< ଲୂକ 1 >

1 ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ,
Mutane da yawa sun ɗau niyyar rubuta labarin abubuwan da aka cika a cikinmu,
2 ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି।
kamar yadda muka karɓe su daga waɗanda tun farko shaidu ne da kuma masu hidimar bishara.
3 ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି,
Saboda haka, da yake ni da kaina na binciko kome a hankali daga farko, na ga ya yi kyau in rubuta maka labarin dalla-dalla, ya mafifici Tiyofilus,
4 ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେସବୁର ନିଶ୍ଚୟତା ଜାଣି ପାରନ୍ତି।
don ka san tabbacin abubuwan da aka koyar da kai.
5 ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ।
A lokacin da Hiridus ne yake sarautar Yahudiya, an yi wani firist mai suna Zakariya, na sashin firistoci gidan Abiya. Matarsa Elizabet ma’yar zuriyar Haruna ce.
6 ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।
Dukansu biyu kuwa masu adalci ne a gaban Allah, suna kuma bin umarnan Ubangiji da farillansa duka da halin rashin zargi.
7 କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା।
Sai dai ba su da’ya’ya, domin Elizabet bakararriya ce; kuma dukansu biyu sun tsufa.
8 ସେ ଆପଣା ଦଳର ପାଳି ଅନୁସାରେ ଈଶ୍ବରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ,
Wata rana da lokacin aikin firistoci na sashen Zakariya na yin hidima ya kewayo, yana kuma cikin hidimarsa ta firist a gaban Allah,
9 ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
sai aka zaɓe shi ta wurin ƙuri’a, bisa ga al’adar aikin firist, yă shiga haikalin Ubangiji yă ƙone turare.
10 ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ।
Da lokacin ƙone turare ya yi, duk taron masu sujada suna a waje suna addu’a.
11 ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ।
Sai mala’ikan Ubangiji ya bayyana gare shi, tsaye a dama da bagaden turare.
12 ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ।
Da Zakariya ya gan shi sai ya firgita, tsoro kuma ya kama shi.
13 କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।
Amma mala’ikan ya ce masa, “Kada ka ji tsoro, Zakariya; an ji addu’arka. Matarka Elizabet za tă haifa maka ɗa, za ka kuma ba shi suna Yohanna.
14 ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ।
Zai zama abin murna da farin ciki a gare ka, mutane da yawa kuwa za su yi murna don haihuwarsa,
15 ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
gama zai zama mai girma a gaban Ubangiji. Ba kuwa zai taɓa shan ruwan inabi ko wani abu mai sa maye ba. Zai cika da Ruhu Mai Tsarki tun haihuwa.
16 ଆଉ ସେ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ବରଙ୍କ ପ୍ରତି ଫେରାଇବ।
Shi ne zai juye mutanen Isra’ila da yawa zuwa wurin Ubangiji Allahnsu.
17 ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ସେ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ।
Zai sha gaban Ubangiji, a ruhu da kuma iko irin na Iliya, domin yă juye zukatan iyaye ga’ya’yansu, marasa biyayya kuma ga zama masu biyayya don yă kintsa mutane su zama shiryayyu domin Ubangiji.”
18 ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି।
Sai Zakariya ya tambayi mala’ikan ya ce, “Yaya zan tabbatar da wannan? Ga ni tsoho, matana kuma ta kwana biyu.”
19 ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।
Mala’ikan ya ce, “Ni ne Jibra’ilu. Ina tsaya a gaban Allah, an kuma aiko ni in yi maka magana, in kuma faɗa maka wannan labari mai daɗi.
20 ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହିସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ।
Yanzu za ka zama bebe, ba za ka ƙara iya magana ba sai ranar da wannan magana ta cika, saboda ba ka gaskata da kalmomina waɗanda za su zama gaskiya a daidai lokacinsu ba.”
21 ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ।
Ana cikin haka, mutane suna jiran Zakariya, suna kuma mamaki me ya sa ya daɗe haka a cikin haikali.
22 କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଅଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ।
Da ya fito, bai iya yin musu magana ba. Sai suka gane, ya ga wahayi ne a haikali, domin ya dinga yin musu alamu, amma ya kāsa yin magana.
23 ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ।
Da lokacin hidimarsa ya cika, sai ya koma gida.
24 ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,
Bayan wannan, matarsa Elizabet ta yi ciki, ta kuma riƙa ɓuya har wata biyar.
25 ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି।
Sai ta ce, “Ubangiji ne ya yi mini wannan. A waɗannan kwanaki ya nuna tagomashinsa ya kuma kawar mini da kunya a cikin mutane.”
26 ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ;
A wata na shida, sai Allah ya aiki mala’ika Jibra’ilu zuwa Nazaret, wani gari a Galili,
27 ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ।
gun wata budurwar da aka yi alkawarin aurenta ga wani mutum mai suna Yusuf daga zuriyar Dawuda. Sunan budurwar Maryamu.
28 ସେ ଗୃହରେ ପ୍ରବେଶ କରି ତାହାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ।
Mala’ikan ya je wurinta ya ce, “A gaishe ki, ya ke da kika sami tagomashi ƙwarai! Ubangiji yana tare da ke.”
29 କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ।
Maryamu ta damu ƙwarai da kalmominsa, tana tunani wace irin gaisuwa ce haka?
30 ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ।
Amma mala’ikan ya ce mata, “Kada ki ji tsoro, Maryamu, kin sami tagomashi a wurin Allah.
31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
Ga shi za ki yi ciki ki kuma haifi ɗa, za ki kuma ba shi suna Yesu.
32 ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,
Zai zama mai girma, za a kuma kira shi Ɗan Maɗaukaki. Ubangiji Allah zai ba shi gadon sarautar kakansa Dawuda,
33 ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ। (aiōn g165)
zai yi mulkin gidan Yaƙub har abada, mulkinsa kuma ba zai taɓa ƙare ba.” (aiōn g165)
34 କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ।
Maryamu ta tambayi mala’ikan ta ce, “Yaya wannan zai yiwu, da yake ni budurwa ce?”
35 ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।
Mala’ikan ya amsa ya ce, “Ruhu Mai Tsarki zai sauko miki, ikon Maɗaukaki kuma zai rufe ke. Saboda haka, Mai Tsarkin nan da za a haifa, za a kira shi Ɗan Allah.
36 ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;
’Yar’uwarki Elizabet ma za tă haifi ɗa a tsufanta, ita da aka ce bakararriya, ga shi tana a watanta na shida.
37 କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ।
Gama ba abin da zai gagari Allah.”
38 ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ।
Maryamu ta amsa ta ce, “To, ni baiwar Allah ce, bari yă zama mini kamar yadda ka faɗa.” Sai mala’ikan ya tafi abinsa.
39 ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,
A lokacin sai Maryamu ta shirya ta gaggauta zuwa wani gari a ƙasar tudu ta Yahudiya,
40 ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ।
inda ta shiga gidan Zakariya ta kuma gai da Elizabet.
41 ଆଉ, ଏଲୀଶାବେଥ ମରୀୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାହାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ
Da Elizabet ta ji gaisuwar Maryamu, sai jaririn da yake a cikinta ya yi motsi. Elizabet kuma ta cika da Ruhu Mai Tsarki.
42 ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ।
Sai ta ɗaga murya da ƙarfi ta ce, “Ke mai albarka ce a cikin mata. Mai albarka ne kuma ɗan da za ki haifa!
43 ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା?
Me ya sa na sami wannan tagomashi har da mahaifiyar Ubangijina za tă zo wurina?
44 କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା।
Da jin gaisuwarki, sai jaririn da yake cikina ya yi motsi don murna.
45 ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ।
Mai albarka ce wadda ta gaskata cewa abin da Ubangiji ya faɗa mata zai cika!”
46 ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,
Sai Maryamu ta ce, “Raina yana ɗaukaka Ubangiji
47 ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି;
ruhuna kuma yana farin ciki da Allah Mai Cetona,
48 କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ,
gama ya lura da ƙasƙancin baiwarsa. Daga yanzu nan gaba dukan zamanai za su ce da ni mai albarka,
49 କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର,
gama Mai Iko Duka ya yi mini manyan abubuwa, sunansa labudda Mai Tsarki ne.
50 ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ।
Jinƙansa ya kai ga masu tsoronsa, daga zamani zuwa zamani.
51 ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଙ୍କାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
Ya aikata manyan ayyuka da hannunsa; ya watsar da waɗanda suke masu girman kai a zurfin tunaninsu.
52 ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,
Ya saukar da masu mulki daga gadajen sarautarsu amma ya ɗaukaka ƙasƙantattu.
53 ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି।
Ya ƙosar da masu yunwa da kyawawan abubuwa amma ya sallami mawadata hannu wofi.
54 ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ, ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି,
Ya taimaki bawansa Isra’ila, yana tunawa yă nuna jinƙai
55 ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି।” (aiōn g165)
ga Ibrahim da zuriyarsa har abada, kamar yadda ya faɗa wa kakanninmu.” (aiōn g165)
56 ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ।
Maryamu ta zauna da Elizabet kusan wata uku sa’an nan ta koma gida.
57 ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ,
Sa’ad da kwanaki suka yi don Elizabet ta haihu, sai ta haifi ɗa.
58 ଆଉ ପ୍ରଭୁ ଯେ ତାହାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାହାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାହାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ।
Maƙwabtanta da’yan’uwanta suka ji cewa Ubangiji ya nuna mata jinƙai mai yawa, suka kuma taya ta farin ciki.
59 ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ।
A rana ta takwas, sai suka zo don a yi wa yaron kaciya, dā za su sa masa sunan mahaifinsa Zakariya ne,
60 କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ।
amma mahaifiyar yaron ta ce, “A’a! Za a ce da shi Yohanna.”
61 ସେମାନେ ତାହାଙ୍କୁ କହିଲେ, ତୁମ୍ଭର ସମ୍ପର୍କୀୟମାନଙ୍କ ମଧ୍ୟରେ ତ କାହାର ଏହି ନାମ ନାହିଁ।
Sai suka ce mata, “Ba wani a cikin danginku mai wannan suna.”
62 ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଅଛନ୍ତି, ତାହା ସଙ୍କେତ କରି ପଚାରିବାକୁ ଲାଗିଲେ।
Sai suka yi alamu wa mahaifinsa, don su san sunan da zai su a kira yaron.
63 ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ।
Ya yi alama a kawo masa allo, a gaban kowa sai ya rubuta, “Sunansa Yohanna.” Dukan mutane kuwa suka yi mamaki.
64 ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଈଶ୍ବରଙ୍କ ପ୍ରଶଂସା କରିବାକୁ ଲାଗିଲେ।
Nan da nan bakinsa ya buɗe harshensa kuma ya saku, sai ya fara magana yana yabon Allah.
65 ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦିୟା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକହି ହେଲେ,
Maƙwabta duk suka cika da tsoro, mutane kuwa suka yi ta yin magana game da dukan waɗannan abubuwa a ko’ina a cikin ƙasar tudu ta Yahudiya.
66 ପୁଣି, ଶୁଣିବା ଲୋକ ସମସ୍ତେ ସେହିସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କଅଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ।
Duk waɗanda suka ji wannan kuwa sun yi mamaki suna cewa, “To, me yaron nan zai zama?” Gama hannun Ubangiji yana tare da shi.
67 ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ,
Mahaifinsa Zakariya ya cika da Ruhu Mai Tsarki sai ya yi annabci ya ce,
68 “ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;
“Yabo ya tabbata ga Ubangiji, Allah na Isra’ila, domin ya zo ya kuma fanshe mutanensa.
69 ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,
Ya tā mana ƙahon ceto a gidan bawansa Dawuda
70 ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ, (aiōn g165)
(yadda ya yi magana tun tuni ta wurin annabawansa masu tsarki), (aiōn g165)
71 ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି,
cewa zai cece mu daga abokan gābanmu daga kuma hannun dukan waɗanda suke ƙinmu
72 ଯେପରି ସେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,
don yă nuna jinƙai ga kakanninmu, yă kuma tuna da alkawarinsa mai tsarki,
73 ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ, ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି,
rantsuwar da ya yi wa mahaifinmu Ibrahim,
74 ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ,
don yă kuɓutar da mu daga hannun abokan gābanmu, yă kuma sa mu iya yin masa hidima babu tsoro,
75 ପବିତ୍ରତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି।
cikin tsarki da adalci a gabansa dukan kwanakinmu.
76 ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;
“Kai kuma, ɗana, za a ce da kai annabin Maɗaukaki; gama za ka sha gaban Ubangiji don ka shirya masa hanya,
77 କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ,
don ka sanar da mutanensa ceto, ta wurin gafarar zunubansu,
78 ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ, ଆମ୍ଭମାନଙ୍କ ଈଶ୍ବରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ, ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ୱରୁ ସୂର୍ଯ୍ୟୋଦୟ ହେବ,
saboda jinƙai na Allahnmu mai ƙauna, hasken nan na ceto zai ɓullo mana daga sama,
79 ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ତାହାଙ୍କ ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।”
don yă haskaka a kan waɗanda suke zama cikin duhu, da kuma cikin inuwar mutuwa, don yă bi da ƙafafunmu a hanyar salama.”
80 ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।
Yaron kuwa ya yi girma ya kuma ƙarfafa a ruhu; ya zauna a hamada sai lokacin da ya fito a fili ga mutanen Isra’ila.

< ଲୂକ 1 >