< ଗୀତସଂହିତା 54 >

1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍। “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ?” ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ। ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର।
i powiedzieli do Saula: [Dawid się u nas ukrywa. ] Boże, wybaw mnie twoim imieniem i twoją mocą broń mojej sprawy.
2 ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋʼ ମୁଖର କଥାରେ କର୍ଣ୍ଣପାତ କର।
Boże, wysłuchaj mojej modlitwy, nakłoń ucha ku słowom moich ust.
3 କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। (ସେଲା)
Gdyż obcy powstali przeciwko mnie, a okrutnicy czyhają na moją duszę; nie mają Boga przed oczami. (Sela)
4 ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକ ଅଟନ୍ତି।
Oto Bóg jest moim pomocnikiem; Pan jest z tymi, którzy podtrzymują moje życie.
5 ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।
Odpłaci złem moim wrogom; w twojej prawdzie wytrać ich.
6 ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ।
Będę ci dobrowolnie składał ofiary, będę wysławiał twoje imię, PANIE, bo jest dobre.
7 ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।
Uwolniłeś mnie bowiem z każdego utrapienia, a moje oko widziało [zemstę] nad moimi wrogami.

< ଗୀତସଂହିତା 54 >