< ଲୂକ 18 >

1 କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
Boka po atikuwabakiya mfano wa namna babapali kwa loba daima, ni kana bakate tamaa.
2 “ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ବରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ।
Atibaya,'Pabile ni hakimu katika mji fulani, ambaye atimwogopa kwaa Nnongo ni kubaheshimu bandu.
3 ସେହି ନଗରରେ ଜଣେ ବିଧବା ଥିଲା, ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା।
Panile ni mjane katika jiji lyo, nayemba atiyenda mara nyingi, abaya, uniyangatiye pata haki dhidi ya mpinzani wango.'
4 ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,
Kwa muda mrefu abi tayari kwaa kumyangatia, lakini baada ya muda atibaya kumoyo bake,'ingawa nenga nimyogopa kwaa Nnongo ama kubaeshimu bandu,
5 ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ।’”
lakini kwa lale yono mjane andakunichumbwa nipala kumnyangatia pata haki yake, kana iche nichosha kwa kuniichilia mara kwa mara.”
6 ସେଥିରେ ପ୍ରଭୁ କହିଲେ, “ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ।
Boka po Ngwana abaite,'mpekani chabaite hayo hakimu dhalimu.
7 ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?
Je Nnongo apaleta kwaa haki kwa bateule haki kwa bateule bake babaleliya mumtwekati ni kitamunyo? Je ywembe apala baa mwaminifu kwabe?
8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”
Ninda kuwabakiya kwamba apaleta haki kwabo upesi. Lakini wakati mwana wa Adamu paicha, Je apala kolya imani mukilambo?'
9 ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,
Ngapa abakiya mfano wono kwa baadhi ya bandu babakuibona bene baa na haki ni kubacharawa bandu benge,
10 “ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ।
Bandu abele baabwike yenda mulihekalu sali, yumo mfarisayo ywenge mtola ushuru.
11 ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ‘ହେ ଈଶ୍ବର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ;
Farisayo atiyema kaloba makowe haga kunani yake mwene,'Nnongo, nindakushukuru kwa vile nenga si kati bandu benge ambao ni nianyang, anyi, bandu basio wadilifu, azinzi, ama kati yono mtoza ushuru.
12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।’
Nindataba mara ibele kila wiki. Nipiya zaka katika mapato yoti yaniyapata.
13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗ ଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ‘ହେ ଈଶ୍ବର, ମୁଁ ପାପୀ ମୋତେ ଦୟା କରନ୍ତୁ।’
Lakini yolo mtoza ushuru, atiyema kuutalu, bila yawecha kakatuya minyo gake kumaunde, atikopwa kiuba chake nabaya, “Nnongo, nirehemu nenga mwene sambi.
14 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”
Nindakuwabakiya, “Mundu yolo atibuya kaya abi atibalangilwa haki kuliko yolo ywenge, kwa sababu kila ywa ikweza apala uluywa, lakini kila mundu ywa nyenyekeya apala kakatuliwa.
15 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ।
Bandu batimletia bana babe achanga, linga aweze kubakamua, lakini anapunzi bake pababweni ni galo, Batibakanikiya.
16 କିନ୍ତୁ ଯୀଶୁ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, “ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
Lakini Yesu atikubakema ni kubaya, “Mubaleke bana achunu baichange kwango nee, wala kanamubakanikii. Maana ufalme wa Nnongo ni wa banda kati abo.
17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”
Amin, nindakuwabakiya, mundu yeyoti ywapokeite kwaa ufalme wa Nnongo kati mwana ni dhahili apala jingya kwaa.'
18 ଜଣେ ଯିହୁଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? (aiōnios g166)
Mtawala yumo atikumlokiya, akibaya,'Mwalimu mwema, nipange namani lenga niurithi ukoti wanga yomoka?' (aiōnios g166)
19 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ।
Yesu atikum'bakiya,'kitumbwe namani kunikema mwema? Ntopo mundu ywabile mwema, ila Nnongo kichake.
20 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।”
Uzitangite amri-kana uzini, kana ujibe, kana ubulage, kana ubaye ubocho, ubaheshimu tate ni mao bako.
21 ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।
Yolo mtawala atibaya,'makowe aga goti nikuyakamwa panibile kijana.'
22 ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
Yesu payowine ago ammakiye, “utipongokiwe ni kikowe chimo, lachima upeyeme vyoti vya ubi navyo ni ubagane kwa maskini, ni mwenga upala baa ni hazina kumaunde, boka po uiche, unikengame.'
23 କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ।
Lakini tajiri payowine ago, atiuzunika muno kwa sababu abile tajiri wanambone.
24 ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରନ୍ତି!
Boka po Yesu, amweni pauzunike muno atibaya,'Jinsi gani yaipalanga mgumu kwa matajiri jingya katika ufalme wa Nnongo.
25 କାରଣ ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”
Maana ni rahisi muno kwa ngamya petamu, liembwa lya sindano, kuliko tajiri jingya mu'ufalme wa Nnongo.'
26 ଯେଉଁମାନେ ଏହା ଶୁଣିଲେ, ସେମାନେ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
Balo babayowine ago, batibaya,'nganyi bai, ywawecha lokolelwa?'
27 କିନ୍ତୁ ସେ କହିଲେ, “ଯାହା ମଣିଷର ଅସମ୍ଭବ, ତାହା ଈଶ୍ବରଙ୍କର ସମ୍ଭବ।”
Yesu kayangwa,'makowe yagawecha kanika kwaa kwa mundu kwa Nnongo yanda wechekana.”
28 ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ।
Petro kabaya,'Naam. twenga tutileka kila kilebe ni kukukengama wenga.'
29 ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ଗୃହ କିମ୍ବା ସ୍ତ୍ରୀ କିମ୍ବା ଭାଇ କିମ୍ବା ପିତାମାତା କିମ୍ବା ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି
Boka po Yesu atikuwabakiya, Amin, nindakuwabakiya kwamba ntopo mundu yailei nyumba ama nnyumbowe, ama anunage, ama alongowe ana bana, kwa ajili ya ufalme wa Nnongo,
30 ସେମାନେ ଇହକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ।” (aiōn g165, aiōnios g166)
ywembe ywapokiya ganambone zaidi mu'kilambo cheno, ni mu'kilambo chaicha, ukoti wangayomoka.' (aiōn g165, aiōnios g166)
31 ପରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
Baada yakubakusanya balo komi ni ibele, atikuwabakiya,'lola, tupala panda yenda Yerusalemu, ni makowe yoti yatiyandikwa ni manabii husu mwana wa Adamu yapata timiya.
32 କାରଣ ସେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ,
Kwa maana apajeilwa mumaboko ga bandu bamataifa ni apatendelwa dhihaka ni pyata, ni kumtemiya mmate.
33 ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ।”
Baada ya kumkombwa iboko kum'bulaga ni lichoba lya tatu apauluka.'
34 କିନ୍ତୁ ଶିଷ୍ୟମାନେ ଏହିସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ।
Baelewite kwaa, makowe aga, ni neno labile liiywa kwabe, ni baelewite kwaa, makowe yabaite.
35 ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା।
Yabile Yesu karibia Yeriko, mundu yumo kipofu abile atamite mbwega ya ndela kaloba msaada,
36 ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା।
Payowine bandu banyansima bapeta atilokya namani chakipitike?
37 ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି।
Batikum'bakiya kwamba Yesu mwana wa Nazareti andapeta.
38 ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ।
Nga yolo kipofu atilela kwa lilobe, nabaya, Yesu, mwana wa Daudi, unirehemu.'
39 ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ମୋତେ ଦୟା କରନ୍ତୁ।
Balo bababile kabatwanga batikumkalipiya yolo kipofu, nakum'bakiya ndooti, lakini yembe atizidi lela kwa lilobe mwana wa Daudi, unirehemu.
40 ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ,
Yesu kayema niamuru mundu yolo aletwe kwake boka po yolo kipofu atikuyogeliya, Yesu atikunlokiya.
41 “ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି।
Upala nikupangiye namani?' Atibaya,'Ngwana, nipala bona.'
42 ଯୀଶୁ ତାହାକୁ କହିଲେ, “ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”
Yesu atikum'bakiya,'upate bona. Imani yako ikuponyile.'
43 ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ବରଙ୍କ ପ୍ରଶଂସା କଲେ।
Mara yeyelo apatike bona, akamkengama Yesu atimtukuza Nnongo pabamweni lelo, bandu boti batikumsifu Nnongo.

< ଲୂକ 18 >