< ହିତୋପଦେଶ 4 >

1 ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର।
Słuchajcie, synowie, pouczenia ojca i zważajcie na to, abyście poznali roztropność;
2 ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ।
Bo daję wam dobrą naukę, nie porzucajcie mego prawa.
3 ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି।
Byłem bowiem synem mego ojca i [miłym] jedynakiem w oczach mojej matki.
4 ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।
On mnie uczył, mówiąc mi: Niech twoje serce zachowa moje słowa; strzeż moich przykazań, a będziesz żył.
5 ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
Zdobywaj mądrość, zdobywaj roztropność; nie zapominaj i nie odstępuj od słów moich ust.
6 ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ।
Nie opuszczaj jej, a będzie cię strzegła; ukochaj ją, a zachowa cię.
7 ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର।
Podstawą [wszystkiego jest] mądrość; zdobywaj mądrość i za cały swój majątek zdobywaj roztropność.
8 ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ।
Wywyższaj ją, a ona wywyższy ciebie, rozsławi cię, gdy ją przyjmiesz.
9 ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।”
Wdzięczną ozdobę włoży ci na głowę, obdarzy cię koroną chwały.
10 ହେ ମୋହର ପୁତ୍ର, ଶୁଣ, ମୋʼ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।
Słuchaj, synu mój, i przyjmij moje słowa, a pomnożą się lata twojego życia.
11 ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି।
Nauczyłem cię drogi mądrości, po ścieżkach prawości cię wiodłem;
12 ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ।
Gdy [nimi] pójdziesz, twoje kroki nie będą skrępowane; a jeśli pobiegniesz, nie potkniesz się.
13 ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ିଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।
Trzymaj się karności, nie opuszczaj [jej], strzeż jej, bo ona jest twoim życiem.
14 କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟ ଲୋକମାନଙ୍କ ବାଟରେ ଚାଲ ନାହିଁ।
Nie chodź ścieżką niegodziwych i nie wchodź na drogę złych ludzi.
15 ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ।
Unikaj jej, nie chodź po niej; odwróć się od niej i omiń [ją];
16 ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।
Bo [oni] nie zasną, dopóki nie zrobią czegoś złego; sen ich odleci, aż przywiodą [kogoś] do upadku;
17 ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।
Jedzą bowiem chleb nieprawości i piją wino przemocy.
18 ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।
Ale ścieżka sprawiedliwych [jest] jak jasne światło, które świeci coraz jaśniej aż do dnia doskonałego.
19 ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।
Droga niegodziwych [jest] jak ciemność; nie wiedzą, o co mogą się potknąć.
20 ହେ ମୋହର ପୁତ୍ର, ମୋʼ କଥାରେ ମନୋଯୋଗ କର; ମୋʼ ବାକ୍ୟରେ କର୍ଣ୍ଣ ଡେର।
Synu mój, zważaj na moje słowa; ku moim naukom nakłoń swe ucho.
21 ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ।
Niech nie schodzą ci z oczu, zachowaj je w głębi twego serca.
22 ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।
[Są] bowiem życiem dla tych, którzy je znajdują, i lekarstwem dla całego ich ciała.
23 ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।
Strzeż twego serca z całą pilnością, bo z niego tryska życie.
24 ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ।
Odsuń od siebie przewrotność ust, oddal od siebie złośliwe wargi.
25 ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।
Niech twoje oczy patrzą na wprost, a twoje powieki niech będą zwrócone przed siebie.
26 ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ।
Uważaj na ścieżkę twoich nóg, aby wszystkie twoje drogi były pewne.
27 ଡାହାଣ କି ବାମ ପାର୍ଶ୍ୱକୁ ଯାଅ ନାହିଁ, ପୁଣି ତୁମ୍ଭ ପାଦ ମନ୍ଦଠାରୁ ଦୂର କର।
Nie zbaczaj ani na prawo, ani na lewo; odwróć twoją nogę od zła.

< ହିତୋପଦେଶ 4 >