< اول پادشاهان 17 >

و ایلیای تشبی که از ساکنان جلعاد بود، به اخاب گفت: «به حیات یهوه، خدای اسرائیل که به حضور وی ایستاده‌ام قسم که دراین سالها شبنم و باران جز به کلام من نخواهدبود.» ۱ 1
ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”
و کلام خداوند بر وی نازل شده، گفت: ۲ 2
ଏଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
«ازاینجا برو و به طرف مشرق توجه نما و خویشتن را نزد نهر کریت که در مقابل اردن است، پنهان کن. ۳ 3
ଯଥା, “ତୁମ୍ଭେ ଏଠାରୁ ଯାଇ ପୂର୍ବ ଦିଗକୁ ଫେରି ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟରେ ଆପଣାକୁ ଲୁଚାଅ।
و از نهر خواهی نوشید و غرابها را امر فرموده‌ام که تو را در آنجا بپرورند.» ۴ 4
ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।”
پس روانه شده، موافق کلام خداوند عمل نموده، و رفته نزد نهرکریت که در مقابل اردن است، ساکن شد. ۵ 5
ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟକୁ ଯାଇ ବାସ କଲେ।
وغرابها در صبح، نان و گوشت برای وی و در شام، نان و گوشت می‌آوردند و از نهر می‌نوشید. ۶ 6
ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ।
وبعد از انقضای روزهای چند، واقع شد که نهرخشکید زیرا که باران در زمین نبود. ۷ 7
ପୁଣି, ଦେଶରେ ବୃଷ୍ଟି ନୋହିବାରୁ କିଛି କାଳ ଉତ୍ତାରେ ନଦୀ ଶୁଷ୍କ ହୋଇଗଲା।
و کلام خداوند بر وی نازل شده، گفت: ۸ 8
ଏଥିଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
«برخاسته، به صرفه که نزد صیدون است برو ودر آنجا ساکن بشو، اینک به بیوه‌زنی در آنجا امرفرموده‌ام که تو را بپرورد.» ۹ 9
ଯଥା, “ଉଠ, ସୀଦୋନର ସାରିଫତ୍‍କୁ ଯାଇ ସେଠାରେ ବାସ କର। ଦେଖ, ଆମ୍ଭେ ସେଠାସ୍ଥିତ ଏକ ବିଧବା ସ୍ତ୍ରୀକୁ ତୁମ୍ଭକୁ ପ୍ରତିପୋଷଣ କରିବା ପାଇଁ ଆଜ୍ଞା ଦେଇଅଛୁ।”
پس برخاسته، به صرفه رفت و چون نزد دروازه شهر رسید اینک بیوه‌زنی در آنجا هیزم برمی چید، پس او را صدازده، گفت: «تمنا اینکه جرعه‌ای آب در ظرفی برای من بیاوری تا بنوشم.» ۱۰ 10
ତହିଁରେ ସେ ଉଠି ସାରିଫତ୍‍କୁ ଗଲେ ଓ ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।”
و چون به جهت آوردن آن می‌رفت وی را صدا زده، گفت: «لقمه‌ای نان برای من در دست خود بیاور.» ۱۱ 11
ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁନର୍ବାର ଡାକି କହିଲେ, “ବିନୟ କରୁଅଛି, ମୋʼ ପାଇଁ ଖଣ୍ଡେ ରୁଟି ହାତରେ ଆଣ।”
اوگفت: «به حیات یهوه، خدایت قسم که قرص نانی ندارم، بلکه فقط یک مشت آرد در تاپو و قدری روغن در کوزه، و اینک دو چوبی برمی چینم تارفته، آن را برای خود و پسرم بپزم که بخوریم وبمیرم.» ۱۲ 12
ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।”
ایلیا وی را گفت: «مترس، برو و به طوری که گفتی بکن. لیکن اول گرده‌ای کوچک ازآن برای من بپز و نزد من بیاور، و بعد از آن برای خود و پسرت بپز. ۱۳ 13
ଏଥିରେ ଏଲୀୟ ତାହାକୁ କହିଲେ, “ଭୟ କର ନାହିଁ; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋʼ ପାଇଁ ଗୋଟିଏ ସାନ ପିଠା କରି ମୋʼ ନିକଟକୁ ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର।
زیرا که یهوه، خدای اسرائیل، چنین می‌گوید که تا روزی که خداوندباران بر زمین نباراند، تاپوی آرد تمام نخواهدشد، و کوزه روغن کم نخواهد گردید.» ۱۴ 14
କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।”
پس رفته، موافق کلام ایلیا عمل نمود. و زن و او وخاندان زن، روزهای بسیار خوردند. ۱۵ 15
ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି, ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନ ଯାଏ ଭୋଜନ କଲେ।
و تاپوی آرد تمام نشد و کوزه روغن کم نگردید، موافق کلام خداوند که به واسطه ایلیا گفته بود. ۱۶ 16
ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।
و بعد از این امور واقع شد که پسر آن زن که صاحب‌خانه بود، بیمار شد. و مرض او چنان سخت شد که نفسی در او باقی نماند. ۱۷ 17
ଏହିସବୁ ଘଟଣା ଉତ୍ତାରେ ଗୃହର କର୍ତ୍ତ୍ରୀ ସେହି ସ୍ତ୍ରୀର ପୁତ୍ର ପୀଡ଼ିତ ହେଲା; ପୁଣି, ତାହାର ପୀଡ଼ା ଏପରି ପ୍ରବଳ ହେଲା ଯେ, ତାହାଠାରେ ଶ୍ୱାସବାୟୁ ରହିଲା ନାହିଁ।
و به ایلیاگفت: «ای مرد خدا مرا با تو چه‌کار است؟ آیا نزدمن آمدی تا گناه مرا بیاد آوری و پسر مرابکشی؟» ۱۸ 18
ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!”
او وی را گفت: «پسرت را به من بده.» پس او را از آغوش وی گرفته، به بالاخانه‌ای که درآن ساکن بود، برد و او را بر بستر خود خوابانید. ۱۹ 19
ତହୁଁ ଏଲୀୟ ତାହାକୁ କହିଲେ, “ମୋତେ ତୁମ୍ଭ ପୁତ୍ରକୁ ଦିଅ।” ତହିଁରେ ସେ ତାହା କୋଳରୁ ବାଳକକୁ ନେଇ ଆପଣା ରହିବା ଉପର କୋଠରିକୁ ଘେନିଯାଇ ଆପଣା ଶଯ୍ୟାରେ ତାହାକୁ ଶୁଆଇଲେ।
و نزد خداوند استغاثه نموده، گفت: «ای یهوه، خدای من، آیا به بیوه‌زنی نیز که من نزد او ماواگزیده‌ام بلا رسانیدی و پسر او را کشتی؟» ۲۰ 20
ପୁଣି, ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ମୁଁ ଯେଉଁ ବିଧବାର ଗୃହରେ ପ୍ରବାସ କରୁଅଛି, ତୁମ୍ଭେ ତାହାର ପୁତ୍ରକୁ ବଧ କରି ତାହା ପ୍ରତି ହିଁ କʼଣ ଅମଙ୍ଗଳ ଘଟାଇଲ?”
آنگاه خویشتن را سه مرتبه بر پسر دراز کرده، نزد خداوند استغاثه نموده، گفت: «ای یهوه، خدای من، مسالت اینکه جان این پسر به وی برگردد.» ۲۱ 21
ତହୁଁ ବାଳକ ଉପରେ ସେ ତିନି ଥର ଆପଣାକୁ ଲମ୍ବାଇଲେ, ଆଉ ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ବାଳକର ପ୍ରାଣ ତାହା ମଧ୍ୟକୁ ଫେରିଆସୁ।”
و خداوند آواز ایلیا را اجابت نمود وجان پسر به وی برگشت که زنده شد. ۲۲ 22
ଏଥିରେ ସଦାପ୍ରଭୁ ଏଲୀୟଙ୍କର ରବରେ କର୍ଣ୍ଣପାତ କଲେ; ପୁଣି, ବାଳକର ପ୍ରାଣ ପୁନର୍ବାର ତାହା ମଧ୍ୟକୁ ଆସନ୍ତେ, ସେ ପୁନର୍ଜୀବିତ ହେଲା।
و ایلیاپسر را گرفته، او را از بالاخانه به خانه به زیر آوردو به مادرش سپرد و ایلیا گفت: «ببین که پسرت زنده است! ۲۳ 23
ତହୁଁ ଏଲୀୟ ବାଳକକୁ ନେଇ କୋଠରିରୁ ଓହ୍ଲାଇ ଗୃହକୁ ଆଣି ତାହାର ମାତାର ହସ୍ତରେ ତାହାକୁ ସମର୍ପଣ କଲେ; ପୁଣି, ଏଲୀୟ କହିଲେ, “ଏହି ଦେଖ, ତୁମ୍ଭର ପୁତ୍ର ଜୀବିତ ହେଲା।”
پس آن زن به ایلیا گفت: «الان از این دانستم که تو مرد خدا هستی و کلام خداوند دردهان تو راست است.» ۲۴ 24
ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି।”

< اول پادشاهان 17 >