< ଗୀତସଂହିତା 124 >

1 ଆରୋହଣ ଗୀତ; ଦାଉଦଙ୍କ ରଚିତ। ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ, ଇସ୍ରାଏଲ ଏବେ କହୁନ୍ତୁ;
Pieśń stopni Dawida. Gdyby PAN nie był z nami, niech powie teraz Izrael;
2 ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;
Gdyby PAN nie był z nami, gdy ludzie powstawali przeciwko nam;
3 ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ;
Wtedy połknęliby nas żywcem, gdy płonęli gniewem przeciwko nam;
4 ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା
Wtedy wody zalałyby nas, [a] potok porwałby nasze dusze;
5 ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା।
Wtedy gwałtowne wody porwałyby nasze dusze.
6 ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି।
Błogosławiony PAN, który nas nie wydał na pastwę ich zębom.
7 ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ।
Nasza dusza umknęła jak ptak z sideł ptaszników; sidła się podarły, a my uciekliśmy.
8 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।
Nasza pomoc jest w imieniu PANA, który stworzył niebo i ziemię.

< ଗୀତସଂହିତା 124 >