない。

< ଯିଶାଇୟ 26 >