< ପରମ ଗୀତ 4 >

1 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ ତୁମ୍ଭେ ସୁନ୍ଦରୀ; ଓଢ଼ଣା ତଳେ ତୁମ୍ଭ ଚକ୍ଷୁ କପୋତ ତୁଲ୍ୟ; ତୁମ୍ଭର କେଶ ଗିଲୀୟଦ ପର୍ବତ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।
Ndiwe wokongoladi wokondedwa wanga! Ndithudi, ndiwe wokongola! Maso ako ali ngati nkhunda kumbuyo kwa nsalu yophimba kumutu. Tsitsi lako lili ngati gulu la mbuzi zikutsetsereka kuchokera ku Giliyadi.
2 ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।
Mano ako ali ngati gulu la nkhosa zomwe zangometedwa kumene, zochokera kozisambitsa kumene. Iliyonse ili ndi ana amapasa; palibe imene ili yokha.
3 ତୁମ୍ଭର ଓଷ୍ଠାଧର ସିନ୍ଦୂର ବର୍ଣ୍ଣ ସୂତା ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ।
Milomo yako ili ngati mbota yofiira; pakamwa pako ndi pokongola kwambiri. Kukhalira kumbuyo kwa nsalu yako yophimba kumutuyo, masaya ako akuoneka ngati mabandu a makangadza.
4 ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା।
Khosi lako lili ngati nsanja ya Davide, yomangidwa bwino ndi yosalala; pa nsanja imeneyo pali zishango 1,000, zishango zonsezo za anthu ankhondo.
5 କଇଁଫୁଲ ବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।
Mawere ako ali ngati tiana tiwiri ta nswala, ngati ana amapasa a nswala amene akudya pakati pa maluwa okongola.
6 ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି।
Kamphepo kamadzulo kakayamba kuwuzira ndipo mithunzi ikayamba kuthawa, ndidzapita ku phiri la mure ndi ku chitunda cha lubani.
7 ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।
Ndiwe wokongola kwambiri wokondedwa wanga; palibe chilema pa iwe.
8 ହେ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍‍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।
Tiye tichoke ku Lebanoni iwe mkwatibwi wanga, tiye tichoke ku Lebanoni, utsikepo pa msonga ya Amana, kuchoka pa msonga ya phiri la Seniri, pamwamba penipeni pa Herimoni, kuchoka ku mapanga a mikango ndiponso kumapiri kumene akambuku amavutitsa.
9 ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।
Iwe mlongo wanga, mkwatibwi wanga, wanditenga mtima, iwe wanditenga mtima ndi kapenyedwe ka maso ako, ndiponso ndi umodzi mwa mikanda ya mʼkhosi mwako.
10 ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ!
Iwe mlongo wanga, mkwatibwi wanga, chikondi chako nʼchosangalatsa! Chikondi chako nʼchosangalatsa kwambiri kupambana vinyo, ndiponso fungo la mafuta ako ndi lopambana zonunkhiritsa zonse!
11 ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ।
Iwe mkwatibwi wanga, milomo yako ikuchucha uchi ngati chisa cha njuchi; pansi pa lilime lako pali mkaka ndi uchi. Fungo lonunkhira la zovala zako likumveka ngati fungo la ku Lebanoni.
12 ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।
Iwe mlongo wanga, mkwatibwi wanga, ndiwe munda wopiringidzidwa; ndiwe kasupe wotchingidwa, chitsime chotetezedwa.
13 ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ,
Zomera zako ndi munda wa zipatso za makangadza; muli zipatso zokoma kwambiri, muli hena ndi nadi,
14 ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁରୁ, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ।
nadi ndi safiro, kalamusi ndi sinamoni, komanso mtengo uliwonse wonunkhira bwino. Mulinso mure ndi aloe ndi zonunkhiritsa zonse zabwino kwambiri.
15 ତୁମ୍ଭେ ଉଦ୍ୟାନସମୂହର ଜଳାକର, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସ୍ରୋତ ସଦୃଶ୍ୟ।
Iwe ndiwe kasupe wa mʼmunda, chitsime cha madzi oyenda, mtsinje wa madzi ochokera ku Lebanoni.
16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।
Dzuka, iwe mphepo yakumpoto, ndipo bwera, iwe mphepo yakummwera! Uzira pa munda wanga, kuti fungo lake lonunkhira lifalikire ponseponse. Bwenzi langa alowe mʼmunda mwake ndi kudya zipatso zake zabwino kwambiri.

< ପରମ ଗୀତ 4 >