< ଲୂକ 18 >

1 କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
また、イエスは失望せずに常に祈るべきことを、人々に譬で教えられた。
2 “ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ବରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ।
「ある町に、神を恐れず、人を人とも思わぬ裁判官がいた。
3 ସେହି ନଗରରେ ଜଣେ ବିଧବା ଥିଲା, ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା।
ところが、その同じ町にひとりのやもめがいて、彼のもとにたびたびきて、『どうぞ、わたしを訴える者をさばいて、わたしを守ってください』と願いつづけた。
4 ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,
彼はしばらくの間きき入れないでいたが、そののち、心のうちで考えた、『わたしは神をも恐れず、人を人とも思わないが、
5 ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ।’”
このやもめがわたしに面倒をかけるから、彼女のためになる裁判をしてやろう。そうしたら、絶えずやってきてわたしを悩ますことがなくなるだろう』」。
6 ସେଥିରେ ପ୍ରଭୁ କହିଲେ, “ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ।
そこで主は言われた、「この不義な裁判官の言っていることを聞いたか。
7 ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?
まして神は、日夜叫び求める選民のために、正しいさばきをしてくださらずに長い間そのままにしておかれることがあろうか。
8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”
あなたがたに言っておくが、神はすみやかにさばいてくださるであろう。しかし、人の子が来るとき、地上に信仰が見られるであろうか」。
9 ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,
自分を義人だと自任して他人を見下げている人たちに対して、イエスはまたこの譬をお話しになった。
10 “ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ।
「ふたりの人が祈るために宮に上った。そのひとりはパリサイ人であり、もうひとりは取税人であった。
11 ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ‘ହେ ଈଶ୍ବର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ;
パリサイ人は立って、ひとりでこう祈った、『神よ、わたしはほかの人たちのような貪欲な者、不正な者、姦淫をする者ではなく、また、この取税人のような人間でもないことを感謝します。
12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।’
わたしは一週に二度断食しており、全収入の十分の一をささげています』。
13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗ ଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ‘ହେ ଈଶ୍ବର, ମୁଁ ପାପୀ ମୋତେ ଦୟା କରନ୍ତୁ।’
ところが、取税人は遠く離れて立ち、目を天にむけようともしないで、胸を打ちながら言った、『神様、罪人のわたしをおゆるしください』と。
14 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”
あなたがたに言っておく。神に義とされて自分の家に帰ったのは、この取税人であって、あのパリサイ人ではなかった。おおよそ、自分を高くする者は低くされ、自分を低くする者は高くされるであろう」。
15 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ।
イエスにさわっていただくために、人々が幼な子らをみもとに連れてきた。ところが、弟子たちはそれを見て、彼らをたしなめた。
16 କିନ୍ତୁ ଯୀଶୁ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, “ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
するとイエスは幼な子らを呼び寄せて言われた、「幼な子らをわたしのところに来るままにしておきなさい、止めてはならない。神の国はこのような者の国である。
17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”
よく聞いておくがよい。だれでも幼な子のように神の国を受けいれる者でなければ、そこにはいることは決してできない」。
18 ଜଣେ ଯିହୁଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? (aiōnios g166)
また、ある役人がイエスに尋ねた、「よき師よ、何をしたら永遠の生命が受けられましょうか」。 (aiōnios g166)
19 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ।
イエスは言われた、「なぜわたしをよき者と言うのか。神ひとりのほかによい者はいない。
20 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।”
いましめはあなたの知っているとおりである、『姦淫するな、殺すな、盗むな、偽証を立てるな、父と母とを敬え』」。
21 ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।
すると彼は言った、「それらのことはみな、小さい時から守っております」。
22 ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
イエスはこれを聞いて言われた、「あなたのする事がまだ一つ残っている。持っているものをみな売り払って、貧しい人々に分けてやりなさい。そうすれば、天に宝を持つようになろう。そして、わたしに従ってきなさい」。
23 କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ।
彼はこの言葉を聞いて非常に悲しんだ。大金持であったからである。
24 ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରନ୍ତି!
イエスは彼の様子を見て言われた、「財産のある者が神の国にはいるのはなんとむずかしいことであろう。
25 କାରଣ ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”
富んでいる者が神の国にはいるよりは、らくだが針の穴を通る方が、もっとやさしい」。
26 ଯେଉଁମାନେ ଏହା ଶୁଣିଲେ, ସେମାନେ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
これを聞いた人々が、「それでは、だれが救われることができるのですか」と尋ねると、
27 କିନ୍ତୁ ସେ କହିଲେ, “ଯାହା ମଣିଷର ଅସମ୍ଭବ, ତାହା ଈଶ୍ବରଙ୍କର ସମ୍ଭବ।”
イエスは言われた、「人にはできない事も、神にはできる」。
28 ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ।
ペテロが言った、「ごらんなさい、わたしたちは自分のものを捨てて、あなたに従いました」。
29 ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ଗୃହ କିମ୍ବା ସ୍ତ୍ରୀ କିମ୍ବା ଭାଇ କିମ୍ବା ପିତାମାତା କିମ୍ବା ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି
イエスは言われた、「よく聞いておくがよい。だれでも神の国のために、家、妻、兄弟、両親、子を捨てた者は、
30 ସେମାନେ ଇହକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ।” (aiōn g165, aiōnios g166)
必ずこの時代ではその幾倍もを受け、また、きたるべき世では永遠の生命を受けるのである」。 (aiōn g165, aiōnios g166)
31 ପରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
イエスは十二弟子を呼び寄せて言われた、「見よ、わたしたちはエルサレムへ上って行くが、人の子について預言者たちがしるしたことは、すべて成就するであろう。
32 କାରଣ ସେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ,
人の子は異邦人に引きわたされ、あざけられ、はずかしめを受け、つばきをかけられ、
33 ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ।”
また、むち打たれてから、ついに殺され、そして三日目によみがえるであろう」。
34 କିନ୍ତୁ ଶିଷ୍ୟମାନେ ଏହିସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ।
弟子たちには、これらのことが何一つわからなかった。この言葉が彼らに隠されていたので、イエスの言われた事が理解できなかった。
35 ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା।
イエスがエリコに近づかれたとき、ある盲人が道ばたにすわって、物ごいをしていた。
36 ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା।
群衆が通り過ぎる音を耳にして、彼は何事があるのかと尋ねた。
37 ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି।
ところが、ナザレのイエスがお通りなのだと聞かされたので、
38 ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ।
声をあげて、「ダビデの子イエスよ、わたしをあわれんで下さい」と言った。
39 ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ମୋତେ ଦୟା କରନ୍ତୁ।
先頭に立つ人々が彼をしかって黙らせようとしたが、彼はますます激しく叫びつづけた、「ダビデの子よ、わたしをあわれんで下さい」。
40 ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ,
そこでイエスは立ちどまって、その者を連れて来るように、とお命じになった。彼が近づいたとき、
41 “ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି।
「わたしに何をしてほしいのか」とおたずねになると、「主よ、見えるようになることです」と答えた。
42 ଯୀଶୁ ତାହାକୁ କହିଲେ, “ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”
そこでイエスは言われた、「見えるようになれ。あなたの信仰があなたを救った」。
43 ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ବରଙ୍କ ପ୍ରଶଂସା କଲେ।
すると彼は、たちまち見えるようになった。そして神をあがめながらイエスに従って行った。これを見て、人々はみな神をさんびした。

< ଲୂକ 18 >