< ଗୀତସଂହିତା 109 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ମୋହର ପ୍ରଶଂସାପାତ୍ର ପରମେଶ୍ୱର, ନୀରବ ହୁଅ ନାହିଁ;
למנצח לדוד מזמור אלהי תהלתי אל תחרש׃
2 କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି। ସେମାନେ ମିଥ୍ୟାବାଦୀ ଜିହ୍ୱାରେ ମୋʼ ସଙ୍ଗେ କଥା କହିଅଛନ୍ତି।
כי פי רשע ופי מרמה עלי פתחו דברו אתי לשון שקר׃
3 ଆହୁରି, ସେମାନେ ଦ୍ୱେଷ ବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋʼ ସଙ୍ଗେ ଯୁଦ୍ଧ କରିଅଛନ୍ତି।
ודברי שנאה סבבוני וילחמוני חנם׃
4 ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।
תחת אהבתי ישטנוני ואני תפלה׃
5 ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ ଓ ପ୍ରେମ ପାଲଟେ ଘୃଣା ପ୍ରତିଦାନ କରିଅଛନ୍ତି।
וישימו עלי רעה תחת טובה ושנאה תחת אהבתי׃
6 ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ୱରେ ଠିଆ ହେଉ।
הפקד עליו רשע ושטן יעמד על ימינו׃
7 ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ।
בהשפטו יצא רשע ותפלתו תהיה לחטאה׃
8 ତାହାର ଆୟୁ ଅଳ୍ପ ହେଉ ଓ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ।
יהיו ימיו מעטים פקדתו יקח אחר׃
9 ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁ ଓ ତାହାର ଭାର୍ଯ୍ୟା ବିଧବା ହେଉ।
יהיו בניו יתומים ואשתו אלמנה׃
10 ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ୱେଷଣ କରନ୍ତୁ।
ונוע ינועו בניו ושאלו ודרשו מחרבותיהם׃
11 ମହାଜନ ତାହାର ସର୍ବସ୍ୱ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।
ינקש נושה לכל אשר לו ויבזו זרים יגיעו׃
12 ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ।
אל יהי לו משך חסד ואל יהי חונן ליתומיו׃
13 ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ତାହାଙ୍କ ନାମ ଲୁପ୍ତ ହେଉ।
יהי אחריתו להכרית בדור אחר ימח שמם׃
14 ତାହାର ପିତୃପୁରୁଷଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ଓ ତାହାର ମାତାର ପାପ ଲୁପ୍ତ ନ ହେଉ।
יזכר עון אבתיו אל יהוה וחטאת אמו אל תמח׃
15 ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ।
יהיו נגד יהוה תמיד ויכרת מארץ זכרם׃
16 ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ। ମାତ୍ର ଦୁଃଖୀ, ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା।
יען אשר לא זכר עשות חסד וירדף איש עני ואביון ונכאה לבב למותת׃
17 ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା; ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା।
ויאהב קללה ותבואהו ולא חפץ בברכה ותרחק ממנו׃
18 ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି, ତାହା ଜଳ ପରି ତାହାର ଅନ୍ତରରେ ଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା।
וילבש קללה כמדו ותבא כמים בקרבו וכשמן בעצמותיו׃
19 ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ।
תהי לו כבגד יעטה ולמזח תמיד יחגרה׃
20 ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର ଓ ଆମ୍ଭ ପ୍ରାଣ ବିରୁଦ୍ଧରେ ଦୁର୍ବାକ୍ୟବାଦୀମାନଙ୍କର ଏହି ଫଳ।
זאת פעלת שטני מאת יהוה והדברים רע על נפשי׃
21 ମାତ୍ର, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।
ואתה יהוה אדני עשה אתי למען שמך כי טוב חסדך הצילני׃
22 କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ, ଓ ମୋʼ ଅନ୍ତରରେ ମୋʼ ହୃଦୟ କ୍ଷତବିକ୍ଷତ ହୋଇଅଛି।
כי עני ואביון אנכי ולבי חלל בקרבי׃
23 ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ; ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି।
כצל כנטותו נהלכתי ננערתי כארבה׃
24 ଉପବାସରେ ମୋʼ ଆଣ୍ଠୁ ଦୁର୍ବଳ ଅଛି ଓ ମେଦର ଅଭାବରୁ ମୋʼ ମାଂସ କ୍ଷୀଣ ହୁଏ।
ברכי כשלו מצום ובשרי כחש משמן׃
25 ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି; ସେମାନେ ମୋତେ ଦେଖିଲେ ମୁଣ୍ଡ ହଲାନ୍ତି।
ואני הייתי חרפה להם יראוני יניעון ראשם׃
26 ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୋହର ସାହାଯ୍ୟ କର; ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର।
עזרני יהוה אלהי הושיעני כחסדך׃
27 ତହିଁରେ ଏହି ତୁମ୍ଭର ହସ୍ତ ବୋଲି ଓ ତୁମ୍ଭେ ସଦାପ୍ରଭୁ ଏହା କରିଅଛ ବୋଲି ସେମାନେ ଜାଣିବେ।
וידעו כי ידך זאת אתה יהוה עשיתה׃
28 ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ।
יקללו המה ואתה תברך קמו ויבשו ועבדך ישמח׃
29 ମୋʼ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ୱିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ।
ילבשו שוטני כלמה ויעטו כמעיל בשתם׃
30 ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି; ପୁଣି, ଲୋକସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି।
אודה יהוה מאד בפי ובתוך רבים אהללנו׃
31 କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ।
כי יעמד לימין אביון להושיע משפטי נפשו׃

< ଗୀତସଂହିତା 109 >