< ଲୂକ 6 >

1 ଥରେ ବିଶ୍ରାମବାର ଦିନରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶସ୍ୟର ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ।
ויהי בשבת השנית לספירת העמר עבר בין הקמה ויקטפו תלמידיו מלילת ויפרכו אתן בידיהם ויאכלו׃
2 କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ?
ויש מן הפרושים אשר אמרו אליהם למה אתם עשים את אשר איננו מתר לעשות בשבת׃
3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ?
ויען ישוע ויאמר אליהם הלא קראתם את אשר עשה דוד בהיותו רעב הוא ואשר היו אתו׃
4 ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।”
כאשר בא אל בית האלהים ויקח את לחם הפנים ויאכל וגם נתן לאשר אתו את אשר לא נכון לאכלו כי אם לכהנים לבדם׃
5 ଆଉ, ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”
ויאמר אליהם בן האדם גם אדון השבת הוא׃
6 ସେ ଆଉ ଏକ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା।
ויהי בשבת אחרת בא אל בית הכנסת וילמד ושם איש אשר יבשה ידו הימנית׃
7 ଆଉ, ସେ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି।
ויארבו לו הסופרים והפרושים לראות אם ירפא בשבת למען ימצאו עליו שטנה׃
8 କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, “ଉଠ, ମଝିରେ ଠିଆ ହୁଅ।” ପୁଣି, ସେ ଉଠି ଠିଆ ହେଲା।
והוא ידע את מחשבותם ויאמר אל האיש אשר ידו יבשה קום ועמוד בתוך ויקם ויעמד׃
9 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ଜୀବନ ରକ୍ଷା କରିବା ନା ବିନାଶ କରିବା?”
ויאמר אליהם ישוע אשאלה אתכם דבר הנכון בשבת להיטיב אם להרע להציל נפש אם לאבד׃
10 ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, “ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା।
ויבט סביב אל כלם ויאמר לאיש פשט את ידך ויעש כן ותרפא ידו ותשב כאחרת׃
11 କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରିପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ।
והמה נמלאו חמה ויוסדו יחד מה לעשות לישוע׃
12 ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ।
ויהי בימים ההם ויצא ההרה להתפלל ויעמד כל הלילה בתפלה לאלהים׃
13 ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ,
ובהית הבקר אסף אליו את תלמידיו ויבחר מהם שנים עשר אשר גם קרא להם שליחים׃
14 ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ,
את שמעון אשר גם קראו פטרוס ואת אנדרי אחיו את יעקב ואת יוחנן את פילפוס ואת בר תלמי׃
15 ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍‌ଯୋଗୀ ବୋଲି କହନ୍ତି,
את מתי ואת תומא ואת יעקב בן חלפי ואת שמעון המכנה הקנא׃
16 ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
את יהודה בן יעקב ואת יהודה איש קריות אשר גם היה למוסר׃
17 ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ;
וירד אתם ויעמד במקום מישור והמון תלמידיו וקהל עם רב מכל יהודה וירושלים ומחוף ים צר וצידון אשר באו לשמע אתו ולהרפא מחלייהם׃
18 ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ;
וגם הנלחצים ברוחות טמאות וירפאו׃
19 ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା।
וכל ההמון מבקשים לגעת בו כי גבורה יצאה מאתו ורפאה את כלם׃
20 ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର।
והוא נשא את עיניו אל תלמידיו ויאמר אשריכם העניים כי לכם מלכות האלהים׃
21 ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ।
אשריכם הרעבים כעת כי תשבעו אשריכם הבכים כעת כי תשחקו׃
22 ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
אשריכם אם ישנאו אתכם האנשים ואם ינדו אתכם וחרפו והדיחו את שמכם כשם רע בעבור בן האדם׃
23 ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”
שמחו ביום ההוא ורקדו כי הנה שכרכם רב בשמים כי כזאת עשו אבתיהם לנביאים׃
24 “କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖ ଭୋଗ କରିଅଛ।
אך אוי לכם העשירים כי כבר לקחתם את נחמתכם׃
25 ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ। ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ।
אוי לכם השבעים כי תרעבו אוי לכם השחקים כעת כי תתאבלו ותבכו׃
26 ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ।
אוי לכם אם כל האנשים משבחים אתכם כי כזאת עשו אבותיהם לנביאי השקר׃
27 କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର;
אבל אליכם השמעים אני אמר אהבו את איביכם היטיבו לשנאיכם׃
28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।
ברכו את מקלליכם והתפללו בעד מכלימיכם׃
29 ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ବସ୍ତ୍ର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ମନା କର ନାହିଁ।
המכה אתך על הלחי הטה לו גם את האחרת והלקח את מעילך אל תמנע ממנו גם את כתנתך׃
30 ଯେ କେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ, ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ।
וכל השאל ממך תן לו והלקח את אשר לך אל תשאל מאתו׃
31 ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର।
וכאשר תחפצו כי יעשו לכם בני האדם כן תעשו להם גם אתם׃
32 ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି।
ואם תאהבו את אהביכם מה הוא חסדכם כי גם החטאים אהבים את אהביהם׃
33 ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି।
ואם תיטיבו למטיביכם מה הוא חסדכם גם החטאים יעשו כן׃
34 ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି।
ואם תלוו את האנשים אשר תקוו לקבל מהם מה הוא חסדכם גם החטאים מלוים את החטאים למען יושב להם בשוה׃
35 ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।
אבל אהבו את איביכם והיטיבו והלוו מבלי תוחלת ויהי שכרכם רב והייתם בני עליון כי טוב הוא גם לשכחי טובה ולרעים׃
36 ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।”
לכן היו רחמנים כאשר גם אביכם רחום הוא׃
37 “ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
ואל תשפטו ולא תשפטו אל תחיבו ולא תחיבו נקו ותנקו׃
38 ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।
תנו ותנתן לכם מדה טובה דחוקה וגדושה ומשפעה יתנו אל חיקכם כי במדה אשר אתם מודדים בה ימד לכם׃
39 ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କଅଣ ଅନ୍ଧକୁ ବାଟ କଢ଼ାଇପାରେ? ସେମାନେ କଅଣ ଉଭୟେ ଗାତରେ ପଡ଼ିବେ ନାହିଁ?
וישא משלו ויאמר אליהם היוכל עור לנהל את העור הלא יפלו שניהם אל הפחת׃
40 ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ।
אין תלמיד נעלה על רבו ודי לכל תלמיד שלם להיות כרבו׃
41 ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
ולמה זה אתה ראה את הקסם אשר בעין אחיך ואת הקורה בעינך לא תביט׃
42 ତୁମ୍ଭେ ଆପଣା ଆଖିରେ ଥିବା କଡ଼ିକାଠ ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି? କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟ ରୂପେ ଦେଖି ପାରିବ।”
ואיך תאמר אל אחיך אחי הניחה לי ואסירה את הקסם אשר בעינך ואינך ראה את הקורה אשר בעינך החנף הסר בראשונה את הקורה מעינך ואחר ראה תראה להסיר את הקסם אשר בעין אחיך׃
43 “କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ।
כי עץ טוב איננו עשה פרי משחת וגם עץ משחת איננו עשה פרי טוב׃
44 କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାଗଛରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ।
כי כל עץ נכר בפריו כי אין אספים תאנים מן הקצים אף אין בצרים ענב מן הסנה׃
45 ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
האיש הטוב מאוצר לבבו הטוב מפיק את הטוב והאיש הרע מאוצר לבבו הרע מפיק את הרע כי משפעת הלב ימלל פיהו׃
46 ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?
ולמה זה אתם קראים לי אדני אדני ואינכם עשים את אשר אני אמר׃
47 ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହିସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି।
כל הבא אלי ושומע את דברי ועשה אתם אורה אתכם למי הוא דומה׃
48 ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା।
דומה הוא לאיש בנה בית אשר העמיק לחפר וייסדו על הסלע וכבוא השטף פרץ הנהר בבית ההוא ולא יכל להניעו כי על הסלע יסודו׃
49 କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ପଥର ଉପରେ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳ ଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା।”
ואשר שמע ולא עשה דומה לאיש אשר בנה בית על הקרקע בלי יסוד ויפרץ בו הנהר ויפל פתאם ויגדל שבר הבית ההוא׃

< ଲୂକ 6 >