< ଗୀତସଂହିତା 114 >

1 ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;
Alleluja. In exitu Israël de Ægypto, domus Jacob de populo barbaro,
2 ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,
facta est Judæa sanctificatio ejus; Israël potestas ejus.
3 ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା।
Mare vidit, et fugit; Jordanis conversus est retrorsum.
4 ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।
Montes exsultaverunt ut arietes, et colles sicut agni ovium.
5 ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?
Quid est tibi, mare, quod fugisti? et tu, Jordanis, quia conversus es retrorsum?
6 ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?
montes, exsultastis sicut arietes? et colles, sicut agni ovium?
7 ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ;
A facie Domini mota est terra, a facie Dei Jacob:
8 ସେ ଶୈଳକୁ ଜଳାଶୟ, ଚକ୍‍ମକି ପ୍ରସ୍ତରକୁ ନିର୍ଝର କଲେ।
qui convertit petram in stagna aquarum, et rupem in fontes aquarum.

< ଗୀତସଂହିତା 114 >