< ଆୟୁବ 36 >

1 ଇଲୀହୂ ଆହୁରି କହିଲା,
וַיֹּ֥סֶף אֱלִיה֗וּא וַיֹּאמַֽר׃
2 “ଟିକିଏ ସମ୍ଭାଳ, ମୁଁ ତୁମ୍ଭକୁ ଜଣାଇବି; କାରଣ ପରମେଶ୍ୱରଙ୍କ ପକ୍ଷରେ ମୋହର ଆହୁରି କିଛି କହିବାର ଅଛି।
כַּתַּר־לִ֣י זְ֭עֵיר וַאֲחַוֶּ֑ךָּ כִּ֤י עֹ֖וד לֶאֱלֹ֣והַּ מִלִּֽים׃
3 ମୁଁ ଦୂରରୁ ଆପଣା ଜ୍ଞାନ ଆଣିବି ଓ ଆପଣା ସୃଷ୍ଟିକର୍ତ୍ତାଙ୍କର ଧାର୍ମିକତା ପ୍ରତିପନ୍ନ କରିବି;
אֶשָּׂ֣א דֵ֭עִי לְמֵרָחֹ֑וק וְ֝לְפֹעֲלִ֗י אֶֽתֵּֽן־צֶֽדֶק׃
4 କାରଣ ପ୍ରକୃତରେ ମୋହର କଥା ମିଥ୍ୟା ନୁହେଁ। ଜ୍ଞାନରେ ସିଦ୍ଧ ଜଣେ ତୁମ୍ଭ ସଙ୍ଗେ ଅଛି।
כִּֽי־אָ֭מְנָם לֹא־שֶׁ֣קֶר מִלָּ֑י תְּמִ֖ים דֵּעֹ֣ות עִמָּֽךְ׃
5 ଦେଖ, ପରମେଶ୍ୱର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ; ସେ ବୁଦ୍ଧିବଳରେ ପରାକ୍ରମୀ ଅଟନ୍ତି।
הֶן־אֵ֣ל כַּ֭בִּיר וְלֹ֣א יִמְאָ֑ס כַּ֝בִּ֗יר כֹּ֣חַֽ לֵֽב׃
6 ସେ ଦୁଷ୍ଟର ପ୍ରାଣ ରକ୍ଷା କରନ୍ତି ନାହିଁ; ମାତ୍ର ଦୁଃଖଗ୍ରସ୍ତମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତି।
לֹא־יְחַיֶּ֥ה רָשָׁ֑ע וּמִשְׁפַּ֖ט עֲנִיִּ֣ים יִתֵּֽן׃
7 ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜାଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି।
לֹֽא־יִגְרַ֥ע מִצַּדִּ֗יק עֵ֫ינָ֥יו וְאֶת־מְלָכִ֥ים לַכִּסֵּ֑א וַיֹּשִׁיבֵ֥ם לָ֝נֶ֗צַח וַיִּגְבָּֽהוּ׃
8 ପୁଣି, ଯଦି ସେମାନେ ଜଞ୍ଜିରରେ ବନ୍ଧାଯାʼନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯାʼନ୍ତି,
וְאִם־אֲסוּרִ֥ים בַּזִּקִּ֑ים יִ֝לָּכְד֗וּן בְּחַבְלֵי־עֹֽנִי׃
9 ତେବେ ସେ ସେମାନଙ୍କର କ୍ରିୟା, ସେମାନଙ୍କର ଅପରାଧ ଓ ସେମାନଙ୍କର ଗର୍ବାଚରଣ ସେମାନଙ୍କୁ ଦେଖାନ୍ତି।
וַיַּגֵּ֣ד לָהֶ֣ם פָּעֳלָ֑ם וּ֝פִשְׁעֵיהֶ֗ם כִּ֣י יִתְגַּבָּֽרוּ׃
10 ମଧ୍ୟ ଶିକ୍ଷା ପ୍ରତି ସେ ସେମାନଙ୍କ କର୍ଣ୍ଣ ମୁକ୍ତ କରନ୍ତି ଓ ଅଧର୍ମରୁ ଫେରିବା ପାଇଁ ସେମାନଙ୍କୁ ଆଜ୍ଞା ଦିଅନ୍ତି।
וַיִּ֣גֶל אָ֭זְנָם לַמּוּסָ֑ר וַ֝יֹּ֗אמֶר כִּֽי־יְשֻׁב֥וּן מֵאָֽוֶן׃
11 ଯଦି ସେମାନେ ଶୁଣି ତାହାଙ୍କର ସେବା କରିବେ, ତେବେ ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ ଓ ସୁଖରେ ଆପଣା ଆପଣା ବର୍ଷ କ୍ଷେପଣ କରିବେ।
אִֽם־יִשְׁמְע֗וּ וְֽיַ֫עֲבֹ֥דוּ יְכַלּ֣וּ יְמֵיהֶ֣ם בַּטֹּ֑וב וּ֝שְׁנֵיהֶ֗ם בַּנְּעִימִֽים׃
12 ମାତ୍ର ସେମାନେ ନ ଶୁଣିଲେ, ଖଡ୍ଗରେ ବିନଷ୍ଟ ହେବେ ଓ ଜ୍ଞାନବର୍ଜ୍ଜିତ ହୋଇ ମରିବେ।
וְאִם־לֹ֣א יִ֭שְׁמְעוּ בְּשֶׁ֣לַח יַעֲבֹ֑רוּ וְ֝יִגְוְע֗וּ כִּבְלִי־דָֽעַת׃
13 ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି; ସେ ସେମାନଙ୍କୁ ବାନ୍ଧିଲେ, ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ନାହିଁ।
וְֽחַנְפֵי־לֵ֭ב יָשִׂ֣ימוּ אָ֑ף לֹ֥א יְ֝שַׁוְּע֗וּ כִּ֣י אֲסָרָֽם׃
14 ସେମାନେ ଯୌବନ କାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ।
תָּמֹ֣ת בַּנֹּ֣עַר נַפְשָׁ֑ם וְ֝חַיָּתָ֗ם בַּקְּדֵשִֽׁים׃
15 ସେ ଦୁଃଖୀଲୋକକୁ ତାହାର ଦୁଃଖ ଦ୍ୱାରା ଉଦ୍ଧାର କରନ୍ତି ଓ ଉପଦ୍ରବ ଦ୍ୱାରା ସେମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି।
יְחַלֵּ֣ץ עָנִ֣י בְעָנְיֹ֑ו וְיִ֖גֶל בַּלַּ֣חַץ אָזְנָֽם׃
16 ସେ ତୁମ୍ଭକୁ ହିଁ ଦୁଃଖରୁ ବାହାର କରି ସଙ୍କୀର୍ଣ୍ଣତାରହିତ ପ୍ରଶସ୍ତ ସ୍ଥାନକୁ ନେଇଯାଆନ୍ତେ; ଓ ତୁମ୍ଭ ମେଜ ଉପରେ ସଜ୍ଜିତ ଦ୍ରବ୍ୟ ମେଦପୂର୍ଣ୍ଣ ହୁଅନ୍ତା।
וְאַ֤ף הֲסִיתְךָ֨ ׀ מִפִּי־צָ֗ר רַ֭חַב לֹא־מוּצָ֣ק תַּחְתֶּ֑יהָ וְנַ֥חַת שֻׁ֝לְחָנְךָ֗ מָ֣לֵא דָֽשֶׁן׃
17 ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ; ବିଚାର ଓ ଶାସ୍ତି ତୁମ୍ଭକୁ ଧରିଅଛି।
וְדִין־רָשָׁ֥ע מָלֵ֑אתָ דִּ֖ין וּמִשְׁפָּ֣ט יִתְמֹֽכוּ׃
18 କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ୱାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ୱ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ।
כִּֽי־חֵ֭מָה פֶּן־יְסִֽיתְךָ֣ בְסָ֑פֶק וְרָב־כֹּ֝֗פֶר אַל־יַטֶּֽךָּ׃
19 ତୁମ୍ଭେ ଯେପରି ଦୁଃଖଗ୍ରସ୍ତ ନୋହିବ, ଏଥିପାଇଁ ତୁମ୍ଭର ଧନ ଓ ବଳର ସମସ୍ତ ପ୍ରତାପ କି ପ୍ରଚୁର ହେବ?
הֲיַעֲרֹ֣ךְ שׁ֖וּעֲךָ לֹ֣א בְצָ֑ר וְ֝כֹ֗ל מַאֲמַצֵּי־כֹֽחַ׃
20 ଯେଉଁ ରାତ୍ରିରେ ଗୋଷ୍ଠୀୟମାନେ ସ୍ୱ ସ୍ୱ ସ୍ଥାନରେ ଉଚ୍ଛିନ୍ନ ହୁଅନ୍ତି, ସେହି ରାତ୍ରି ବାଞ୍ଛା କର ନାହିଁ।
אַל־תִּשְׁאַ֥ף הַלָּ֑יְלָה לַעֲלֹ֖ות עַמִּ֣ים תַּחְתָּֽם׃
21 ସାବଧାନ, ଅଧର୍ମକୁ ଆଦର କର ନାହିଁ; କାରଣ ତୁମ୍ଭେ ଦୁଃଖଭୋଗ ଅପେକ୍ଷା ଏହା ହିଁ ମନୋନୀତ କରିଅଛ।
הִ֭שָּׁמֶר אַל־תֵּ֣פֶן אֶל־אָ֑וֶן כִּֽי־עַל־זֶ֝֗ה בָּחַ֥רְתָּ מֵעֹֽנִי׃
22 ଦେଖ, ପରମେଶ୍ୱର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି; ତାହାଙ୍କ ପରି ଶିକ୍ଷକ କିଏ ଅଛି?
הֶן־אֵ֭ל יַשְׂגִּ֣יב בְּכֹחֹ֑ו מִ֖י כָמֹ֣הוּ מֹורֶֽה׃
23 କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି? ଅବା କିଏ କହିପାରେ, ‘ତୁମ୍ଭେ ଅଧର୍ମ କରିଅଛ?’
מִֽי־פָקַ֣ד עָלָ֣יו דַּרְכֹּ֑ו וּמִֽי־אָ֝מַ֗ר פָּעַ֥לְתָּ עַוְלָֽה׃
24 ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର, ଲୋକମାନେ ତହିଁର କୀର୍ତ୍ତନ କରିଅଛନ୍ତି।
זְ֭כֹר כִּֽי־תַשְׂגִּ֣יא פָעֳלֹ֑ו אֲשֶׁ֖ר שֹׁרְר֣וּ אֲנָשִֽׁים׃
25 ସମସ୍ତ ଲୋକ ତହିଁ ପ୍ରତି ନିରୀକ୍ଷଣ କରିଅଛନ୍ତି, ମନୁଷ୍ୟ ଦୂରରୁ ତାହା ଦେଖେ।
כָּל־אָדָ֥ם חָֽזוּ־בֹ֑ו אֱ֝נֹ֗ושׁ יַבִּ֥יט מֵרָחֹֽוק׃
26 ଦେଖ, ପରମେଶ୍ୱର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ।
הֶן־אֵ֣ל שַׂ֭גִּיא וְלֹ֣א נֵדָ֑ע מִסְפַּ֖ר שָׁנָ֣יו וְלֹא־חֵֽקֶר׃
27 କାରଣ ସେ ଜଳବିନ୍ଦୁସବୁ ଆକର୍ଷଣ କରନ୍ତି, ତାହା ବୃଷ୍ଟି ରୂପେ ତାହାଙ୍କ ବାଷ୍ପରୁ ପଡ଼େ।
כִּ֭י יְגָרַ֣ע נִטְפֵי־מָ֑יִם יָזֹ֖קּוּ מָטָ֣ר לְאֵדֹֽו׃
28 ଆକାଶ ତାହା ଢାଳି ଦିଏ ଓ ମନୁଷ୍ୟ ଉପରେ ତାହା ବହୁଳ ରୂପେ ବର୍ଷେ।
אֲשֶֽׁר־יִזְּל֥וּ שְׁחָקִ֑ים יִ֝רְעֲפ֗וּ עֲלֵ֤י ׀ אָדָ֬ם רָֽב׃
29 ମେଘମାଳର ପ୍ରସାରଣ ଓ ତାହାଙ୍କ ଚନ୍ଦ୍ରାତପର ଗର୍ଜ୍ଜନ କି କେହି ବୁଝିପାରେ?
אַ֣ף אִם־יָ֭בִין מִפְרְשֵׂי־עָ֑ב תְּ֝שֻׁאֹ֗ות סֻכָּתֹֽו׃
30 ଦେଖ, ସେ ଆପଣା ଚତୁର୍ଦ୍ଦିଗରେ ନିଜ ଦୀପ୍ତି ବିସ୍ତାର କରନ୍ତି; ପୁଣି, ସେ ସମୁଦ୍ରର ତଳଭାଗ ଆବୃତ କରନ୍ତି।
הֵן־פָּרַ֣שׂ עָלָ֣יו אֹורֹ֑ו וְשָׁרְשֵׁ֖י הַיָּ֣ם כִּסָּֽה׃
31 କାରଣ ସେ ଏସବୁ ଦ୍ୱାରା ଗୋଷ୍ଠୀବର୍ଗର ଶାସନ କରନ୍ତି; ସେ ବହୁଳ ପରିମାଣରେ ଆହାର ଦିଅନ୍ତି।
כִּי־בָ֭ם יָדִ֣ין עַמִּ֑ים יִֽתֶּן־אֹ֥כֶל לְמַכְבִּֽיר׃
32 ସେ ବିଜୁଳିରେ ଆପଣା ହସ୍ତ ଆଚ୍ଛାଦନ କରନ୍ତି ଓ ଲକ୍ଷ୍ୟ ସ୍ଥଳ ଆଘାତ କରିବାକୁ ଆଜ୍ଞା ଦିଅନ୍ତି।
עַל־כַּפַּ֥יִם כִּסָּה־אֹ֑ור וַיְצַ֖ו עָלֶ֣יהָ בְמַפְגִּֽיעַ׃
33 ତହିଁର ଶବ୍ଦ ତାହାଙ୍କ ବିଷୟରେ ପରିଚୟ ଦିଏ, ପଶୁପଲ ମଧ୍ୟ ଆଗାମୀ ତୋଫାନ ବିଷୟ ଜଣାନ୍ତି।
יַגִּ֣יד עָלָ֣יו רֵעֹ֑ו מִ֝קְנֶ֗ה אַ֣ף עַל־עֹולֶֽה׃

< ଆୟୁବ 36 >