< ଯିହୋଶୂୟ 14 >

1 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,
And this is what the children of Israel inherited in the land of Canaan, which Eleazar the priest, and Joshua the son of Nun, and the chief fathers of the tribes of the children of Israel, allotted for inheritance to them:
2 ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିଦେଲେ।
their inheritance was by lot, as Jehovah had commanded by Moses, for the nine tribes, and the half tribe.
3 କାରଣ ମୋଶା ଯର୍ଦ୍ଦନ-ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।
For Moses had given the inheritance of the two tribes and the half tribe beyond the Jordan, but to the Levites he had given no inheritance among them.
4 ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।
For the children of Joseph were two tribes, Manasseh and Ephraim; and they gave no part to the Levites in the land, save cities to dwell in, and their suburbs for their cattle and for their substance.
5 ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।
As Jehovah had commanded Moses, so the children of Israel did, and they divided the land.
6 ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍‍ଗଲ୍‍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।
Then the children of Judah came near to Joshua in Gilgal, and Caleb the son of Jephunneh the Kenizzite said to him, Thou knowest the word that Jehovah spoke to Moses the man of God, concerning me and thee, in Kadesh-barnea.
7 ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି।
Forty years old was I when Moses the servant of Jehovah sent me from Kadesh-barnea to search out the land; and I brought him word again as it was in my heart.
8 ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି।
And my brethren that had gone up with me made the heart of the people melt; but I wholly followed Jehovah my God.
9 ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ‘ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କର ଅନୁଗତ ହୋଇଅଛ।’
And Moses swore on that day, saying, The land whereon thy feet have trodden shall assuredly be thine inheritance, and thy children's for ever! for thou hast wholly followed Jehovah my God.
10 ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି।
And now behold, Jehovah has kept me alive, as he said, these forty-five years, since Jehovah spoke this word to Moses, when Israel wandered in the wilderness; and now behold, I am this day eighty-five years old.
11 ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।
I am still this day strong, as in the day that Moses sent me: as my strength was then, even so is my strength now, for war, both to go out and to come in.
12 ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀର-ବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।”
And now give me this mountain, of which Jehovah spoke in that day; for thou heardest in that day that Anakim are there, and great fortified cities. If so be Jehovah shall be with me, then I shall dispossess them, as Jehovah said.
13 ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ।
And Joshua blessed him, and gave Hebron to Caleb the son of Jephunneh for an inheritance.
14 ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନୁଗତ ହୋଇଥିଲେ।
Hebron therefore became the inheritance of Caleb the son of Jephunneh the Kenizzite to this day, because he wholly followed Jehovah the God of Israel.
15 ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।
Now the name of Hebron before was Kirjath-Arba; the great man among the Anakim. And the land rested from war.

< ଯିହୋଶୂୟ 14 >