< ବିଚାରକର୍ତ୍ତା 1 >

1 ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ?”
А по смрти Исусовој упиташе синови Израиљеви Господа говорећи: Ко ће између нас ићи први на Хананеје да се бије с њима?
2 ତହୁଁ ସଦାପ୍ରଭୁ କହିଲେ, “ଯିହୁଦା ଯିବ; ଦେଖ, ଆମ୍ଭେ ତାହା ହସ୍ତରେ ସେହି ଦେଶ ସମର୍ପଣ କରିଅଛୁ।”
И Господ рече: Јуда нека иде; ето дао сам му земљу у руке.
3 ତହିଁରେ ଯିହୁଦା ଆପଣା ଭ୍ରାତା ଶିମୀୟୋନକୁ କହିଲା, “ଗୁଲିବାଣ୍ଟ କ୍ରମେ ନିରୂପିତ ଆମ୍ଭ ଭାଗକୁ ଆସ, ଆମ୍ଭେମାନେ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା; ପୁଣି ଆମ୍ଭେ ମଧ୍ୟ ତୁମ୍ଭ ସଙ୍ଗେ ତୁମ୍ଭ ଭାଗକୁ ଯିବା।” ତହିଁରେ ଶିମୀୟୋନ ତାହା ସଙ୍ଗେ ଗଲା।
А Јуда рече Симеуну брату свом: Хајде са мном на мој део да се бијемо с Хананејима; пак ћу и ја ићи с тобом на твој део. И пође Симеун с њим.
4 ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।
И изиђе Јуда; и даде им Господ Хананеје и Ферезеје у руке, и побише их у Везеку десет хиљада људи.
5 ପୁଣି ସେମାନେ ବେଷକରେ ଅଦୋନୀବେଷକ୍‌ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।
Јер нађоше Адони-Везека у Везеку, и ударише на њ, и побише Хананеје и Ферезеје.
6 ମାତ୍ର ଅଦୋନୀବେଷକ୍‌ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।
И побеже Адони-Везек, а они га потераше и ухвативши га одсекоше му палце у руку и у ногу.
7 ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।
Тада рече Адони-Везек: Седамдесет царева одсечених палаца у руку и у ногу купише шта беше под мојим столом; како сам чинио, тако ми плати Бог. И одведоше га у Јерусалим, и онде умре.
8 ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
Јер синови Јудини ударише на Јерусалим и узеше га, и исекоше грађане оштрим мачем, а град сажегоше огњем.
9 ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
Потом изиђоше синови Јудини да војују на Хананеје, који живљаху у гори и на југу и у равни.
10 ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନ୍‍କୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।
И Јуда изиђе на Хананеје који живљаху у Хеврону, а Хеврону беше пре име Киријат-Арва; и побише Сесаја и Ахимана и Талмаја.
11 ଆଉ ସେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍‍-ସେଫର ଥିଲା।
А одатле отидоше на Давиране, а Давиру пре беше име Киријат-Сефер.
12 ପୁଣି କାଲେବ କହିଲେ, “ଯେକେହି କିରୀୟଥ୍‍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋʼ କନ୍ୟା ଅକ୍‍ଷାର ବିବାହ ଦେବି।”
И рече Халев: Ко савлада Киријат-Сефер и узме га, даћу му Ахсу кћер своју за жену.
13 ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।
И узе га Готонило, син Кенезов, млађи брат Халевов; и даде му Ахсу кћер своју за жену.
14 ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”
И кад полажаше, наговараше је да иште у оца њеног поље: Па скочи с магарца. А Халев јој рече: Шта ти је?
15 ତହୁଁ ସେ କହିଲା, “ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ;” ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
А она му рече: Дај ми дар; кад си ми дао суву земљу, дај ми и изворе водене. И даде јој Халев изворе горње и изворе доње.
16 ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠିଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।
А и синови Кенеја таста Мојсијевог изиђоше из града палмовог са синовима Јудиним у пустињу Јудину, која је на југу од Арада. И дошавши живљаху с народом.
17 ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍‍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।
Потом изиђе Јуда са Симеуном братом својим, и побише Хананеје који живљаху у Сефату, и раскопаше га, и прозва се град Орма.
18 ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।
И Газу узе Јуда с међама њеним, и Аскалон с међама његовим, и Акарон с међама његовим.
19 ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।
Јер Господ беше с Јудом, те освоји гору; али не изагна оне који живљаху у долини, јер имаху гвоздена кола.
20 ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।
И дадоше Халеву Хеврон, као што беше заповедио Мојсије, а он изагна оданде три сина Енакова.
21 ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି।
А синови Венијаминови не изагнаше Јевусеја који живљаху у Јерусалиму; него Јевусеји осташе у Јерусалиму са синовима Венијаминовим до овог дана.
22 ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବେଥେଲ୍‍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।
Изиђоше и синови Јосифови на Ветиљ, и Господ беше с њима.
23 ସେତେବେଳେ ଯୋଷେଫ-ବଂଶ ବେଥେଲ୍‍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।
И уходише Ветиљ синови Јосифови, а име граду беше пре Луз.
24 ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, “ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।”
И уходе видеше човека који иђаше из града и рекоше му: Хајде покажи нам куда ћемо ући у град, па ћемо ти учинити милост.
25 ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶ କରିବା ପଥ ଦେଖାନ୍ତେ, ସେମାନେ ଖଡ୍ଗଧାରରେ ସେହି ନଗରକୁ ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।
А он им показа куда ће ући у град: и исекоше у граду све оштрим мачем, а оног човека пустише са свом породицом његовом.
26 ଏଥିଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୂସ୍‍ ରଖିଲା; ତହିଁର ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
И отиде онај човек у земљу хетејску, и онде сазида град, и прозва га Луз; то му је име до данас.
27 ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ୍‍ ଓ ତହିଁର ଉପନଗର-ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।
А Манасија не изагна становнике из Вет-Сана и села његових, ни из Танаха и села његових, ни становнике из Дора и села његових, ни становнике из Ивлеама и села његових, ни становнике из Мегида и села његових; и Хананеји стадоше живети у тој земљи.
28 ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।
А кад ојача Израиљ, удари на Хананеје данак, али их не изагна.
29 ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ।
Ни Јефрем не изагна Хананеје који живљаху у Гезеру; него осташе Хананеји с њим у Гезеру.
30 ସବୂଲୂନ କିଟ୍ରୋଣ ଓ ନହଲୋଲ୍‍ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠିକର୍ମ କଲେ।
Завулон не изагна становнике из Китрона, ни становнике из Налола; него осташе Хананеји с њим, и плаћаху данак.
31 ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍‍ ଓ ଅକଷୀବ୍ କି ହିଲବା କି ଅଫିକ୍‍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।
Асир не изагна становнике из Акона, ни становнике из Сидона ни из Алава, ни из Ахазива, ни из Хелве, ни из Афика, ни из Реова;
32 ମାତ୍ର ଆଶେରୀୟମାନେ ସେହି ଦେଶ ନିବାସୀ କିଣାନୀୟମାନଙ୍କୁ ତଡ଼ି ନ ଦେବାରୁ ସେମାନଙ୍କ ମଧ୍ୟରେ ବାସ କଲେ।
Него Асир живљаше међу Хананејима, становницима оне земље, јер их не изагна.
33 ନପ୍ତାଲି ବେଥ୍-ଶେମଶ କି ବେଥ୍ନାତ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବେଥ୍-ଶେମଶ ଓ ବେଥ୍-ଆନାତ୍ ନିବାସୀମାନେ ସେମାନଙ୍କର ବେଠିକର୍ମ କଲେ।
Нефталим не изагна становнике из Вет-Семеса, ни становнике из Вет-Аната; него живљаше међу Хананејима становницима оне земље; и становници у Вет-Семесу и у Вет-Анату плаћаху им данак.
34 ଆଉ ଇମୋରୀୟମାନେ ଦାନ୍-ସନ୍ତାନଗଣକୁ ପର୍ବତମୟ ଦେଶରେ ରହିବାକୁ ବାଧ୍ୟ କଲେ; ଆଉ ତଳିଭୂମିକି ସେମାନଙ୍କୁ ଆସିବାକୁ ଦେଲେ ନାହିଁ।
А Амореји притешњаваху синове Данове у гори, и не даваху им силазити у долину.
35 ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନ୍‍ରେ ଓ ଶାଲବୀମ୍‍ରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠିକର୍ମ କଲେ।
И Амореји стадоше живети у гори Ересу, у Ајалону и у Салвиму; а кад осили рука дома Јосифовог, плаћаше данак.
36 ପୁଣି ଅକ୍ରବ୍ବୀମ-ଘାଟୀ ଶୈଳଠାରୁ ଆଗକୁ ଇମୋରୀୟମାନଙ୍କ ସୀମା ଥିଲା।
А међа Аморејима беше од горе акравимске, од стене па навише.

< ବିଚାରକର୍ତ୍ତା 1 >