< ଲୂକ 5 >

1 ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;
Now it happened, while the crowd pressed on him and heard the word of God, that he was standing by the lake of Gennesaret.
2 ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ।
He saw two boats standing by the lake, but the fishermen had gone out of them, and were washing their nets.
3 ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ।
He entered into one of the boats, which was Simon's, and asked him to put out a little from the land. He sat down and taught the crowds from the boat.
4 ସେ କଥା ଶେଷ କରି ଶିମୋନଙ୍କୁ କହିଲେ, “ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ।”
When he had finished speaking, he said to Simon, "Put out into the deep, and let down your nets for a catch."
5 ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି।
Simon answered him, "Master, we worked all night, and took nothing; but at your word I will let down the nets."
6 ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା।
When they had done this, they caught a great multitude of fish, and their net was breaking.
7 ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ। ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା।
They beckoned to their partners in the other boat, that they should come and help them. They came, and filled both boats, so that they began to sink.
8 କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।
But Simon Peter, when he saw it, fell down at Jesus' knees, saying, "Depart from me, for I am a sinful man, Lord."
9 କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ;
For he was amazed, and all who were with him, at the catch of fish which they had caught;
10 ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।”
and so also were James and John, sons of Zebedee, who were partners with Simon. Jesus said to Simon, "Do not be afraid. From now on you will be catching people."
11 ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ।
When they had brought their boats to land, they left everything, and followed him.
12 ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
It happened, while he was in one of the cities, look, there was a man full of leprosy. When he saw Jesus, he fell on his face, and begged him, saying, "Lord, if you want to, you can make me clean."
13 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା।
And he stretched out his hand, and touched him, saying, "I am willing. Be cleansed." Immediately the leprosy left him.
14 ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, “କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର।”
And he commanded him, "Do not tell anyone, but go your way, and show yourself to the priest, and offer for your cleansing according to what Moses commanded, for a testimony to them."
15 କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;
But the report concerning him spread much more, and large crowds came together to hear, and to be healed of their infirmities.
16 ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ।
But he withdrew himself into the desert, and prayed.
17 ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦିୟା ପ୍ରଦେଶ ଓ ଯିରୂଶାଲମ ସହରରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା।
It happened on one of those days, that he was teaching; and there were Pharisees and teachers of the Law sitting by, who had come out of every village of Galilee, Judea, and Jerusalem. The power of the Lord was with him to heal.
18 ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ।
And look, men brought a paralyzed man on a cot, and they sought to bring him in to lay before him.
19 କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ।
Not finding a way to bring him in because of the crowd, they went up to the housetop, and let him down through the tiles with his cot into the midst before Jesus.
20 ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, “ହେ ବନ୍ଧୁ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି।”
Seeing their faith, he said, "Man, your sins are forgiven you."
21 ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କହିବାକୁ ଲାଗିଲେ, ଏ ଯେ ଈଶ୍ବର ନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ?
The scribes and the Pharisees began to reason, saying, "Who is this that speaks blasphemies? Who can forgive sins, but God alone?"
22 କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?
But Jesus, perceiving their thoughts, answered them, "Why are you reasoning so in your hearts?
23 କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା,’ ବା, ‘ଉଠ, ଚାଲ ବୋଲି କହିବା?’
Which is easier to say, 'Your sins are forgiven you;' or to say, 'Arise and walk?'
24 କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ।”
But that you may know that the Son of Man has authority on earth to forgive sins" (he said to the paralyzed man), "I tell you, arise, and take up your cot, and go to your house."
25 ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ।
Immediately he rose up before them, and took up that which he was laying on, and departed to his house, glorifying God.
26 ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ।
Amazement took hold on all, and they glorified God. They were filled with fear, saying, "We have seen remarkable things today."
27 ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”
After these things he went out, and saw a tax collector named Levi sitting at the tax office, and said to him, "Follow me."
28 ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ।
He left everything, and rose up and followed him.
29 ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ।
Levi made a great feast for him in his house. There was a large crowd of tax collectors and others who were reclining with them.
30 ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ?
The Pharisees and their scribes grumbled at his disciples, saying, "Why do you eat and drink with the tax collectors and sinners?"
31 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି।
Jesus answered them, "Those who are healthy have no need for a physician, but those who are sick do.
32 ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ-ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି।”
I have not come to call the righteous, but sinners to repentance."
33 ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି।
They said to him, "The disciples of John often fast and pray, likewise also the disciples of the Pharisees, but yours eat and drink."
34 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇପାର?
He said to them, "Can you make the friends of the bridegroom fast, while the bridegroom is with them?
35 କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ।”
But the days will come when the bridegroom will be taken away from them. Then they will fast in those days."
36 ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, “କେହି ନୂଆ ଲୁଗାରୁ ତାଳି ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ।
He also told a parable to them. "No one having torn a piece from a new garment puts it on an old garment, or else he will tear the new, and also the piece from the new will not match the old.
37 ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ।
And no one puts new wine into old wineskins, or else the new wine will burst the skins, and it will be spilled, and the skins will be destroyed.
38 କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।
But new wine must be put into fresh wineskins.
39 ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ‘ପୁରୁଣା ତ ଭଲ।’”
No one having drunk old wine desires new, for he says, 'The old is good.'"

< ଲୂକ 5 >