< ଲୂକ 3 >

1 ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦିୟା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ
A cikin shekara ta goma sha biyar da Tibariyus Kaisar ke mulki, Bilatus Babunti kuma ke jagorar Yahudiya, Hirudus yana sarautar Galili, dan'uwansa Filibus yana sarautar yankin Ituriya da Tirakonitis, Lisaniyas kuma na sarautar yankin Abiliya,
2 ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।
kuma zamanin da Hanana da Kayafa suke manyan firistoci, maganar Allah ta zo wurin Yahaya dan Zakariya, a cikin jeji.
3 ସେଥିରେ ସେ ଯର୍ଦ୍ଦନ ନଦୀର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,
Ya yi tafiya cikin dukan yankuna da ke kewaye da Kogin Urdun, yana wa'azin baftismar tuba domin gafarar zunubai.
4 ଯେପରି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର;
Kamar yadda aka rubuta a cikin littafin annabi Ishaya, “Ga muryan wani yana kira a cikin jeji, 'Shirya hanyar Ubangiji, ka daidaita tafarkunsa!
5 ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ;
Za a cika kowani kwari, za a fasa kowani dutse a kuma baje kowani tudu, za a mike karkatattun hanyoyi, za a cike hanyoyi masu gargada,
6 ପୁଣି, ସମସ୍ତ ମନୁଷ୍ୟ ଈଶ୍ବରଙ୍କ ପରିତ୍ରାଣ ଦେଖିବେ।
kuma dukan mutane za su ga ceton Allah.”
7 ଅତଏବ, ଯୋହନ ତାହାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
Sai Yahaya ya kara fada wa taron jama'ar da ke zuwa domin ya yi masu baftisma, “Ku 'ya'yan macizai masu dafi, wa ya gargadeku ku guje wa fushin nan mai zuwa?
8 ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।
Ku ba da 'ya'ya da sun cancanci tuba, kada ku kuma fara cewa a cikinku, 'Muna da Ibrahim a matsayin Ubanmu', domin ina gaya maku, Allah yana iya ta da wa Ibrahim 'ya'ya daga cikin wadannan duwatsu.
9 ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
Yanzu kuwa, an rigaya an sa gatari a gindin itatuwa. Sabili da haka, duk itacen da bai ba da 'ya'ya masu kyau ba za a sare shi kasa a kuma jefa shi cikin wuta.”
10 ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କଅଣ କରିବା?
Sai mutanen da ke cikin taron jama'ar suka tambaye shi cewa, “To me za mu yi?”
11 ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ଅଙ୍ଗରଖା ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ।
Ya amsa ya ce masu, “Idan wani yana da taguwa biyu, sai ya ba wanda bashi da ita daya, kuma wanda yake da abinci ya yi haka nan.”
12 କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା?
Masu karban haraji ma suka zo domin a yi masu baftisma, suka ce masa, “Malam, me za mu yi?”
13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ।
Ya ce masu, “Kada ku karba kudi fiye da yadda aka umarce ku.”
14 ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ।
Wasu sojoji ma suka tambaye shi cewa, “To, mu fa? Yaya za mu yi?” Ya ce masu, “Kada ku kwace wa wani kudi, kada ku kuma yi wa wani zargin karya. Ku dogara ga albashinku.”
15 ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାହାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ,
Ana nan da mutane ke sauraron zuwan Almasihu, kowa yana ta tunani a zuciyar sa game da Yahaya, ko shi ne Almasihu.
16 ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
Yahaya ya amsa ya ce masu duka, “Game da ni dai, na yi maku baftisma da ruwa, amma akwai wani tafiye wanda ya fi ni iko, ban ma isa in kwance maballin takalmansa ba. Shi zai yi maku baftisma da Ruhu Mai Tsarki da kuma wuta.
17 ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ।
Kwaryar shikarsa na hanun sa domin ya share masussukarsa da kyau ya kuma tara alkama a cikin rumbunsa. Amma zai kona buntun da wuta marar mutuwa.
18 ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ;
Da gargadi masu yawa ya yi wa mutanen wa'azin bishara.
19 କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ,
Yahaya kuma ya tsauta wa sarki Hirudus domin ya auri matar dan'uwansa, Hiruduya, da kuma sauran abubuwan da Hirudus ya yi.
20 ସେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ।
Amma Hirudus ya kara yin wani mugun abu. Ya sa an kulle Yahaya a cikin kurkuku.
21 ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,
Ana nan, lokacin da ake yiwa dukan mutane baftisma, aka yiwa Yesu mai baftisma. Lokacin da yake yin addu'a, sai sama ta bude,
22 ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।
kuma Ruhu Mai Tsarki ya sauko masa a kamanin kurciya, sai wata murya ta fito daga sama, “Kai ne kaunataccen Da na. Ina jin dadin ka.”
23 ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର,
Ana nan Yesu da kansa, da ya fara, yana kimanin shekara talatin. Shi dan (kamar yadda ake tsammani) Yusufu ne, dan Heli,
24 ଏଲୀ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର, ଲେବୀ ମଲ୍‌ଖୀଙ୍କ ପୁତ୍ର, ମଲ୍‌ଖୀ ଯନ୍ନୟଙ୍କ ପୁତ୍ର, ଯନ୍ନୟ ଯୋଷେଫଙ୍କ ପୁତ୍ର,
dan Matat, dan Lawi, dan Malki, dan Yanna, dan Yusufu,
25 ଯୋଷେଫ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଆମୋସଙ୍କ ପୁତ୍ର, ଆମୋସ ନାହୂମଙ୍କ ପୁତ୍ର, ନାହୂମ ହେସ୍ଲୀଙ୍କ ପୁତ୍ର, ହେସ୍ଲୀ ନଗୟଙ୍କ ପୁତ୍ର,
dan Matatiya, dan Amos, dan Nahum, dan Hasli, dan Najjaya,
26 ନଗୟ ମହଥଙ୍କ ପୁତ୍ର, ମହଥ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଶିମୟୀଙ୍କ ପୁତ୍ର, ଶିମୟୀ ଯୋସେଖଙ୍କ ପୁତ୍ର, ଯୋସେଖ ଯୋଦାଙ୍କ ପୁତ୍ର,
dan Ma'ata, dan Matatiya, dan Shimeya, dan Yuseka, dan Yoda,
27 ଯୋଦା ଯୋହନଙ୍କ ପୁତ୍ର, ଯୋହନ ରେଷାଙ୍କ ପୁତ୍ର, ରେଷା ଜିରୁବାବିଲଙ୍କ ପୁତ୍ର, ଜିରୁବାବିଲ ଶଲ୍‍ଟୀୟେଲ୍‍ଙ୍କ ପୁତ୍ର, ଶଲ୍‍ଟୀୟେଲ୍ ନେରୀଙ୍କ ପୁତ୍ର,
dan Yowana, dan Resa, dan Zarubabila, dan Shiyaltiyel, dan Niri,
28 ନେରୀ ମଲ୍‌ଖୀଙ୍କ ପୁତ୍ର, ମଲ୍‌ଖୀ ଅଦ୍ଦୀଙ୍କ ପୁତ୍ର, ଅଦ୍ଦୀ କୋସାମଙ୍କ ପୁତ୍ର, କୋସାମ ଏଲ୍ମଦାନଙ୍କ ପୁତ୍ର, ଏଲ୍ମଦାନ ଏରଙ୍କ ପୁତ୍ର,
dan Malki, dan Addi, dan Kosama, dan Almadama, dan Er,
29 ଏର ଯିହୋଶୂୟଙ୍କ ପୁତ୍ର, ଯିହୋଶୂୟ ଏଲୀୟାଜରଙ୍କ ପୁତ୍ର, ଏଲୀୟାଜର ଯୋରୀମଙ୍କ ପୁତ୍ର, ଯୋରୀମ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର,
dan Yosi, dan Aliyeza, dan Yorima, dan Matat, dan Lawi,
30 ଲେବୀ ଶିମିୟୋନଙ୍କ ପୁତ୍ର, ଶିମିୟୋନ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋଷେଫଙ୍କ ପୁତ୍ର, ଯୋଷେଫ ଯୋନାମଙ୍କ ପୁତ୍ର, ଯୋନାମ ଏଲୀୟାକୀମଙ୍କ ପୁତ୍ର,
dan Saminu, dan Yahuda, dan Yusufu, dan Yonana, dan Aliyakima,
31 ଏଲୀୟାକୀମ ମଲାହଙ୍କ ପୁତ୍ର, ମଲାହ ମନ୍ନାଙ୍କ ପୁତ୍ର, ମନ୍ନା ମତ୍ତଥାଙ୍କ ପୁତ୍ର, ମତ୍ତଥା ନାଥନଙ୍କ ପୁତ୍ର, ନାଥନ ଦାଉଦଙ୍କ ପୁତ୍ର,
dan Malaya, dan Mainana, dan Matata, dan Natan, dan Dauda,
32 ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,
dan Yesse, dan Obida, dan Bu'aza, dan Salmon, dan Nashon,
33 ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହିଷ୍ରୋଣଙ୍କ ପୁତ୍ର, ହିଷ୍ରୋଣ ପେରସଙ୍କ ପୁତ୍ର, ପେରସ ଯିହୂଦାଙ୍କ ପୁତ୍ର,
dan Amminadab, dan Adimi, dan Arama, dan Hezruna, dan Feresa, dan Yahuda,
34 ଯିହୂଦା ଯାକୁବଙ୍କ ପୁତ୍ର, ଯାକୁବ ଇସ୍‌ହାକଙ୍କ ପୁତ୍ର, ଇସ୍‌ହାକ ଅବ୍ରହାମଙ୍କ ପୁତ୍ର, ଅବ୍ରହାମ ତେରହଙ୍କ ପୁତ୍ର, ତେରହ ନାହୋରଙ୍କ ପୁତ୍ର,
dan Yakubu, dan Ishaku, dan Ibrahim, dan Tera, dan Nahor,
35 ନାହୋର ସରୁଗଙ୍କ ପୁତ୍ର, ସରୁଗ ରଗୁଙ୍କ ପୁତ୍ର, ରଗୁ ଫେଲଗଙ୍କ ପୁତ୍ର, ଫେଲଗ ଏବରଙ୍କ ପୁତ୍ର, ଏବର ଶେଲହଙ୍କ ପୁତ୍ର,
dan Serug, dan Reyu, dan Feleg, dan Abiru, dan Shela,
36 ଶେଲହ କେନାନଙ୍କ ପୁତ୍ର, କେନାନ ଅର୍ଫକ୍ଷଦଙ୍କ ପୁତ୍ର, ଅର୍ଫକ୍ଷଦ ଶେମଙ୍କ ପୁତ୍ର, ଶେମ ନୋହଙ୍କ ପୁତ୍ର, ନୋହ ଲେମଖଙ୍କ ପୁତ୍ର,
dan Kainana, dan Arfakshada, dan Shem, dan Nuhu, dan Lamek,
37 ଲେମଖ ମଥୂଶେଲହଙ୍କ ପୁତ୍ର, ମଥୂଶେଲହ ହନୋକଙ୍କ ପୁତ୍ର, ହନୋକ ଯେରଦଙ୍କ ପୁତ୍ର, ଯେରଦ ମହଲଲେଲଙ୍କ ପୁତ୍ର, ମହଲଲେଲ କେନାନଙ୍କ ପୁତ୍ର,
dan Metusela, dan Anuhu, dan Yaret, dan Mahalel, dan Kainana,
38 କେନାନ ଏନୋଶଙ୍କ ପୁତ୍ର, ଏନୋଶ ଶେଥଙ୍କ ପୁତ୍ର, ଶେଥ ଆଦମଙ୍କ ପୁତ୍ର, ଆଦମ ଈଶ୍ବରଙ୍କ ପୁତ୍ର।
dan Enosh, dan Shitu, dan Adamu, dan Allah.

< ଲୂକ 3 >