< ହିତୋପଦେଶ 17 >

1 ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ।
Lepszy [jest] kęs suchego [chleba], a przy tym spokój, niż dom pełen bydła ofiarnego z kłótnią.
2 ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।
Sługa roztropny będzie panował nad synem, który przynosi hańbę, i wraz z [jego] braćmi będzie miał udział w dziedzictwie.
3 କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।
Tygiel dla srebra, piec dla złota, ale serca bada PAN.
4 କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ।
Zły zważa na wargi fałszywe, a kłamca słucha przewrotnego języka.
5 ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ।
Kto naśmiewa się z ubogiego, uwłacza jego Stwórcy, a kto się cieszy z nieszczęścia, nie uniknie kary.
6 ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।
Koroną starców są synowie synów, a chlubą synów są ich ojcowie.
7 ବାକ୍‍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ।
Poważna mowa nie przystoi głupiemu, tym mniej kłamliwe usta dostojnikowi.
8 ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।
Dar jest [jak] drogocenny kamień w oczach tego, kto go posiada; gdziekolwiek [z nim] zmierza, ma powodzenie.
9 ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।
Kto kryje grzech, szuka miłości, a kto wyjawia sprawę, rozdziela przyjaciół.
10 ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନ‍କୁ ପଦେ ଅନୁଯୋଗ ଅଧିକ କାଟେ।
Nagana lepiej działa na rozumnego niż sto razów na głupiego.
11 ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।
Zły szuka jedynie buntu; dlatego zostanie wysłany przeciw niemu okrutny posłaniec.
12 ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
[Lepiej] człowiekowi spotkać się z niedźwiedzicą, której zabrano młode, niż z głupim w jego głupocie.
13 ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।
Kto odpłaca złem za dobro, temu zło z domu nie ustąpi.
14 କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।
Kto zaczyna kłótnię, [jest jak] ten, co puszcza wodę; [dlatego] zaniechaj sporu, zanim wybuchnie.
15 ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।
Kto usprawiedliwia niegodziwego i kto potępia sprawiedliwego, obaj budzą odrazę w PANU.
16 ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ? ତାହାର ତ ବୁଦ୍ଧି ନାହିଁ।
Na cóż w ręku głupiego pieniądze, by zdobyć mądrość, [skoro] nie ma rozumu?
17 ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ।
Przyjaciel kocha w każdym czasie, a brat rodzi się w nieszczęściu.
18 ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।
Nierozumny człowiek daje porękę i ręczy na oczach przyjaciela.
19 ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।
Kto kocha grzech, kocha spór, a kto podwyższa swoją bramę, szuka zagłady.
20 ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।
Przewrotny w sercu nie znajduje dobra, a kto ma przewrotny język, wpadnie w zło.
21 ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ।
Kto spłodzi głupca, [zrobi to] na swój smutek, a ojciec głupiego nie doznaje radości.
22 ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
Wesołe serce działa dobrze [jak] lekarstwo, a przygnębiony duch wysusza kości.
23 ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।
Niegodziwy bierze dar z zanadrza, aby wypaczać ścieżki sądu.
24 ବୁଦ୍ଧିମାନର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ।
Mądrość [jest] przed obliczem rozumnego, a oczy głupca są aż na krańcu ziemi.
25 ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ।
Głupi syn jest zmartwieniem dla ojca i goryczą dla rodzicielki.
26 ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ।
Zaprawdę to niedobrze wymierzyć karę sprawiedliwemu ani bić władców za prawość.
27 ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ।
Kto ma wiedzę, powściąga swoje słowa, człowiek roztropny [jest] zacnego ducha.
28 ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ।
Nawet głupi, gdy milczy, uchodzi za mądrego, [a] kto zamyka swoje wargi – za rozumnego.

< ହିତୋପଦେଶ 17 >