< ଯୋହନ 8 >

1 କିନ୍ତୁ ଯୀଶୁ ଜୀତପର୍ବତକୁ ଗଲେ।
Men Jesus gik til Oliebjerget.
2 ତହିଁ ଆରଦିନ ପ୍ରତ୍ୟୁଷରେ ସେ ପୁନର୍ବାର ମନ୍ଦିରକୁ ଆସିଲେ, ପୁଣି, ସମସ୍ତ ଲୋକ ତାହାଙ୍କ ନିକଟକୁ ଆସନ୍ତେ, ସେ ଉପବେଶନ କରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।
og årle om Morgenen kom han igen i Helligdommen, og hele Folket kom til ham; og han satte sig og lærte dem.
3 ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,
Men de skriftkloge og Farisæerne føre en Kvinde til ham, greben i Hor, og stille hende frem i Midten.
4 ହେ ଗୁରୁ, ଏହି ସ୍ତ୍ରୀଲୋକଟି ବ୍ୟଭିଚାର କର୍ମ କରୁଥିବା ସମୟରେ ଧରାପଡ଼ିଅଛି।
Og de sige til ham: "Mester! denne Kvinde er greben i Hor på fersk Gerning.
5 ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି?
Men Moses bød os i Loven, at sådanne skulle stenes; hvad siger nu du?"
6 ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥିନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ। କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ।
Men dette sagde de for at friste ham, for at de kunde have noget at anklage ham for. Men Jesus bøjede sig ned og skrev med Fingeren på Jorden.
7 ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାହାକୁ ପଥର ଫୋପାଡ଼ୁ।
Men da de bleve ved at spørge ham, rettede han sig op og sagde til dem: "Den iblandt eder, som er uden Synd, kaste først Stenen på hende!"
8 ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ।
Og han bøjede sig atter ned og skrev på Jorden.
9 ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ।
Men da de hørte det, gik de bort, den ene efter den anden, fra de ældste til de yngste, og Jesus blev alene tilbage med Kvinden, som stod der i Midten.
10 ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାହାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ?
Men da Jesus rettede sig op og ingen så uden Kvinden, sagde han til hende: "Kvinde! hvor ere de henne? Var der ingen, som fordømte dig?,"
11 ସେ କହିଲା, କେହି ନାହିଁ, ପ୍ରଭୁ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।]
Men hun sagde: "Herre! ingen." Da sagde Jesus: "Heller ikke jeg fordømmer dig; gå bort, og synd ikke mere!"
12 ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”
Jesus talte da atter til dem og sagde: "Jeg er Verdens Lys; den, som følger mig, skal ikke vandre i Mørket, men have Livets Lys."
13 ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ।
Da sagde Farisæerne til ham: "Du vidner om dig selv; dit Vidnesbyrd er ikke sandt."
14 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ବା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ।
Jesus svarede og sagde til dem: "Om jeg end vidner om mig selv. er mit Vidnesbyrd sandt; thi jeg ved, hvorfra jeg kom, og hvor jeg går hen; men I vide ikke, hvorfra jeg kommer, og hvor jeg går hen.
15 ତୁମ୍ଭେମାନେ ମନୁଷ୍ୟ ଭାବରେ ବିଚାର କରିଥାଅ, ମୁଁ କାହାରି ବିଚାର କରେ ନାହିଁ।
I dømme efter Kødet; jeg dømmer ingen.
16 କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି।
Men om jeg også dømmer, er min Dom sand; thi det er ikke mig alene, men mig og Faderen, han, som sendte mig.
17 ପୁଣି, ଦୁଇ ଜଣଙ୍କର ସାକ୍ଷ୍ୟ ଯେ ସତ୍ୟ, ଏହା ତୁମ୍ଭମାନଙ୍କର ବ୍ୟବସ୍ଥାରେ ମଧ୍ୟ ଲେଖାଅଛି।
Men også i eders Lov er der skrevet, at to Menneskers Vidnesbyrd er sandt.
18 ମୁଁ ନିଜେ ନିଜର ସାକ୍ଷୀ, ପୁଣି, ମୋହର ପ୍ରେରଣକର୍ତ୍ତା ପିତା ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି।”
Jeg er den, der vidner om mig selv, og Faderen, som sendte mig, vidner om mig."
19 ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି? ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣିଥାଆନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ।”
Derfor sagde de til ham: "Hvor er din Fader?" Jesus svarede: "I kende hverken mig eller min Fader; dersom I kendte mig, kendte I også min Fader."
20 ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ନିଯୁକ୍ତ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।
Disse Ord talte Jesus ved Tempelblokken, da han lærte i Helligdommen; og ingen greb ham, fordi hans Time endnu ikke var kommen.
21 ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, “ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ।”
Da sagde han atter til dem: "Jeg går bort, og I skulle lede efter mig, og I skulle dø i eders Synd; hvor jeg går hen, kunne I ikke komme."
22 ତେଣୁ ଯିହୁଦୀମାନେ କହିବାକୁ ଲାଗିଲେ, ଏ କଅଣ ଆତ୍ମହତ୍ୟା କରିବ ବୋଲି କହୁଅଛି, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ?”
Da sagde Jøderne: "Mon han vil slå sig selv ihjel, siden han siger: Hvor jeg går hen, kunne I ikke komme?"
23 ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଜଗତରୁ ଉତ୍ପନ୍ନ ନୁହେଁ।”
Og han sagde til dem: "I ere nedenfra, jeg er ovenfra; I ere af denne Verden, jeg er ikke af denne Verden.
24 ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, “ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ।”
Derfor har jeg sagt eder, at I skulle dø i eders Synder; thi dersom I ikke tro, at det er mig, skulle I dø i eders Synder."
25 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, “ପ୍ରାରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଯାହା କହିଅଛି।
De sagde da til ham: "Hvem er du?" Og Jesus sagde til dem: "Just det, som jeg siger eder.
26 ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋହର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି।”
Jeg har meget at tale og dømme om eder; men den, som sendte mig, er sanddru, og hvad jeg har hørt af ham, det taler jeg til Verden."
27 ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ।
De forstode ikke, at han talte til dem om Faderen.
28 ଅତଏବ, ଯୀଶୁ କହିଲେ, “ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ।
Da sagde Jesus til dem: "Når I få ophøjet Menneskesønnen, da skulle I kende, at det er mig, og at jeg gør intet af mig selv; men som min Fader har lært mig, således taler jeg.
29 ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।”
Og han, som sendte mig, er med mig; han har ikke ladet mig alene, fordi jeg; gør altid det, som er ham til Behag."
30 ସେ ଏହି ସମସ୍ତ କଥା କହନ୍ତେ, ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କଲେ।
Da han talte dette, troede mange på ham.
31 ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୁଦୀମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
Jesus sagde da til de Jøder, som vare komne til Tro på ham: "Dersom I blive i mit Ord, ere I sandelig mine Disciple,
32 ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।”
og I skulle erkende Sandheden, og Sandheden skal frigøre eder."
33 ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ?
De svarede ham: "Vi ere Abrahams Sæd og have aldrig været nogens Trælle; hvorledes siger du da: I skulle vorde frie?"
34 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ।
Jesus svarede dem: "Sandelig, sandelig, siger jeg eder, hver den, som gør Synden, er Syndens Træl.
35 ଦାସ ଅନନ୍ତକାଳ ଗୃହରେ ରହେ ନାହିଁ, ପୁତ୍ର ଅନନ୍ତକାଳ ରହେ। (aiōn g165)
Men Trællen bliver ikke i Huset til evig Tid, Sønnen bliver der til evig Tid. (aiōn g165)
36 ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ।
Dersom da Sønnen får frigjort eder, skulle I være virkelig frie.
37 ତୁମ୍ଭେମାନେ ଯେ ଅବ୍ରହାମଙ୍କର ବଂଶ, ତାହା ମୁଁ ଜାଣେ; କିନ୍ତୁ ମୋହର ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ନ ପାଇବାରୁ ତୁମ୍ଭେମାନେ ମୋତେ ବଧ କରିବାକୁ ଚେଷ୍ଟା କରୁଅଛ।
Jeg ved, at I ere Abrahams Sæd; men I søge at slå mig ihjel, fordi min Tale ikke finder Rum hos eder.
38 ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହିସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହିସବୁ କର।”
Jeg taler det, som jeg har set hos min Fader; så gøre også I det, som I have hørt af eders Fader."
39 ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା। ଯୀଶୁ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର;
De svarede og sagde til ham: "Vor Fader er Abraham." Jesus sagde til dem: "Dersom I vare Abrahams Børn, gjorde I Abrahams Gerninger.
40 କିନ୍ତୁ ଯେ ଈଶ୍ବରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରି ଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ।
Men nu søge I at slå mig ihjel, et Menneske, der har sagt eder Sandheden, som jeg har hørt af Gud; dette gjorde Abraham ikke.
41 ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ବର।
I gøre eders Faders Gerninger." De sagde til ham: "Vi ere ikke avlede i Hor; vi have een Fader, Gud."
42 ଯୀଶୁ ସେମାନଙ୍କୁ କହିଲେ, “ଈଶ୍ବର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ବରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।”
Jesus sagde til dem: "Dersom Gud var eders Fader, da elskede I mig; thi jeg er udgået og kommen fra Gud; thi jeg er heller ikke kommen af mig selv, men han har udsendt mig.
43 ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ।
Hvorfor forstå I ikke min Tale? fordi I ikke kunne høre mit Ord.
44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।
I ere af den Fader Djævelen, og eders Faders Begæringer ville I gøre. Han var en Manddraber fra Begyndelsen af, og han står ikke i Sandheden; thi Sandhed er ikke i ham. Når han taler Løgn, taler han af sit eget; thi han er en Løgner og Løgnens Fader.
45 କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ୱାସ କରୁ ନାହଁ।
Men mig tro I ikke, fordi jeg siger Sandheden.
46 ମୋʼ ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ?
Hvem af eder kan overbevise mig om nogen Synd? Siger jeg Sandhed, hvorfor tro I mig da ikke?
47 ଯେ ଈଶ୍ବରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ବରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ବରଙ୍କଠାରୁ ଉତ୍ପନ୍ନ ନୁହଁ।
Den, som er af Gud, hører Guds Ord; derfor høre I ikke, fordi I ere ikke af Gud."
48 ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କଅଣ ଆମ୍ଭେମାନେ ଠିକ୍ କହୁ ନାହୁଁ?
Jøderne svarede og sagde til ham: "Sige vi ikke med Rette, at du er en Samaritan og er besat?"
49 ଯୀଶୁ ଉତ୍ତର ଦେଲେ, “ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ।
Jesus svarede: "Jeg er ikke besat, men jeg ærer min Fader, og I vanære mig.
50 କିନ୍ତୁ ମୁଁ ନିଜର ଗୌରବ ଅନ୍ୱେଷଣ କରେ ନାହିଁ; ଯେ ଅନ୍ୱେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି।
Men jeg søger ikke min Ære; der er den, som søger den og dømmer.
51 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।” (aiōn g165)
Sandelig, sandelig, siger jeg eder, dersom nogen holder mit Ord, skal han i al Evighed ikke se Døden." (aiōn g165)
52 ଯିହୁଦୀ ଲୋକମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ। (aiōn g165)
Jøderne sagde til ham: "Nu vide vi, at du et besat; Abraham døde og Profeterne, og du siger: Dersom nogen holder mit Ord, han skal i al Evighed ikke smage Døden. (aiōn g165)
53 ତୁ କଅଣ ଆମ୍ଭମାନଙ୍କ ପୂର୍ବପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ?
Mon du er større end vor Fader Abraham, som jo døde? også Profeterne døde; hvem gør du dig selv til?"
54 ଯୀଶୁ ଉତ୍ତର ଦେଲେ, “ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ବର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି;
Jesus svarede: "Dersom jeg ærer mig selv, er min Ære intet; det er min Fader, som ærer mig, han, om hvem I sige, at han er eders Gud.
55 ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ। ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ।
Og I have ikke kendt ham, men jeg kender ham. Og dersom jeg siger: "Jeg kender ham ikke," da bliver jeg en Løgner ligesom I; men jeg kender ham og holder hans Ord.
56 ତୁମ୍ଭମାନଙ୍କର ପିତା ଅବ୍ରହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ।”
Abraham, eders Fader, frydede sig til at se min Dag, og han så den og glædede sig."
57 ସେଥିରେ ଯିହୁଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏଁ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କଅଣ ଅବ୍ରହାମଙ୍କୁ ଦେଖିଅଛ?
Da sagde Jøderne til ham: "Du er endnu ikke halvtredsindstyve År gammel, og du har set Abraham?"
58 ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି।”
Jesus sagde til dem: "Sandelig, sandelig, siger jeg eder, førend Abraham blev til, har jeg været."
59 ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।
Så toge de Sten for at kaste på ham; men Jesus skjulte sig og gik ud af Helligdommen.

< ଯୋହନ 8 >