< ଲୂକ 8 >

1 ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ,
και εγενετο εν τω καθεξης και αυτος διωδευεν κατα πολιν και κωμην κηρυσσων και ευαγγελιζομενος την βασιλειαν του θεου και οι δωδεκα συν αυτω
2 ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍‍ ମଗ୍‌ଦଲୀନୀ ନାମକ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ,
και γυναικες τινες αι ησαν τεθεραπευμεναι απο πνευματων πονηρων και ασθενειων μαρια η καλουμενη μαγδαληνη αφ ης δαιμονια επτα εξεληλυθει
3 ହେରୋଦଙ୍କ ପରିଚାଳକ ଖୂଜା ଓ ତାହାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ।
και ιωαννα γυνη χουζα επιτροπου ηρωδου και σουσαννα και ετεραι πολλαι αιτινες διηκονουν αυτω απο των υπαρχοντων αυταις
4 ବହୁସଂଖ୍ୟକ ଲୋକ ଏକତ୍ର ହୁଅନ୍ତେ ଓ ନଗରୁ ନଗରୁ ଲୋକେ ତାହାଙ୍କ ନିକଟକୁ ଆସନ୍ତେ ସେ ଦୃଷ୍ଟାନ୍ତ ଦେଇ କହିଲେ,
συνιοντος δε οχλου πολλου και των κατα πολιν επιπορευομενων προς αυτον ειπεν δια παραβολης
5 “ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ।
εξηλθεν ο σπειρων του σπειραι τον σπορον αυτου και εν τω σπειρειν αυτον ο μεν επεσεν παρα την οδον και κατεπατηθη και τα πετεινα του ουρανου κατεφαγεν αυτο
6 ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା।
και ετερον επεσεν επι την πετραν και φυεν εξηρανθη δια το μη εχειν ικμαδα
7 ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା।
και ετερον επεσεν εν μεσω των ακανθων και συμφυεισαι αι ακανθαι απεπνιξαν αυτο
8 ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଳିଲା।” ସେ ଏହା କହୁ କହୁ ଉଚ୍ଚସ୍ୱରରେ କହିଲେ, “ଯାହାର ଶୁଣିବା ପାଇଁ କାନ ଅଛି, ସେ ଶୁଣୁ।”
και ετερον επεσεν επι την γην την αγαθην και φυεν εποιησεν καρπον εκατονταπλασιονα ταυτα λεγων εφωνει ο εχων ωτα ακουειν ακουετω
9 ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କଅଣ ବୋଲି ପଚାରିବାକୁ ଲାଗିଲେ।
επηρωτων δε αυτον οι μαθηται αυτου λεγοντες τις ειη η παραβολη αυτη
10 ସେଥିରେ ସେ କହିଲେ, ଈଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, “‘ଯେପରି ସେମାନେ ଦେଖୁ ଦେଖୁ ଦେଖିପାରିବେ ନାହିଁ ଓ ଶୁଣୁ ଶୁଣୁ ବୁଝିପାରିବେ ନାହିଁ।’”
ο δε ειπεν υμιν δεδοται γνωναι τα μυστηρια της βασιλειας του θεου τοις δε λοιποις εν παραβολαις ινα βλεποντες μη βλεπωσιν και ακουοντες μη συνιωσιν
11 “ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ,
εστιν δε αυτη η παραβολη ο σπορος εστιν ο λογος του θεου
12 ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥିନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ।
οι δε παρα την οδον εισιν οι ακουοντες ειτα ερχεται ο διαβολος και αιρει τον λογον απο της καρδιας αυτων ινα μη πιστευσαντες σωθωσιν
13 ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।
οι δε επι της πετρας οι οταν ακουσωσιν μετα χαρας δεχονται τον λογον και ουτοι ριζαν ουκ εχουσιν οι προς καιρον πιστευουσιν και εν καιρω πειρασμου αφιστανται
14 ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ।
το δε εις τας ακανθας πεσον ουτοι εισιν οι ακουσαντες και υπο μεριμνων και πλουτου και ηδονων του βιου πορευομενοι συμπνιγονται και ου τελεσφορουσιν
15 ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।”
το δε εν τη καλη γη ουτοι εισιν οιτινες εν καρδια καλη και αγαθη ακουσαντες τον λογον κατεχουσιν και καρποφορουσιν εν υπομονη
16 “କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
ουδεις δε λυχνον αψας καλυπτει αυτον σκευει η υποκατω κλινης τιθησιν αλλ επι λυχνιας επιτιθησιν ινα οι εισπορευομενοι βλεπωσιν το φως
17 କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ।
ου γαρ εστιν κρυπτον ο ου φανερον γενησεται ουδε αποκρυφον ο ου γνωσθησεται και εις φανερον ελθη
18 ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
βλεπετε ουν πως ακουετε ος γαρ αν εχη δοθησεται αυτω και ος αν μη εχη και ο δοκει εχειν αρθησεται απ αυτου
19 ତାହାଙ୍କ ମାଆ ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରିପାରୁ ନ ଥିଲେ।
παρεγενοντο δε προς αυτον η μητηρ και οι αδελφοι αυτου και ουκ ηδυναντο συντυχειν αυτω δια τον οχλον
20 ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମାଆ ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି।
και απηγγελη αυτω λεγοντων η μητηρ σου και οι αδελφοι σου εστηκασιν εξω ιδειν σε θελοντες
21 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମାଆ ଓ ଭାଇମାନେ।”
ο δε αποκριθεις ειπεν προς αυτους μητηρ μου και αδελφοι μου ουτοι εισιν οι τον λογον του θεου ακουοντες και ποιουντες αυτον
22 ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, “ଆସ, ହ୍ରଦର ଆରପାରିକୁ ଯିବା।” ସେଥିରେ ସେମାନେ ନୌକା ଫିଟାଇଦେଲେ।
και εγενετο εν μια των ημερων και αυτος ενεβη εις πλοιον και οι μαθηται αυτου και ειπεν προς αυτους διελθωμεν εις το περαν της λιμνης και ανηχθησαν
23 କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଥିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ।
πλεοντων δε αυτων αφυπνωσεν και κατεβη λαιλαψ ανεμου εις την λιμνην και συνεπληρουντο και εκινδυνευον
24 ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ବନ୍ଦ ହୋଇ ସୁସ୍ଥିର ହେଲା।
προσελθοντες δε διηγειραν αυτον λεγοντες επιστατα επιστατα απολλυμεθα ο δε εγερθεις επετιμησεν τω ανεμω και τω κλυδωνι του υδατος και επαυσαντο και εγενετο γαληνη
25 ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ କାହିଁ?” କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।
ειπεν δε αυτοις που εστιν η πιστις υμων φοβηθεντες δε εθαυμασαν λεγοντες προς αλληλους τις αρα ουτος εστιν οτι και τοις ανεμοις επιτασσει και τω υδατι και υπακουουσιν αυτω
26 ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ।
και κατεπλευσαν εις την χωραν των γαδαρηνων ητις εστιν αντιπεραν της γαλιλαιας
27 ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି-ସ୍ଥାନରେ ରହୁଥିଲା।
εξελθοντι δε αυτω επι την γην υπηντησεν αυτω ανηρ τις εκ της πολεως ος ειχεν δαιμονια εκ χρονων ικανων και ιματιον ουκ ενεδιδυσκετο και εν οικια ουκ εμενεν αλλ εν τοις μνημασιν
28 ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ।
ιδων δε τον ιησουν και ανακραξας προσεπεσεν αυτω και φωνη μεγαλη ειπεν τι εμοι και σοι ιησου υιε του θεου του υψιστου δεομαι σου μη με βασανισης
29 କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ। ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଜଞ୍ଜିର ଓ ବେଡ଼ିସବୁ ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା।
παρηγγελλεν γαρ τω πνευματι τω ακαθαρτω εξελθειν απο του ανθρωπου πολλοις γαρ χρονοις συνηρπακει αυτον και εδεσμειτο αλυσεσιν και πεδαις φυλασσομενος και διαρρησσων τα δεσμα ηλαυνετο υπο του δαιμονος εις τας ερημους
30 ଯୀଶୁ ତାହାଙ୍କୁ ପଚାରିଲେ, “ତୋର ନାଁ କଅଣ?” ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ।
επηρωτησεν δε αυτον ο ιησους λεγων τι σοι εστιν ονομα ο δε ειπεν λεγεων οτι δαιμονια πολλα εισηλθεν εις αυτον
31 ପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ। (Abyssos g12)
και παρεκαλει αυτον ινα μη επιταξη αυτοις εις την αβυσσον απελθειν (Abyssos g12)
32 ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ।
ην δε εκει αγελη χοιρων ικανων βοσκομενων εν τω ορει και παρεκαλουν αυτον ινα επιτρεψη αυτοις εις εκεινους εισελθειν και επετρεψεν αυτοις
33 ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ଘୁଷୁରୀ ପଲ ଅତି ବେଗରେ ପାହାଡ ଉପରୁ ଦୌଡ଼ିଯାଇ ହ୍ରଦରେ ପଡ଼ି ବୁଡ଼ି ମଲେ।
εξελθοντα δε τα δαιμονια απο του ανθρωπου εισηλθεν εις τους χοιρους και ωρμησεν η αγελη κατα του κρημνου εις την λιμνην και απεπνιγη
34 ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡି଼କରେ ତାହା ଜଣାଇଲେ।
ιδοντες δε οι βοσκοντες το γεγενημενον εφυγον και απελθοντες απηγγειλαν εις την πολιν και εις τους αγρους
35 ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ।
εξηλθον δε ιδειν το γεγονος και ηλθον προς τον ιησουν και ευρον καθημενον τον ανθρωπον αφ ου τα δαιμονια εξεληλυθει ιματισμενον και σωφρονουντα παρα τους ποδας του ιησου και εφοβηθησαν
36 ଆଉ, ଯେଉଁମାନେ ଦେଖିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ।
απηγγειλαν δε αυτοις και οι ιδοντες πως εσωθη ο δαιμονισθεις
37 ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ।
και ηρωτησαν αυτον απαν το πληθος της περιχωρου των γαδαρηνων απελθειν απ αυτων οτι φοβω μεγαλω συνειχοντο αυτος δε εμβας εις το πλοιον υπεστρεψεν
38 କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରିଯାଇଥିଲେ, ସେ ଯୀଶୁଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା;
εδεετο δε αυτου ο ανηρ αφ ου εξεληλυθει τα δαιμονια ειναι συν αυτω απελυσεν δε αυτον ο ιησους λεγων
39 ମାତ୍ର ସେ ତାହାଙ୍କୁ ବିଦାୟ କରି କହିଲେ, “ତୁମ୍ଭ ଘରକୁ ଫେରିଯାଅ, ପୁଣି, ଈଶ୍ବର ତୁମ୍ଭ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି ସେହିସବୁ ବର୍ଣ୍ଣନା କର।” ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା।
υποστρεφε εις τον οικον σου και διηγου οσα εποιησεν σοι ο θεος και απηλθεν καθ ολην την πολιν κηρυσσων οσα εποιησεν αυτω ο ιησους
40 ଯୀଶୁ ଫେରିଆସନ୍ତେ ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ, କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ।
εγενετο δε εν τω υποστρεψαι τον ιησουν απεδεξατο αυτον ο οχλος ησαν γαρ παντες προσδοκωντες αυτον
41 ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ଅଧ୍ୟକ୍ଷ ଥିଲେ। ସେ ଯୀଶୁଙ୍କ ପାଦ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ,
και ιδου ηλθεν ανηρ ω ονομα ιαειρος και αυτος αρχων της συναγωγης υπηρχεν και πεσων παρα τους ποδας του ιησου παρεκαλει αυτον εισελθειν εις τον οικον αυτου
42 କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା। କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
οτι θυγατηρ μονογενης ην αυτω ως ετων δωδεκα και αυτη απεθνησκεν εν δε τω υπαγειν αυτον οι οχλοι συνεπνιγον αυτον
43 ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ ସମସ୍ତ ପୁଞ୍ଜି ସୁସ୍ଥ ହେବା ପାଇଁ ବୈଦ୍ୟମାନଙ୍କଠାରେ ଖର୍ଚ୍ଚ କରିଥିଲା କିନ୍ତୁ ସୁସ୍ଥ ହୋଇପାରି ନ ଥିଲା,
και γυνη ουσα εν ρυσει αιματος απο ετων δωδεκα ητις εις ιατρους προσαναλωσασα ολον τον βιον ουκ ισχυσεν υπ ουδενος θεραπευθηναι
44 ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା।
προσελθουσα οπισθεν ηψατο του κρασπεδου του ιματιου αυτου και παραχρημα εστη η ρυσις του αιματος αυτης
45 ସେଥିରେ ଯୀଶୁ କହିଲେ, “କିଏ ମୋତେ ଛୁଇଁଲା?” ମାତ୍ର ସମସ୍ତେ ଅସ୍ୱୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି।
και ειπεν ο ιησους τις ο αψαμενος μου αρνουμενων δε παντων ειπεν ο πετρος και οι μετ αυτου επιστατα οι οχλοι συνεχουσιν σε και αποθλιβουσιν και λεγεις τις ο αψαμενος μου
46 କିନ୍ତୁ ଯୀଶୁ କହିଲେ, “କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଗଲା ବୋଲି ମୁଁ ଜାଣିଲି।”
ο δε ιησους ειπεν ηψατο μου τις εγω γαρ εγνων δυναμιν εξελθουσαν απ εμου
47 ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ପାଦ ତଳେ ପଡ଼ି, କାହିଁକି ତାହାଙ୍କୁ ଛୁଇଁଲା ପୁଣି, କିପରି ସେହିକ୍ଷଣି ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା।
ιδουσα δε η γυνη οτι ουκ ελαθεν τρεμουσα ηλθεν και προσπεσουσα αυτω δι ην αιτιαν ηψατο αυτου απηγγειλεν αυτω ενωπιον παντος του λαου και ως ιαθη παραχρημα
48 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଝିଅ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା।”
ο δε ειπεν αυτη θαρσει θυγατερ η πιστις σου σεσωκεν σε πορευου εις ειρηνην
49 ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ।
ετι αυτου λαλουντος ερχεται τις παρα του αρχισυναγωγου λεγων αυτω οτι τεθνηκεν η θυγατηρ σου μη σκυλλε τον διδασκαλον
50 କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, “ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।”
ο δε ιησους ακουσας απεκριθη αυτω λεγων μη φοβου μονον πιστευε και σωθησεται
51 ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ।
εισελθων δε εις την οικιαν ουκ αφηκεν εισελθειν ουδενα ει μη πετρον και ιακωβον και ιωαννην και τον πατερα της παιδος και την μητερα
52 ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ। ସେଥିରେ ସେ କହିଲେ, “ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି।”
εκλαιον δε παντες και εκοπτοντο αυτην ο δε ειπεν μη κλαιετε ουκ απεθανεν αλλα καθευδει
53 କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
και κατεγελων αυτου ειδοτες οτι απεθανεν
54 ମାତ୍ର ସେ ତାହାର ହାତ ଧରି ଡାକି କହିଲେ, “ଆଗୋ ବାଳିକା, ଉଠ।”
αυτος δε εκβαλων εξω παντας και κρατησας της χειρος αυτης εφωνησεν λεγων η παις εγειρου
55 ସେଥିରେ ତାହାର ଆତ୍ମା ଫେରିଆସିଲା ଆଉ ସେ ସେହିକ୍ଷଣି ଉଠିଲା, ପୁଣି, ସେ ତାହାକୁ କିଛି ଖାଇବାକୁ ଦେବା ପାଇଁ ଆଜ୍ଞା ଦେଲେ।
και επεστρεψεν το πνευμα αυτης και ανεστη παραχρημα και διεταξεν αυτη δοθηναι φαγειν
56 ଏଥିରେ ତାହାର ପିତାମାତା ଆଚମ୍ଭିତ ହେଲେ; କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।
και εξεστησαν οι γονεις αυτης ο δε παρηγγειλεν αυτοις μηδενι ειπειν το γεγονος

< ଲୂକ 8 >