< ମାଥିଉ 15 >

1 ସେହି ସମୟରେ ଯିରୂଶାଲମ ସହରରୁ ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କ ନିକଟକୁ ଆସି କହିଲେ,
ここにパリサイ人・學者ら、エルサレムより來りてイエスに言ふ、
2 ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ।
『なにゆゑ汝の弟子は、古への人の言傳を犯すか、食事のときに手を洗はぬなり』
3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଈଶ୍ବରଙ୍କ ଆଜ୍ଞା ଅମାନ୍ୟ କର?
答へて言ひ給ふ『なにゆゑ汝らは、また汝らの言傳によりて神の誡命を犯すか。
4 ଈଶ୍ବର ତ କହିଅଛନ୍ତି ‘ପିତାମାତାକୁ ସମାଦର କର,’ ଆଉ ‘ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’
即ち神は「父 母を敬へ」と言ひ「父または母を罵る者は必ず殺さるべし」と言ひたまへり。
5 କିନ୍ତୁ ତୁମ୍ଭେମାନେ କହୁଥାଅ, ଯେ କେହି ପିତା କି ମାତାକୁ କହେ, ମୋʼଠାରୁ ଯାହା କିଛି ସାହାଯ୍ୟ ତୁମ୍ଭେ ପାଇଥାଆନ୍ତ, ସେ ସବୁ ‘ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଅଛି,’
然るに汝らは「誰にても父または母に對ひて、我が負ふ所のものは供物となりたりと言はば、
6 ‘ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ।’ ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ।
父または母を敬ふに及ばず」と言ふ。斯くその言傳によりて神の言を空しうす。
7 ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଉପଯୁକ୍ତଭାବେ ଏହି ଭାବବାଣୀ କହିଅଛନ୍ତି,
僞善者よ、宜なる哉、イザヤは汝らに就きて能く預言せり。曰く、
8 ‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।
「この民は口唇にて我を敬ふ、されど其の心は我に遠ざかる。
9 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’”
ただ徒らに我を拜む。人の訓誡を教とし教へて」』
10 ଆଉ ଯୀଶୁ ଲୋକମାନଙ୍କୁ ପାଖକୁ ଡାକି ସେମାନଙ୍କୁ କହିଲେ, “ଶୁଣ ଓ ବୁଝ;
かくて群衆を呼び寄せて言ひたまふ『聽きて悟れ。
11 ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ।”
口に入るものは人を汚さず、されど口より出づるものは、これ人を汚すなり』
12 ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କଅଣ ଏହା ଜାଣନ୍ତି?
ここに弟子たち御許に來りていふ『御言をききてパリサイ人の躓きたるを知り給ふか』
13 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାନ୍ତି, ସେ ସବୁ ଉତ୍ପାଟିତ ହେବ।
答へて言ひ給ふ『わが天の父の植ゑ給はぬものは、みな拔かれん。
14 ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।”
彼らを捨ておけ、盲人を手引する盲人なり、盲人もし盲人を手引せば、二人とも穴に落ちん』
15 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦୃଷ୍ଟାନ୍ତଟି ଆମ୍ଭମାନଙ୍କୁ ବୁଝାଇ ଦିଅନ୍ତୁ।
ペテロ答へて言ふ『その譬を我らに解き給へ』
16 ଯୀଶୁ କହିଲେ, “ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଅବୋଧ?”
イエス言ひ給ふ『なんぢらも今なほ悟りなきか。
17 “ଯାହା କିଛି ମୁଖରେ ପ୍ରବେଶ କରେ, ତାହା ପେଟକୁ ଯାଇ ଶୌଚ ଦ୍ୱାରା ନିକ୍ଷିପ୍ତ ହୁଏ, ଏହା କଅଣ ବୁଝୁ ନାହଁ?
凡て口に入るものは腹にゆき、遂に厠に棄てらるる事を悟らぬか。
18 କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ।
されど口より出づるものは心より出づ、これ人を汚すものなり。
19 କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;
それ心より惡しき念いづ、すなはち殺人・姦淫・淫行・竊盜・僞證・誹謗、
20 ଏହି ସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୁଆ ହାତରେ ଖାଇବା ମନୁଷ୍ୟକୁ ଅଶୁଚି କରେ ନାହିଁ।”
これらは人を汚すものなり、されど洗はぬ手にて食する事は人を汚さず』
21 ଯୀଶୁ ସେହି ସ୍ଥାନରୁ ଅଲଗା ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।
イエスここを去りてツロとシドンとの地方に往き給ふ。
22 ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ, ମୋହର ଝିଅଟି ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି।
視よ、カナンの女その邊より出できたり、叫びて『主よ、ダビデの子よ、我を憫み給へ、わが娘、惡鬼につかれて甚く苦しむ』と言ふ。
23 କିନ୍ତୁ ଯୀଶୁ ତାହାକୁ ପଦେ ହେଲେ ଉତ୍ତର ଦେଲେ ନାହିଁ। ଆଉ ତାହାଙ୍କ ଶିଷ୍ୟମାନେ ଆସି ତାହାଙ୍କୁ ଅନୁରୋଧ କରି କହିବାକୁ ଲାଗିଲେ, ଏହାକୁ ବିଦାୟ କରନ୍ତୁ, କାରଣ ଏ ଆମ୍ଭମାନଙ୍କ ପଛେ ପଛେ ଚିତ୍କାର କରୁଅଛି।
されどイエス一言も答へ給はず。弟子たち來り請ひて言ふ『女を歸したまへ、我らの後より叫ぶなり』
24 କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ।”
答へて言ひたまふ『我はイスラエルの家の失せたる羊のほかに遣されず』
25 କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋହର ଉପକାର କରନ୍ତୁ।
女きたり拜して言ふ『主よ、我を助けたまへ』
26 ମାତ୍ର ସେ ଉତ୍ତର ଦେଲେ, “ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।”
答へて言ひたまふ『子供のパンをとりて小狗に投げ與ふるは善からず』
27 କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି।
女いふ『然り、主よ、小狗も主人の食卓よりおつる食屑を食ふなり』
28 ସେଥିରେ ଯୀଶୁ ଉତ୍ତର ଦେଲେ, “ଗୋ ନାରୀ, ତୁମ୍ଭର ବଡ଼ ବିଶ୍ୱାସ, ତୁମ୍ଭର ଇଚ୍ଛାନୁସାରେ ତୁମ୍ଭ ପ୍ରତି ଘଟୁ।” ସେହି ମୁହୂର୍ତ୍ତରୁ ତାହାର କନ୍ୟା ସୁସ୍ଥ ହେଲା।
ここにイエス答へて言ひたまふ『をんなよ、汝の信仰は大なるかな、願のごとく汝になれ』娘この時より癒えたり。
29 ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ।
イエス此處を去り、ガリラヤの海邊にいたり、而して山に登り、そこに坐し給ふ。
30 ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ।
大なる群衆、跛者・不具・盲人・唖者および他の多くの者を連れ來りて、イエスの足下に置きたれば、醫し給へり。
31 ଏହି ରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି, ଇସ୍ରାଏଲର ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।
群衆は、唖者の物いひ、不具の癒え、跛者の歩み、盲人の見えたるを見て之を怪しみ、イスラエルの神を崇めたり。
32 ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ।”
イエス弟子たちを召して言ひ給ふ『われ此の群衆をあはれむ、既に三日われと偕にをりて食ふべき物なし。飢ゑたるままにて歸らしむるを好まず、恐らくは途にて疲れ果てん』
33 ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜନ ସ୍ଥାନରେ କେଉଁଠାରୁ ଏତେ ରୁଟି ପାଇବା?
弟子たち言ふ『この寂しき地にて、斯く大なる群衆を飽かしむべき多くのパンを、何處より得べき』
34 ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ।
イエス言ひ給ふ『パン幾つあるか』彼らいふ『七つ、また小き魚すこしあり』
35 ସେଥିରେ ସେ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ,
イエス群衆に命じて地に坐せしめ、
36 ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ।
七つのパンと魚とを取り、謝して之をさき弟子たちに與へ給へば、弟子たちこれを群衆に與ふ。
37 ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ।
凡ての人くらひて飽き、裂きたる餘を拾ひしに、七つの籃に滿ちたり。
38 ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରି ହଜାର ପୁରୁଷ ଥିଲେ।
食ひし者は、女と子供とを除きて四千 人なりき。
39 ଏଥିଉତ୍ତାରେ ସେ ଲୋକସମୂହକୁ ବିଦାୟ ଦେଇ ନୌକାରେ ଚଢ଼ି ମଗଦାନ ସୀମାକୁ ଆସିଲେ।
イエス群衆をかへし、舟に乘りてマガダンの地方に往き給へり。

< ମାଥିଉ 15 >