< ଲୂକ 21 >

1 ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଭଣ୍ଡାରରେ ନିଜ ନିଜର ଦାନ ପକାଉଥିବା ଦେଖିଲେ।
He looked up, and saw the rich people who were putting their gifts into the treasury.
2 ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି କ୍ଷୁଦ୍ର ମୁଦ୍ରା ପକାଉଥିବା ଦେଖି କହିଲେ,
He saw a certain poor widow casting in two lepta.
3 “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି,
He said, "Truly I tell you, this poor widow put in more than all of them,
4 କାରଣ ଧନୀମାନେ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ବଳକା ଧନରୁ କିଛି କିଛି ପକାଇଲେ, କିନ୍ତୁ ଦରିଦ୍ର ବିଧବା ନିଜର ଅଭାବ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଯାହା କିଛି ଥିଲା, ସେହିସବୁ ପକାଇଲା।”
for all these put in gifts from their abundance, but she, out of her poverty, put in all that she had to live on."
5 ଆଉ କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପଥର ଓ ଦାନ ପଦାର୍ଥ ସମୂହରେ ସୁସଜ୍ଜିତ ହୋଇଅଛି ବୋଲି କହିବାରୁ ଯୀଶୁ କହିଲେ,
As some were talking about the temple and how it was decorated with beautiful stones and gifts, he said,
6 “ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”
"As for these things which you see, the days will come, in which there will not be left here one stone on another that will not be thrown down."
7 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କଅଣ?
They asked him, "Teacher, so when will these things be? What is the sign that these things are about to happen?"
8 ସେଥିରେ ଯୀଶୁ କହିଲେ, “ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ।
He said, "Watch out that you do not get led astray, for many will come in my name, saying, 'I am he,' and, 'The time is near.' Therefore do not follow them.
9 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଳବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ।”
When you hear of wars and disturbances, do not be terrified, for these things must happen first, but the end won't come immediately."
10 ତାହା ପରେ ସେ ସେମାନଙ୍କୁ କହିଲେ, “ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ,
Then he said to them, "Nation will rise against nation, and kingdom against kingdom.
11 ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ।
There will be great earthquakes, famines, and plagues in various places. There will be terrors and great signs from heaven.
12 କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;
But before all these things, they will lay their hands on you and will persecute you, delivering you up to synagogues and prisons, bringing you before kings and governors for my name's sake.
13 ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ।
It will turn out as a testimony for you.
14 ଅତଏବ କଅଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;
Settle it therefore in your hearts not to meditate beforehand how to answer,
15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ।
for I will give you a mouth and wisdom which all your adversaries will not be able to withstand or to contradict.
16 କିନ୍ତୁ ତୁମ୍ଭେମାନେ ପିତାମାତା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,
You will be handed over even by parents, brothers, relatives, and friends. They will cause some of you to be put to death.
17 ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ।
And you will be hated by everyone because of my name.
18 କିନ୍ତୁ ତୁମ୍ଭମାନଙ୍କ ମସ୍ତକର କେଶ ହିଁ ନଷ୍ଟ ହେବ ନାହିଁ;
But not a hair of your head will perish.
19 ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ।”
"By your endurance you will win your lives.
20 “କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମ ସହରକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ।
"But when you see Jerusalem surrounded by armies, then know that its desolation is near.
21 ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ;
Then let those who are in Judea flee to the mountains. Let those who are in the midst of her depart. Let those who are in the country not enter it.
22 କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ।
For these are days of vengeance, that all things which are written may be fulfilled.
23 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,
Woe to those who are pregnant and to those who nurse infants in those days. For there will be great distress in the land, and wrath to this people.
24 ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।”
And they will fall by the edge of the sword and be led captive into all the nations. And Jerusalem will be trampled down by non-Jewish people until the times are fulfilled. And there will be times of the non-Jewish people.
25 “ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ,
And there will be signs in the sun, and moon, and stars, and on the earth distress of nations in perplexity because of the roaring of the sea and the waves;
26 ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବ।
people will be fainting from fear, and from expectation of the things which are coming on the world, for the powers of the heavens will be shaken.
27 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ।
Then they will see the Son of Man coming in a cloud with power and great glory.
28 କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।”
But when these things begin to happen, look up, and lift up your heads, because your redemption is near."
29 ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, “ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର;
He told them a parable. "See the fig tree, and all the trees.
30 ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ;
When they are already budding, you see it and know by your own selves that the summer is already near.
31 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ।
Even so you also, when you see these things happening, know that the Kingdom of God is near.
32 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
Truly I tell you, this generation will not pass away until all things are accomplished.
33 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
Heaven and earth will pass away, but my words will by no means pass away.
34 “କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;
"So be careful, or your hearts will be loaded down with carousing, drunkenness, and cares of this life, and that day will come on you suddenly.
35 କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ।
For it will come like a snare on all those who dwell on the surface of all the earth.
36 କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”
Therefore be watchful all the time, praying that you may be able to escape all these things that will happen, and to stand before the Son of Man."
37 ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି, ପ୍ରତି ରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ।
Every day Jesus was teaching in the temple, and every night he would go out and spend the night on the mountain that is called Olivet.
38 ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ।
All the people came early in the morning to him in the temple to hear him.

< ଲୂକ 21 >