< ଗୀତସଂହିତା 114 >

1 ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ; 2 ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା, 3 ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା। 4 ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ। 5 ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ? 6 ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ? 7 ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ; 8 ସେ ଶୈଳକୁ ଜଳାଶୟ, ଚକ୍‍ମକି ପ୍ରସ୍ତରକୁ ନିର୍ଝର କଲେ।

< ଗୀତସଂହିତା 114 >