< ଲୂକ 17 >

1 ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର;
Kisha, Yesu akawaambia wanafunzi wake, “Haiwezekani kabisa kusitokee vikwazo vinavyosababisha dhambi; lakini ole wake mtu yule atakayevisababisha.
2 ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାଆନ୍ତା।
Ingekuwa afadhali kwake kufungiwa shingoni jiwe kubwa la kusagia na kutoswa baharini, kuliko kumkwaza mmoja wa wadogo hawa.
3 ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ।
Jihadharini! Kama ndugu yako akikukosea, mwonye; akitubu, msamehe.
4 ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ-ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।”
Na kama akikukosea mara saba kwa siku, na kila mara akarudi kwako akisema Nimetubu, lazima umsamehe.”
5 ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ।
Mitume wakamwambia Bwana, “Utuongezee imani.”
6 ପ୍ରଭୁ କହିଲେ, “ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ।”
Naye Bwana akajibu, “Kama imani yenu ingekuwa ndogo hata kama chembe ndogo ya haradali, mngeweza kuuambia mti huu wa mkuyu: Ng'oka ukajipandikize baharini, nao ungewatii.
7 “କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ?
“Tuseme mmoja wenu ana mtumishi ambaye analima shambani au anachunga kondoo. Je, anaporudi kutoka shambani, atamwambia: Haraka, njoo ule chakula?
8 ସେ କଅଣ ବରଂ ତାହାକୁ କହିବ ନାହିଁ, ମୋହର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋହର ସେବା କର, ତାହା ପରେ ତୁ ଖିଆପିଆ କରିବୁ?
La! Atamwambia: Nitayarishie chakula, ujifunge tayari kunitumikia mpaka nitakapomaliza kula na kunywa, ndipo nawe ule na unywe.
9 ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କଅଣ ତାହାକୁ ଧନ୍ୟବାଦ ଦିଏ?
Je utamshukuru huyo mtumishi kwa sababu ametimiza aliyoamriwa?
10 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ‘ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ।’”
Hali kadhalika na ninyi mkisha fanya yote mliyoamriwa, semeni: Sisi ni watumishi tusio na faida, tumetimiza tu yale tuliyotakiwa kufanya.”
11 ସେ ଯିରୂଶାଲମ ସହରକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ।
Yesu akiwa safarini kwenda Yerusalemu alipitia mipakani mwa Samaria na Galilaya.
12 ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠରୋଗୀ ତାହାଙ୍କ ସହିତ ସାକ୍ଷାତ କଲେ;
Alipokuwa anaingia katika kijiji kimoja, watu kumi wenye ukoma walikutana naye, wakasimama kwa mbali.
13 ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ।
Wakapaza sauti wakisema, “Yesu Mwalimu, tuonee huruma!”
14 ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ।
Alipowaona akawaambia, “Nendeni mkajionyeshe kwa makuhani.” Basi, ikawa walipokuwa wanakwenda, wakatakasika.
15 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି,
Mmoja wao alipoona kwamba ameponywa alirudi akimtukuza Mungu kwa sauti kubwa.
16 ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।
Akajitupa chini mbele ya miguu ya Yesu huku akimshukuru. Huyo alikuwa Msamaria.
17 ସେଥିରେ ଯୀଶୁ ଉତ୍ତର ଦେଲେ, “ଦଶ ଜଣ କଅଣ ଶୁଚି ହେଲେ ନାହିଁ?
Hapo Yesu akasema, “Je, si watu kumi walitakaswa? Wale tisa wako wapi?
18 ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?”
Hakupatikana mwingine aliyerudi kumtukuza Mungu ila tu huyu mgeni?”
19 ପୁଣି, ସେ ତାହାକୁ କହିଲେ, “ଉଠିଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”
Halafu akamwambia huyo mtu, “Simama, uende zako; imani yako imekuponya.”
20 ଈଶ୍ବରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କ ରାଜ୍ୟ ଦୃଶ୍ୟ ଭାବରେ ଆସେ ନାହିଁ;
Wakati mmoja, Mafarisayo walimwuliza Yesu, “Ufalme wa Mungu utakuja lini?” Naye akawajibu, “Ufalme wa Mungu hauji kwa namna itakayoweza kuonekana.
21 କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି।”
Wala hakuna atakayeweza kusema, Uko hapa, au Uko pale. Kwa kweli Ufalme wa Mungu uko kati yenu.”
22 କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, “ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ।
Halafu akawaambia wanafunzi wake, “Siku zinakuja ambapo mtatamani kuona mojawapo ya siku za Mwana wa Mtu, lakini hamtaiona.
23 ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ।
Na watu watawaambieni: Tazameni yuko hapa; ninyi msitoke wala msiwafuate.
24 କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ।
Kwa maana kama vile umeme unavyotokea ghafla na kuangaza anga upande mmoja hadi mwingine, ndivyo Mwana wa Mtu atakavyokuwa siku yake.
25 ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ।
Lakini kabla ya hayo, itambidi ateseke sana na kukataliwa na kizazi hiki.
26 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;
Kama ilivyokuwa nyakati za Noa, ndivyo itakavyokuwa katika siku za Mwana wa Mtu.
27 ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା।
Watu waliendelea kula na kunywa, kuoa na kuolewa mpaka wakati ule Noa alipoingia katika safina. Gharika ikatokea na kuwaangamiza wote.
28 ଲୋଟଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିଥିଲା, ଲୋକମାନେ ଖିଆପିଆ, କିଣାବିକା, ଗଛ ଲଗାଇବା ଓ ଘର ତିଆରି କରିବାରେ ବ୍ୟସ୍ତ ଥିଲେ,
Itakuwa kama ilivyotokea wakati wa Loti. Watu waliendelea kula na kunywa, kununua na kuuza, kupanda mbegu na kujenga.
29 କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ଆସି ସମସ୍ତଙ୍କୁ ବିନାଶ କଲା।
Lakini siku ile Loti alipoondoka Sodoma, moto na kiberiti vikanyesha kama mvua kutoka mbinguni na kuwaangamiza wote.
30 ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେହି ପ୍ରକାର ଘଟିବ।
Ndivyo itakavyokuwa siku ile Mwana wa Mtu atakapofunuliwa.
31 ସେହି ଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ଫେରି ନ ଯାଉ।
“Siku hiyo, yeyote atakayekuwa juu ya paa asishuke nyumbani kuchukua mali yake. Kadhalika, naye atakayekuwa shambani asirudi nyuma.
32 ଲୋଟଙ୍କ ସ୍ତ୍ରୀଙ୍କର କଥା ମନେ ପକାଅ।
Kumbukeni yaliyompata mke wa Loti.
33 ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ।
Yeyote anayetaka kuiokoa nafsi yake, ataipoteza; na yeyote anayeipoteza, ataiokoa.
34 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।
Nawaambieni, siku ile usiku watu wawili watakuwa wanalala pamoja, mmoja atachukuliwa na yule mwingine ataachwa.
35 ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।
Wanawake wawili watakuwa wakisaga nafaka pamoja; mmoja atachukuliwa na mwingine ataachwa.”
36 [ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।]”
Watu wawili watakuwa shambani; mmoja atachukuliwa na mwingine ataachwa.
37 ସେଥିରେ ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ? ସେ ସେମାନଙ୍କୁ କହିଲେ, “ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ।”
Hapo wakamwuliza, “Ni wapi Bwana?” Naye akawaambia, “Ulipo mzoga, ndipo tai watakapokusanyikia.”

< ଲୂକ 17 >