< ଲୂକ 20 >

1 ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,
And it came to pass on one of those days, as he was teaching the people in the temple, and preaching the good news, the chief priests and the scholars with the elders stood near.
2 ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ?
And they spoke, saying to him, Tell us, by what authority are thou doing these things? Or who is he who gave thee this authority?
3 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ କୁହ,
And having answered, he said to them, I also will ask you one word, and ye tell me.
4 ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ଥିଲା?”
The immersion of John, was it from heaven or from men?
5 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?
And they reasoned with themselves, saying, If we should say, From heaven, he will say, Why did ye not believe him?
6 କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ।
But if we say, From men, all the people will stone us, for they are convinced John is a prophet.
7 ଏଣୁ ତାହା କେଉଁଠାରୁ ହେଲା, ଏହା ଜାଣି ନାହୁଁ ବୋଲି ସେମାନେ ଉତ୍ତର ଦେଲେ।
And they replied not to know from where.
8 ଯୀଶୁ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
And Jesus said to them, Neither do I tell you by what authority I do these things.
9 ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ।
And he began to speak this parable to the people. A man planted a vineyard, and leased it to farmers, and went abroad for a considerable time.
10 ଆଉ କୃଷକମାନେ ଯେପରି ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇଦେଲେ।
And at the season he sent a bondman to the farmers, so that they would give him from the fruit of the vineyard. But having beaten him, the farmers sent him away empty.
11 ସେ ପୁଣି, ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ;
And he proceeded to send another bondman. And they, having beaten and shamefully treated, sent him also away empty.
12 ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ।
And he proceeded to send a third. And they also having wounded this man, cast him out.
13 ସେଥିରେ ଦ୍ରାକ୍ଷାକ୍ଷେତ୍ରର ମାଲିକ କହିଲେ, ମୁଁ କଅଣ କରିବି? ମୋହର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ।
And the lord of the vineyard said, What shall I do? I will send my beloved son. Perhaps they will be made ashamed after seeing this man.
14 ମାତ୍ର କୃଷକମାନେ ତାହାଙ୍କୁ ଦେଖି ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଏ ତ ଉତ୍ତରାଧିକାରୀ, ଏହାକୁ ବଧ କରିବା, ଯେପରି ଅଧିକାର ଆମ୍ଭମାନଙ୍କର ହେବ।
But when the farmers saw him, they deliberated among themselves, saying, This is the heir. Come, let us kill him, so that the inheritance may become ours.
15 ଆଉ ସେମାନେ ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ ଦ୍ରାକ୍ଷାକ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କଅଣ କରିବେ?
And having cast him outside of the vineyard, they killed him. What therefore will the lord of the vineyard do to them?
16 ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।”
He will come and destroy these farmers, and will give the vineyard to others. And having heard it, they said, May it not happen!
17 କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତେବେ ଏହି ଯେଉଁ ବାକ୍ୟ ଲେଖାଅଛି, ତାହାର ଅର୍ଥ କଅଣ, ‘ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା?’
But having looked upon them, he said, What then is this that is written, The stone that those who build rejected, this became the head of the corner?
18 ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ।”
Every man who falls on that stone will be broken, but on whomever it may fall, it will grind him to dust.
19 ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୂର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ।
And the chief priests and the scholars sought to throw hands on him in the same hour. And they were afraid, for they knew that he spoke this parable against them.
20 ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧୀନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ।
And having watched him, they sent forth insidious men pretending themselves to be righteous, so that they might take hold of his word, in order to deliver him up to the rule and to the authority of the governor.
21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି।
And they questioned him, saying, Teacher, we know that thou speak and teach rightly, and thou do not accept a personage, but teach the way of God in truth,
22 କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ବିଧିସଙ୍ଗତ କି ନୁହେଁ?
Is it permitted for us to give tribute to Caesar or not?
23 କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, “ମୋତେ ଗୋଟିଏ ମୁଦ୍ରା ଦେଖାଅ।
But having perceived their craftiness, he said to them, Why do ye try me?
24 ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି?” ସେମାନେ କହିଲେ, କାଇସରଙ୍କର।
Display to me a denarius. Whose image and inscription has it? And having answered, they said, Caesar's.
25 ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ବରଙ୍କର, ତାହା ଈଶ୍ବରଙ୍କୁ ଦିଅ।
And he said to them, Then render the things of Caesar to Caesar, and the things of God to God.
26 ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ।
And they were unable to lay hold of his word before the people. And having marveled at his answer, they were silent.
27 ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,
And some of the Sadducees having approached, those who say there is no resurrection, they questioned him,
28 ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
saying, Teacher, Moses wrote to us, if any brother dies, having a wife, and this man dies childless, that his brother should take his wife, and raise up seed to his brother.
29 ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
There were therefore seven brothers. And the first having taken a wife, died childless.
30 ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ;
And the second took the woman, and this man died childless.
31 ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ।
And the third likewise took her, and likewise also the seven; they left behind no children, and died.
32 ଶେଷରେ ସ୍ତ୍ରୀଟି ମଧ୍ୟ ମଲା।
And last of all the woman also died.
33 ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ।
In the resurrection therefore whose wife of them does she become? For the seven had her as wife.
34 ଯୀଶୁ ସେମାନଙ୍କୁ କହିଲେ, “ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି, (aiōn g165)
And having answered, Jesus said to them, The sons of this age marry, and are given in marriage, (aiōn g165)
35 କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ; (aiōn g165)
but those who are considered worthy to attain to that age, and the resurrection from the dead, neither marry, nor are given in marriage. (aiōn g165)
36 ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ବରଙ୍କ ସନ୍ତାନ ଅଟନ୍ତି।
For neither can they die any more, for they are like the agents, and are sons of God, being sons of the resurrection.
37 ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ‘ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର’ ବୋଲି କହି ସୂଚନା ଦେଇଅଛନ୍ତି।
But that the dead are raised, even Moses showed at the Bush when he calls the Lord, the God of Abraham, and the God of Isaac, and the God of Jacob.
38 ସେ ତ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।”
Now he is not God of the dead, but of the living, for all live to him.
39 ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ।
And some of the scholars having answered, they said, Teacher, thou said well.
40 କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ।
For they no longer dared to question him anything.
41 କିନ୍ତୁ ସେ ସେମାନଙ୍କୁ ପଚାରିଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି?
And he said to them, How do they say the Christ is David's son?
42 କାରଣ ଦାଉଦ ନିଜେ ଗୀତସଂହିତା ପୁସ୍ତକରେ କହନ୍ତି, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
Even David himself says in the book of Psalms, The Lord said to my Lord, Sit thou at my right hand,
43 ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
until I will place thine enemies a footstool of thy feet.
44 ଅତଏବ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ଦାଉଦର ସନ୍ତାନ?”
David therefore calls him Lord, and how is he his son?
45 ପରେ ସେ ସମସ୍ତ ଲୋକଙ୍କ ଆଗରେ ଶିଷ୍ୟମାନଙ୍କୁ କହିଲେ,
And while all the people were listening, he said to his disciples,
46 “ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି;
Beware of the scholars, who desire to walk around in long robes, and love greetings in the marketplaces, and chief seats in the synagogues, and places of honor at the feasts,
47 ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।”
who devour widows' houses, and in pretence make long prayers. These will receive greater damnation.

< ଲୂକ 20 >