< ଯିହୋଶୂୟ 16 >

1 ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍‍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।
ヨセフの子孫が籤によりて獲たる地の境界はヱリコの邊なるヨルダンすなはちヱリコの東の水の邊より起りてヱリコにかかり更に上りて山地を過ぎベテルにいたりて荒野に沿ひ行き
2 ତହୁଁ ସେ ସୀମା ବେଥେଲ୍‍ଠାରୁ ଲୂସ୍‍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍‍କୁ ଗଲା;
ベテルよりルズにおもむきアルキ人の境界なるアタロテに進み
3 ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
また西の方ヤフレテ人の境界に下り下ベテホロンの境界に及びゲゼルにまで達し海にいたりて盡く
4 ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ।
かくヨセフの子孫マナセ及びエフライムその產業を受たり
5 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବ ଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍‍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।
エフライムの子孫がその宗族にしたがひて獲たる地の境界は是のごとしその產業の境界東はアタロテアダルにて上はベテホロンに達し
6 ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍‍ମଥତ୍‍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍‍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବ ଦିଗରେ ଯାନୋହକୁ ଗଲା।
ミクメタの北より西におもむき東にをれてタアナテシロにいたり之に沿てヤノアの東を過ぎ
7 ପୁଣି ଯାନୋହଠାରୁ ଅଟାରୋତ୍‍ ଓ ନାରା ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।
ヤノアより下りてアタロテおよびナアラにいたりヱリコに達しヨルダンにいたりて盡き
8 ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।
タツプアよりして西に進みカナの河にまで達し海にいたりて盡くエフライムの子孫の支派がその宗族にしたがひて獲たる產業は是のごとし
9 ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା।
この外にマナセの子孫の產業の中にてエフライムの子孫に別ち與へし邑々ありエフライムの一切の邑およびその村々を得たり
10 ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।
但しゲゼルに住るカナン人をば逐はらはざりき是をもてカナン人は今日までエフライムの中に住み僕となりて之に使役せらる

< ଯିହୋଶୂୟ 16 >