< ଯିଶାଇୟ 38 >

1 ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
そのころヒゼキヤは病気になって死にかかっていた。アモツの子預言者イザヤは彼のところに来て言った、「主はこう仰せられます、あなたの家を整えておきなさい。あなたは死にます、生きながらえることはできません」。
2 ଏଥିରେ ହିଜକୀୟ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
そこでヒゼキヤは顔を壁に向けて主に祈って言った、
3 “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।
「ああ主よ、願わくは、わたしが真実と真心とをもって、み前に歩み、あなたの目にかなう事を行ったのを覚えてください」。そしてヒゼキヤはひどく泣いた。
4 ସେତେବେଳେ ଯିଶାଇୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
その時主の言葉がイザヤに臨んで言った、
5 “ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା।
「行って、ヒゼキヤに言いなさい、『あなたの父ダビデの神、主はこう仰せられます、「わたしはあなたの祈を聞いた。あなたの涙を見た。見よ、わたしはあなたのよわいを十五年増そう。
6 ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା।’”
わたしはあなたと、この町とをアッスリヤの王の手から救い、この町を守ろう」。
7 ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;
主が約束されたことを行われることについては、あなたは主からこのしるしを得る。
8 ଦେଖ, ଆମ୍ଭେ ଆହସ୍‌ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା। ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।
見よ、わたしはアハズの日時計の上に進んだ日影を十度退かせよう』」。すると日時計の上に進んだ日影が十度退いた。
9 ଯିହୁଦାର ରାଜା ହିଜକୀୟ ପୀଡ଼ିତ ହୋଇ ଆପଣା ପୀଡ଼ାରୁ ସୁସ୍ଥ ହେଲା ଉତ୍ତାରେ ଏହା ଲେଖିଲା, ଯଥା,
次の言葉はユダの王ヒゼキヤが病気になって、その病気が直った後、書きしるしたものである。
10 ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି। (Sheol h7585)
わたしは言った、わたしはわが一生のまっ盛りに、去らなければならない。わたしは陰府の門に閉ざされて、わが残りの年を失わなければならない。 (Sheol h7585)
11 ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ।
わたしは言った、わたしは生ける者の地で、主を見ることなく、世におる人々のうちに、再び人を見ることがない。
12 ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋʼ ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।
わがすまいは抜き去られて羊飼の天幕のようにわたしを離れる。わたしは、わが命を機織りのように巻いた。彼はわたしを機から切り離す。あなたは朝から夕までの間に、わたしを滅ぼされる。
13 ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।
わたしは朝まで叫んだ。主はししのようにわが骨をことごとく砕かれる。あなたは朝から夕までの間に、わたしを滅ぼされる。
14 ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।
わたしは、つばめのように、つるのように鳴き、はとのようにうめき、わが目は上を見て衰える。主よ、わたしは、しえたげられています。どうか、わたしの保証人となってください。
15 ମୁଁ କଅଣ କହିବି? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି।
しかし、わたしは何を言うことができましょう。主はわたしに言われ、かつ、自らそれをなされたからである。わが魂の苦しみによって、わが眠りはことごとく逃げ去った。
16 ହେ ପ୍ରଭୋ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋʼ ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର।
主よ、これらの事によって人は生きる。わが霊の命もすべてこれらの事による。どうか、わたしをいやし、わたしを生かしてください。
17 ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।
見よ、わたしが大いなる苦しみにあったのは、わが幸福のためであった。あなたはわが命を引きとめて、滅びの穴をまぬかれさせられた。これは、あなたがわが罪をことごとく、あなたの後に捨てられたからである。
18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି। (Sheol h7585)
陰府は、あなたに感謝することはできない。死はあなたをさんびすることはできない。墓にくだる者は、あなたのまことを望むことはできない。 (Sheol h7585)
19 ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।
ただ生ける者、生ける者のみ、きょう、わたしがするように、あなたに感謝する。父はあなたのまことを、その子らに知らせる。
20 ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ।
主はわたしを救われる。われわれは世にあるかぎり、主の家で琴にあわせて、歌をうたおう。
21 ଯିଶାଇୟ କହିଥିଲେ, “ସେମାନେ ଡିମ୍ବିରି ଚକ୍ତି ନେଇ ସ୍ପୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ।”
イザヤは言った、「干いちじくのひとかたまりを持ってこさせ、それを腫物につけなさい。そうすれば直るでしょう」。
22 ହିଜକୀୟ ମଧ୍ୟ କହିଥିଲା, “ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ?”
ヒゼキヤはまた言った、「わたしが主の家に上ることについて、どんなしるしがありましょうか」。

< ଯିଶାଇୟ 38 >