< ଲୂକ 10 >

1 ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ।
この事ののち、主、ほかに七 十 人をあげて、自ら往かんとする町々 處々へ、おのれに先だち二人づつを遣さんとして言ひ給ふ、
2 ପୁଣି, ସେ ସେମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର।
『收穫はおほく、勞働人は少し。この故に收穫の主に、勞働人をその收穫場に遣し給はんことを求めよ。
3 ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି।
往け、視よ、我なんぢらを遣すは、羔羊を豺狼のなかに入るるが如し。
4 ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ।
財布も袋も鞋も携ふな。また途にて誰にも挨拶すな。
5 ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ।
孰の家に入るとも、先づ平安この家にあれと言へ。
6 ଆଉ, ସେ ସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାର ଉପରେ ଅଧିଷ୍ଠାନ କରିବ; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ଫେରିଆସିବ।
もし平安の子そこに居らば、汝らの祝する平安はその上に留らん。もし然らずば、其の平安は汝らに歸らん。
7 ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ।
その家にとどまりて、與ふる物を食ひ飮みせよ。勞働人のその値を得るは相應しきなり。家より家に移るな。
8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର,
孰の町に入るとも、人々なんぢらを受けなば、汝らの前に供ふる物を食し、
9 ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।
其處にをる病のものを醫し、また「神の國は汝らに近づけり」と言へ。
10 କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ,
孰の町に入るとも、人々なんじらを受けずば、大路に出でて、
11 ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ି ଦେଉଅଛୁ; ତଥାପି ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ।
「我らの足につきたる汝らの町の塵をも、汝らに對して拂ひ棄つ、されど神の國の近づけるを知れ」と言へ。
12 ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ।”
われ汝らに告ぐ、かの日にはソドムの方その町よりも耐へ易からん。
13 “ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।
禍害なる哉、コラジンよ、禍害なる哉、ベツサイダよ、汝らの中にて行ひたる能力ある業を、ツロとシドンとにて行ひしならば、彼らは早く荒布をき、灰のなかに坐して、悔改めしならん。
14 ତଥାପି ବିଚାରରେ ତୁମ୍ଭମାନଙ୍କ ଦଣ୍ଡ ଅପେକ୍ଷା ସୋର ଓ ସୀଦୋନର ଦଣ୍ଡ ସହି ହେବ।
されば審判には、ツロとシドンとのかた汝 等よりも耐へ易からん。
15 ଆଉ, ରେ କଫର୍ନାହୂମ ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ।” (Hadēs g86)
カペナウムよ、汝は天にまで擧げらるべきか、黄泉にまで下らん。 (Hadēs g86)
16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।
汝 等に聽く者は我に聽くなり、汝らを棄つる者は我を棄つるなり。我を棄つる者は我を遣し給ひし者を棄つるなり』
17 ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।
七 十 人よろこび歸りて言ふ『主よ、汝の名によりて惡鬼すら我らに服す』
18 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି।
イエス彼らに言ひ給ふ『われ天より閃く電光のごとくサタンの落ちしを見たり。
19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।
視よ、われ汝らに蛇・蠍を踏み、仇の凡ての力を抑ふる權威を授けたれば、汝らを害ふもの斷えてなからん。
20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।”
されど靈の汝らに服するを喜ぶな、汝らの名の天に録されたるを喜べ』
21 ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, “ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।”
その時イエス聖 靈により喜びて言ひたまふ『天 地の主なる父よ、われ感謝す、此 等のことを智きもの慧き者に隱して、嬰兒に顯したまへり。父よ、然り、此のごときは御意に適へるなり。
22 “ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।”
凡ての物は我わが父より委ねられたり。子の誰なるを知る者は、父の外になく、父の誰なるを知る者は、子また子の欲するままに顯すところの者の外になし』
23 ପୁଣି, ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଯେଉଁ ଚକ୍ଷୁ ଦେଖେ, ତାହା ଧନ୍ୟ।
かくて弟子たちを顧み竊に言ひ給ふ『なんぢらの見る所を見る眼は幸福なり。
24 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”
われ汝らに告ぐ、多くの預言者も、王も、汝らの見るところを見んと欲したれど見ず、汝らの聞く所を聞かんと欲したれど聞かざりき』
25 ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? (aiōnios g166)
視よ、或 教法師、立ちてイエスを試みて言ふ『師よ、われ永遠の生命を嗣ぐためには何をなすべきか』 (aiōnios g166)
26 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ କଅଣ ଲେଖାଅଛି? ତୁମ୍ଭେ କିପରି ପାଠ କରୁଅଛ?”
イエス言ひたまふ『律法に何と録したるか、汝いかに讀むか』
27 ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
答へて言ふ『なんぢ心を盡し精神を盡し、力を盡し、思を盡して、主たる汝の神を愛すべし。また己のごとく汝の隣を愛すべし』
28 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ।”
イエス言ひ給ふ『なんぢの答は正し。之を行へ、さらば生くべし』
29 କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ?
彼おのれを義とせんとしてイエスに言ふ『わが隣とは誰なるか』
30 ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, “ଜଣେ ଲୋକ ଯିରୂଶାଲମ ସହରରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ।
イエス答へて言ひたまふ『或 人エルサレムよりエリコに下るとき強盜にあひしが、強盜どもその衣を剥ぎ、傷を負はせ、半死半生にして棄て去りぬ。
31 ଘଟଣା ପରେ-ପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ।
或 祭司たまたま此の途より下り、之を見てかなたを過ぎ往けり。
32 ସେହି ପ୍ରକାରେ ଜଣେ ଲେବୀୟ ମଧ୍ୟ ସେ ସ୍ଥାନକୁ ଆସି ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ।
又レビ人も此處にきたり、之を見て同じく彼方を過ぎ往けり
33 କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ,
然るに或るサマリヤ人、旅して其の許にきたり、之を見て憫み、
34 ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ।
近寄りて油と葡萄酒とを注ぎ、傷を包みて己が畜にのせ、旅舍に連れゆきて介抱し、
35 ତହିଁ ଆରଦିନ ସେ ଦୁଇଟି ରୌପ୍ୟ-ମୁଦ୍ରା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ‘ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି।’”
あくる日デナリ二つを出し、主人に與へて「この人を介抱せよ。費もし増さば、我が歸りくる時に償はん」と言へり。
36 “ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?”
汝いかに思ふか、此の三人のうち、孰か強盜にあひし者の隣となりしぞ』
37 ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର।”
かれ言ふ『その人に憐憫を施したる者なり』イエス言ひ給ふ『なんぢも往きて其の如くせよ』
38 ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।
かくて彼ら進みゆく間に、イエス或 村に入り給へば、マルタと名づくる女おのが家に迎へ入る。
39 ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।
その姉妹にマリヤといふ者ありて、イエスの足下に坐し、御言を聽きをりしが、
40 କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ।
マルタ饗應のこと多くして心いりみだれ、御許に進みよりて言ふ『主よ、わが姉妹われを一人のこして働かするを、何とも思ひ給はぬか、彼に命じて我を助けしめ給へ』
41 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,
主、答へて言ひ給ふ『マルタよ、マルタよ、汝さまざまの事により、思ひ煩ひて心勞す。
42 କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”
されど無くてならぬものは多からず、唯一つのみ、マリヤは善きかたを選びたり。此は彼より奪ふべからざるものなり』

< ଲୂକ 10 >