< ଗୀତସଂହିତା 82 >

1 ଆସଫର ଗୀତ। ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି। 2 “ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? (ସେଲା) 3 ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର। 4 ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।” 5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ। 6 ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ। 7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।” 8 ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।

< ଗୀତସଂହିତା 82 >