< ଆୟୁବ 29 >

1 ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
Hiob ciągnął swoją przypowieść i mówił:
2 “ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥାʼନ୍ତି;
Obym był taki jak za dawnych miesięcy, za [tych] dni, w których Bóg mnie strzegł;
3 ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;
Gdy jego pochodnia świeciła nad moją głową, a przy jego świetle przechodziłem w ciemności;
4 ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋʼ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା;
Taki, jaki byłem za dni swojej młodości, gdy tajemnica Boga pozostawała nad moim namiotem;
5 ସେତେବେଳେ ସର୍ବଶକ୍ତିମାନ ପରମେଶ୍ୱର ମୋʼ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ୱରେ ଥିଲେ;
Gdy Wszechmocny był jeszcze ze mną i otaczały mnie moje dzieci;
6 ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା।
Gdy moje ścieżki opływały w masło, a opoka wylewała mi źródła oliwy;
7 ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,
Gdy wychodziłem do bramy przez miasto i na rynku przygotowałem sobie miejsce.
8 ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ।
Widząc mnie, młodzi ukrywali się, a starcy podnosili się i stali.
9 ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ;
Książęta przestawali mówić i kładli rękę na swoich ustach.
10 କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା।
Głos dostojników cichł, a ich język przylegał im do podniebienia.
11 କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା;
Ucho, które mnie słyszało, błogosławiło mnie, a oko, które mnie widziało, dawało o mnie świadectwo;
12 ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।
Bo wybawiałem ubogiego, gdy wołał, sierotę oraz tego, który nie miał pomocnika.
13 ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।
Błogosławieństwo ginącego przychodziło do mnie, a serce wdowy radowałem.
14 ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ନ୍ୟାୟ ଆବରଣ ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା।
Przyoblekłem się w sprawiedliwość i ona mnie okryła. Mój sąd był jak płaszcz i korona.
15 ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପ ଓ ଛୋଟା ପ୍ରତି ଚରଣ ସ୍ୱରୂପ ଥିଲି।
Byłem oczami dla ślepego, a nogami dla chromego.
16 ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।
Byłem ojcem ubogich, a sprawę, której nie znałem, badałem.
17 ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି।
I kruszyłem szczękę niegodziwca, a z jego zębów wydzierałem łup.
18 ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;
Dlatego powiedziałem: Umrę w swoim gnieździe, rozmnożę [swoje] dni jak piasek.
19 ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ;
Mój korzeń rozciągnął się przy wodach, a rosa trwała całą noc na moich gałązkach.
20 ମୋହର ଗୌରବ ମୋʼ ଠାରେ ସତେଜ ଥାଏ ଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ।
Moja chwała odświeżała się we mnie, a mój łuk odnowił się w mojej ręce.
21 ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ।
Słuchali mnie i oczekiwali, przyjmowali moją radę w milczeniu.
22 ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା।
Po moich słowach już nie mówili, moja mowa kropiła na nich.
23 ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷ ବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ।
Oczekiwali mnie jak deszczu, otwierali swe usta jak na późny deszcz.
24 ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ୱାସ କଲେ ନାହିଁ ଓ ମୋʼ ମୁଖର ତେଜ ନିସ୍ତେଜ କଲେ ନାହିଁ।
[Jeśli] się śmiałem do nich, nie wierzyli, a światła mojej twarzy nie odrzucali.
25 ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି।
Wytyczałem im drogę, siadałem na czele i przybywałem jak król wśród wojska, jak [ten], który smutnych pociesza.

< ଆୟୁବ 29 >