< ଲୂକ 19 >

1 ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ।
και εισελθων διηρχετο την ιεριχω
2 ଆଉ ଦେଖ, ସେଠାରେ ଜଖୀୟ ନାମରେ ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ।
και ιδου ανηρ ονοματι καλουμενοσ ζακχαιοσ και αυτοσ ην αρχιτελωνησ και ουτοσ ην πλουσιοσ
3 ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ।
και εζητει ιδειν τον ιησουν τισ εστιν και ουκ ηδυνατο απο του οχλου οτι τη ηλικια μικροσ ην
4 ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରିବୃକ୍ଷରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା।
και προδραμων εμπροσθεν ανεβη επι συκομωραιαν ινα ιδη αυτον οτι εκεινησ εμελλεν διερχεσθαι
5 ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, “ଜଖୀୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ।”
και ωσ ηλθεν επι τον τοπον αναβλεψασ ο ιησουσ ειδεν αυτον και ειπεν προσ αυτον ζακχαιε σπευσασ καταβηθι σημερον γαρ εν τω οικω σου δει με μειναι
6 ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।
και σπευσασ κατεβη και υπεδεξατο αυτον χαιρων
7 ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି।
και ιδοντεσ παντεσ διεγογγυζον λεγοντεσ οτι παρα αμαρτωλω ανδρι εισηλθεν καταλυσαι
8 କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।
σταθεισ δε ζακχαιοσ ειπεν προσ τον κυριον ιδου τα ημιση των υπαρχοντων μου κυριε διδωμι τοισ πτωχοισ και ει τινοσ τι εσυκοφαντησα αποδιδωμι τετραπλουν
9 ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ;
ειπεν δε προσ αυτον ο ιησουσ οτι σημερον σωτηρια τω οικω τουτω εγενετο καθοτι και αυτοσ υιοσ αβρααμ εστιν
10 କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”
ηλθεν γαρ ο υιοσ του ανθρωπου ζητησαι και σωσαι το απολωλοσ
11 ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ବରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ।
ακουοντων δε αυτων ταυτα προσθεισ ειπεν παραβολην δια το εγγυσ αυτον ειναι ιερουσαλημ και δοκειν αυτουσ οτι παραχρημα μελλει η βασιλεια του θεου αναφαινεσθαι
12 ଏଣୁ ସେ କହିଲେ, “ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ।
ειπεν ουν ανθρωποσ τισ ευγενησ επορευθη εισ χωραν μακραν λαβειν εαυτω βασιλειαν και υποστρεψαι
13 ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋହର ଆସିବା ପର୍ଯ୍ୟନ୍ତ ବେପାର କର।
καλεσασ δε δεκα δουλουσ εαυτου εδωκεν αυτοισ δεκα μνασ και ειπεν προσ αυτουσ πραγματευσασθε εωσ ερχομαι
14 କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।
οι δε πολιται αυτου εμισουν αυτον και απεστειλαν πρεσβειαν οπισω αυτου λεγοντεσ ου θελομεν τουτον βασιλευσαι εφ ημασ
15 ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ।
και εγενετο εν τω επανελθειν αυτον λαβοντα την βασιλειαν και ειπεν φωνηθηναι αυτω τουσ δουλουσ τουτουσ οισ εδωκεν το αργυριον ινα γνω τισ τι διεπραγματευσατο
16 ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ଦଶଗୋଟି ମୋହର ଲାଭ କରିଅଛି।
παρεγενετο δε ο πρωτοσ λεγων κυριε η μνα σου προσειργασατο δεκα μνασ
17 ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।
και ειπεν αυτω ευ αγαθε δουλε οτι εν ελαχιστω πιστοσ εγενου ισθι εξουσιαν εχων επανω δεκα πολεων
18 ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ପାଞ୍ଚୋଟି ମୋହର ଲାଭ କରିଅଛି।
και ηλθεν ο δευτεροσ λεγων κυριε η μνα σου εποιησεν πεντε μνασ
19 ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।
ειπεν δε και τουτω και συ γινου επανω πεντε πολεων
20 ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୋହର, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି;
και ετεροσ ηλθεν λεγων κυριε ιδου η μνα σου ην ειχον αποκειμενην εν σουδαριω
21 କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି।
εφοβουμην γαρ σε οτι ανθρωποσ αυστηροσ ει αιρεισ ο ουκ εθηκασ και θεριζεισ ο ουκ εσπειρασ
22 ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ?
λεγει δε αυτω εκ του στοματοσ σου κρινω σε πονηρε δουλε ηδεισ οτι εγω ανθρωποσ αυστηροσ ειμι αιρων ο ουκ εθηκα και θεριζων ο ουκ εσπειρα
23 ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି।
και δια τι ουκ εδωκασ το αργυριον μου επι τραπεζαν και εγω ελθων συν τοκω αν επραξα αυτο
24 ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୋହର ନେଇଯାଇ, ଯାହାର ଦଶ ମୋହର ଅଛି, ତାହାକୁ ଦିଅ।
και τοισ παρεστωσιν ειπεν αρατε απ αυτου την μναν και δοτε τω τασ δεκα μνασ εχοντι
25 ସେଥିରେ ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ତାହାର ତ ଦଶ ମୋହର ଅଛି।
και ειπον αυτω κυριε εχει δεκα μνασ
26 ‘ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ। କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
λεγω γαρ υμιν οτι παντι τω εχοντι δοθησεται απο δε του μη εχοντοσ και ο εχει αρθησεται απ αυτου
27 କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”
πλην τουσ εχθρουσ μου εκεινουσ τουσ μη θελησαντασ με βασιλευσαι επ αυτουσ αγαγετε ωδε και κατασφαξατε εμπροσθεν μου
28 ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ।
και ειπων ταυτα επορευετο εμπροσθεν αναβαινων εισ ιεροσολυμα
29 ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବୈଥ୍‌ଫାଗୀ ଓ ବେଥନୀୟା ଗ୍ରାମ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
και εγενετο ωσ ηγγισεν εισ βηθσφαγη και βηθανιαν προσ το οροσ το καλουμενον ελαιων απεστειλεν δυο των μαθητων αυτου
30 “ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ।
ειπων υπαγετε εισ την κατεναντι κωμην εν η εισπορευομενοι ευρησετε πωλον δεδεμενον εφ ον ουδεισ πωποτε ανθρωπων εκαθισεν λυσαντεσ αυτον αγαγετε
31 ଆଉ ଯଦି କେହି ତୁମ୍ଭମାନଙ୍କୁ ‘କାହିଁକି ଫିଟାଉଅଛ’ ବୋଲି ପଚାରେ, ତେବେ ଏପରି କହିବ, ‘କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।’”
και εαν τισ υμασ ερωτα δια τι λυετε ουτωσ ερειτε αυτω οτι ο κυριοσ αυτου χρειαν εχει
32 ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ।
απελθοντεσ δε οι απεσταλμενοι ευρον καθωσ ειπεν αυτοισ
33 ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ମାଲିକମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ?
λυοντων δε αυτων τον πωλον ειπον οι κυριοι αυτου προσ αυτουσ τι λυετε τον πωλον
34 ସେମାନେ କହିଲେ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।
οι δε ειπον ο κυριοσ αυτου χρειαν εχει
35 ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ।
και ηγαγον αυτον προσ τον ιησουν και επιρριψαντεσ εαυτων τα ιματια επι τον πωλον επεβιβασαν τον ιησουν
36 ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ।
πορευομενου δε αυτου υπεστρωννυον τα ιματια αυτων εν τη οδω
37 ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚସ୍ୱର କରି ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
εγγιζοντοσ δε αυτου ηδη προσ τη καταβασει του ορουσ των ελαιων ηρξαντο απαν το πληθοσ των μαθητων χαιροντεσ αινειν τον θεον φωνη μεγαλη περι πασων ων ειδον δυναμεων
38 ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା।
λεγοντεσ ευλογημενοσ ο ερχομενοσ βασιλευσ εν ονοματι κυριου ειρηνη εν ουρανω και δοξα εν υψιστοισ
39 ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ।
και τινεσ των φαρισαιων απο του οχλου ειπον προσ αυτον διδασκαλε επιτιμησον τοισ μαθηταισ σου
40 ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।”
και αποκριθεισ ειπεν αυτοισ λεγω υμιν οτι εαν ουτοι σιωπησωσιν οι λιθοι κεκραξονται
41 ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,
και ωσ ηγγισεν ιδων την πολιν εκλαυσεν επ αυτη
42 “ତୁ, ହଁ, ତୁ ହିଁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।
λεγων οτι ει εγνωσ και συ και γε εν τη ημερα σου ταυτη τα προσ ειρηνην σου νυν δε εκρυβη απο οφθαλμων σου
43 ଯେତେବେଳେ ଈଶ୍ବର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରି ଅବରୋଧ କରିବେ,
οτι ηξουσιν ημεραι επι σε και περιβαλουσιν οι εχθροι σου χαρακα σοι και περικυκλωσουσιν σε και συνεξουσιν σε παντοθεν
44 ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।”
και εδαφιουσιν σε και τα τεκνα σου εν σοι και ουκ αφησουσιν εν σοι λιθον επι λιθω ανθ ων ουκ εγνωσ τον καιρον τησ επισκοπησ σου
45 ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀମାନଙ୍କୁ ବାହାର କରିବାକୁ ଲାଗିଲେ,
και εισελθων εισ το ιερον ηρξατο εκβαλλειν τουσ πωλουντασ εν αυτω και αγοραζοντασ
46 “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ,’ କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ।”
λεγων αυτοισ γεγραπται ο οικοσ μου οικοσ προσευχησ εστιν υμεισ δε αυτον εποιησατε σπηλαιον ληστων
47 ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ,
και ην διδασκων το καθ ημεραν εν τω ιερω οι δε αρχιερεισ και οι γραμματεισ εζητουν αυτον απολεσαι και οι πρωτοι του λαου
48 କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରିପାରୁ ନ ଥିଲେ।
και ουχ ευρισκον το τι ποιησωσιν ο λαοσ γαρ απασ εξεκρεματο αυτου ακουων

< ଲୂକ 19 >