< ଯିରିମୀୟ 13 >

1 ସଦାପ୍ରଭୁ ମୋତେ ଏହି କଥା କହିଲେ, “ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।”
Tak powiedział PAN do mnie: Idź i kup sobie lniany pas, przepasz nim swoje biodra, ale nie kładź go do wody.
2 ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟିଦେଶରେ ବାନ୍ଧିଲି।
Kupiłem więc pas według rozkazu PANA i przepasałem [nim] swoje biodra.
3 ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
Potem ponownie doszło do mnie słowo PANA mówiące:
4 “ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍‍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।”
Weź ten pas, który kupiłeś i który jest na twoich biodrach, i wstań, idź nad Eufrat i ukryj go tam w szczelinie skalnej.
5 ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୁଁ ଯାଇ ଫରାତ୍‍ ନଦୀ ନିକଟରେ ତାହା ଲୁଚାଇ ରଖିଲି।
Poszedłem więc i ukryłem go nad Eufratem, jak mi PAN rozkazał.
6 ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଉଠି ଫରାତ୍‍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।”
A po upływie wielu dni PAN powiedział do mnie: Wstań, idź nad Eufrat i weź stamtąd pas, który ci rozkazałem tam ukryć.
7 ତେବେ ମୁଁ ଫରାତ୍‍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ।
Poszedłem wtedy nad Eufrat, wykopałem i wziąłem pas z miejsca, gdzie go ukryłem, a oto pas był zbutwiały tak, że do niczego się nie nadawał.
8 ତେବେ “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
Potem doszło do mnie słowo PANA mówiące:
9 ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।
Tak mówi PAN: Tak zniszczę pychę Judy i wielką pychę Jerozolimy.
10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।
Ten zły lud, który się wzbrania słuchać moich słów, który postępuje według uporu swego serca i idzie za innymi bogami, aby im służyć i dać im pokłon, stanie się jak ten pas, który się do niczego nie nadaje.
11 କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।
Jak bowiem pas przylega do bioder mężczyzny, tak sprawiłem, że przylgnął do mnie cały dom Izraela i cały dom Judy, mówi PAN, aby był moim ludem, moją sławą, chwałą i ozdobą. Lecz nie posłuchali.
12 ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?’
Dlatego powiedz im to słowo: Tak mówi PAN, Bóg Izraela: Każdy dzban zostanie napełniony winem; a gdy powiedzą: Czyż nie wiemy, że wszelki dzban zostanie napełniony winem?
13 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।
Wtedy im odpowiesz: Tak mówi PAN: Oto napełnię pijaństwem wszystkich mieszkańców tej ziemi i królów, którzy siedzą na tronie Dawida, i kapłanów oraz proroków, a także wszystkich mieszkańców Jerozolimy;
14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”
I roztrzaskam jednych o drugich, zarówno ojców, jak i synów, mówi PAN. Nie pożałuję i nie oszczędzę nikogo ani nie zlituję się, lecz zniszczę ich.
15 ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।
Słuchajcie i nakłońcie ucha, nie wynoście się, bo PAN przemawia.
16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଚ୍ଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।
Oddajcie chwałę PANU, swemu Bogu, zanim sprowadzi ciemność i zanim potkną się wasze nogi w mrocznych górach; gdy będziecie czekać na światłość, oto [Bóg] zamieni je w cień śmierci [i] przemieni w mrok.
17 ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।
A jeśli tego nie usłuchacie, moja dusza będzie płakać w skrytości z powodu [waszej] pychy, a moje oko będzie nieustannie płakało i roniło łzy, bo trzoda PANA zostanie pojmana.
18 ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, “ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି।
Powiedz królowi i królowej: Ukorzcie się i usiądźcie [na ziemi], bo spadła z waszej głowy korona waszej chwały.
19 ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।
Miasta południa będą zamknięte i nikt ich nie otworzy. Cała Juda zostanie uprowadzona do niewoli, zostanie całkowicie uprowadzona.
20 ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ?
Podnieście swoje oczy i patrzcie na tych, którzy przybywają z północy. Gdzie jest ta trzoda, którą ci powierzono, twoja wspaniała trzoda?
21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?
Co powiesz, gdy on cię nawiedzi? Ty bowiem nauczyłaś ich, [aby byli] wodzami i zwierzchnikami nad tobą. Czy nie ogarną cię bóle jak rodzącą kobietę?
22 ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ, ) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।
A jeśli powiesz w swoim sercu: Dlaczego to mnie spotkało? Z powodu ogromu twojej nieprawości poły twojej [szaty] zostały odkryte i twoje pięty będą gwałtownie obnażone.
23 କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?
Czy Etiopczyk może zmienić swoją skórę albo lampart swoje pręgi? Podobnie wy, czy możecie czynić dobrze, skoro przywykliście czynić źle?
24 ଏନିମନ୍ତେ ପ୍ରାନ୍ତରସ୍ଥ ବାୟୁ ସମ୍ମୁଖରେ ଉଡ଼ନ୍ତା ନଡ଼ା ପରି ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବା।
Dlatego rozproszę ich jak plewy unoszone przez wiatr pustynny.
25 ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।
Taki będzie twój los [i] dział wymierzony ci przeze mnie, mówi PAN, [za to], że o mnie zapomniałaś i zaufałaś kłamstwu.
26 ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।
Tak więc odkryję poły twojej [szaty] aż do twarzy, aby była widoczna twoja sromota.
27 ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?”
Widziałem twoje cudzołóstwa i twoje rżenie, hańbę twojego nierządu i twoje obrzydliwości na pagórkach i na polach. Biada tobie, Jerozolimo! Czy się nie oczyścisz? Jak długo jeszcze?

< ଯିରିମୀୟ 13 >