< ଯିଶାଇୟ 38 >

1 ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
A kwanakin nan sai Hezekiya ya kamu da ciwo ya kuma kusa ya mutu. Annabi Ishaya ɗan Amoz ya tafi wurinsa ya kuma ce, “Ga abin da Ubangiji ya ce ka shirya gidanka, domin za ka mutu; ba za ka warke ba.”
2 ଏଥିରେ ହିଜକୀୟ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
Hezekiya ya juye fuskarsa wajen bango ya kuma yi addu’a ga Ubangiji,
3 “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।
“Ka tuna, ya Ubangiji, yadda na yi tafiya a gabanka da aminci da dukan zuciya na kuma yi abin da yake nagari a idanunka.” Sai Hezekiya ya yi kuka mai zafi.
4 ସେତେବେଳେ ଯିଶାଇୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
Sai maganar Ubangiji ta zo wa Ishaya cewa,
5 “ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା।
“Ka tafi ka faɗa wa Hezekiya, ‘Ga abin da Ubangiji Allah na kakanka Dawuda, ya ce na ji addu’arka na kuma ga hawayenka; zan ƙara maka shekaru goma sha biyar ga rayuwarka.
6 ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା।’”
Zan kuwa cece ka da wannan birni daga hannun sarkin Assuriya. Zan kiyaye wannan birni.
7 ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;
“‘Ga alamar Ubangiji gare ka cewa Ubangiji zai aikata kamar yadda ya yi alkawari.
8 ଦେଖ, ଆମ୍ଭେ ଆହସ୍‌ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା। ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।
Zan sa inuwar da rana ta yi a kan matakalar Ahaz ta koma baya da taki goma.’” Saboda haka inuwar ta koma da baya daga fuskar rana har taki goma.
9 ଯିହୁଦାର ରାଜା ହିଜକୀୟ ପୀଡ଼ିତ ହୋଇ ଆପଣା ପୀଡ଼ାରୁ ସୁସ୍ଥ ହେଲା ଉତ୍ତାରେ ଏହା ଲେଖିଲା, ଯଥା,
Rubutun Hezekiya sarkin Yahuda bayan ciwonsa da kuma warkarwarsa.
10 ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି। (Sheol h7585)
Na ce, “Cikin tsakiyar rayuwata dole in bi ta ƙofofin mutuwa a kuma raba ni da sauran shekaruna?” (Sheol h7585)
11 ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ।
Na ce, “Ba zan ƙara ganin Ubangiji ba, Ubangiji a ƙasa ta masu rai; ba zan ƙara ga wani mutum, ko in kasance tare da waɗanda suke zama a wannan duniya ba.
12 ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋʼ ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।
Kamar tentin makiyayi an rushe gidana aka kuma ƙwace ta daga gare ni. Kamar mai saƙa, na nannaɗe rayuwata, ya kuma yanke ni daga sandar saƙa; dare da rana ka kawo ni ga ƙarshe.
13 ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।
Na yi jira da haƙuri har safiya, amma kamar zaki ya kakkarya ƙasusuwana duka; dare da rana ka kawo ni ga ƙarshe.
14 ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।
Na yi kuka kamar mashirare ko zalɓe, na yi kuka kamar kurciya mai makoki. Idanuna suka rasa ƙarfi yayinda na duba sammai. Na damu; Ya Ubangiji, ka taimake ni!”
15 ମୁଁ କଅଣ କହିବି? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି।
Amma me zan ce? Ya riga ya yi mini magana, shi kansa ne kuma ya aikata. Zan yi tafiya da tawali’u dukan kwanakina saboda wahalar raina.
16 ହେ ପ୍ରଭୋ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋʼ ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର।
Ubangiji, ta waɗannan abubuwa ne mutane suke rayuwa; ruhuna kuma yana samun rai a cikinsu shi ma. Ka maido mini da lafiya ka kuma sa na rayu.
17 ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।
Tabbatacce wannan kuwa saboda ribata ne cewa in sha irin wahalan nan. Cikin ƙaunarka ka kiyaye ni daga ramin hallaka; ka sa dukan zunubaina a bayanka.
18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି। (Sheol h7585)
Gama kabari ba zai yabe ka ba, matattu ba za su rera yabonka ba; waɗanda suka gangara zuwa rami ba za su sa zuciya ga amincinka ba. (Sheol h7585)
19 ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।
Masu rai, masu rai, su suke yabonka, kamar yadda nake yi a yau; iyaye za su faɗa wa’ya’yansu game da amincinka.
20 ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ।
Ubangiji zai cece ni, za mu kuma rera da kayan kiɗi masu tsirkiya dukan kwanakinmu a cikin haikalin Ubangiji.
21 ଯିଶାଇୟ କହିଥିଲେ, “ସେମାନେ ଡିମ୍ବିରି ଚକ୍ତି ନେଇ ସ୍ପୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ।”
Ishaya ya riga ya ce, “Ku shirya curin da aka yi da’ya’yan ɓaure ku kuma shafa a marurun, zai kuwa warke.”
22 ହିଜକୀୟ ମଧ୍ୟ କହିଥିଲା, “ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ?”
Hezekiya ya riga ya yi tambaya ya ce, “Me zai zama alama ta cewa zan haura zuwa haikalin Ubangiji?”

< ଯିଶାଇୟ 38 >