< اول سموئیل 1 >

و مردی بود از رامه تایم صوفیم از کوهستان افرایم، مسمی به القانه بن یروحام بن الیهو بن توحو بن صوف. و او افرایمی بود. ۱ 1
ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍‍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍‍କାନା, ସେ ସୂଫର ବୃଦ୍ଧ ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର;
و او دو زن داشت. اسم یکی حنا و اسم دیگری فننه بود. و فننه اولاد داشت لیکن حنا رااولاد نبود. ۲ 2
ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ।
و آن مرد هر سال برای عبادت نمودن وقربانی گذرانیدن برای یهوه صبایوت از شهر خودبه شیلوه می‌آمد، و حفنی و فینحاس دو پسرعیلی، کاهنان خداوند در آنجا بودند. ۳ 3
ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ ଯାଉଥାଏ। ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସଦାପ୍ରଭୁଙ୍କ ଯାଜକ ଥିଲେ।
و چون روزی می‌آمد که القانه قربانی می‌گذرانید، به زن خود فننه و همه پسران و دختران خود قسمت هامی داد. ۴ 4
ପୁଣି, ଇଲ୍‍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ରକନ୍ୟା ସମସ୍ତଙ୍କୁ ଅଂଶ ଦେଲା;
و اما به حنا قسمت مضاعف می‌داد زیراکه حنا را دوست می‌داشت، اگر‌چه خداوند رحم او را بسته بود. ۵ 5
ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।
و هئوی وی او را نیز سخت می‌رنجانید به حدی که وی را خشمناک می‌ساخت، چونکه خداوند رحم او را بسته بود. ۶ 6
ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ।
و همچنین سال به سال واقع می‌شد که چون حنابه خانه خدا می‌آمد، فننه همچنین او رامی رنجانید و او گریه نموده، چیزی نمی خورد. ۷ 7
ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।
و شوهرش، القانه، وی را می‌گفت: «ای حنا چراگریانی و چرا نمی خوری و دلت چرا غمگین است؟ آیا من برای تو از ده پسر بهتر نیستم؟» ۸ 8
ଏଥିରେ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?”
و بعد از اکل و شرب نمودن ایشان در شیلوه، حنا برخاست و عیلی کاهن بر کرسی خود نزد ستونی در هیکل خدا نشسته بود. ۹ 9
ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।
و او به تلخی جان نزد خداوند دعا کرد، و زارزار بگریست. ۱۰ 10
ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା।
ونذر کرده، گفت: «ای یهوه صبایوت اگر فی الواقع به مصیبت کنیز خود نظر کرده، مرا بیاد آوری وکنیزک خود را فراموش نکرده، اولاد ذکوری به کنیز خود عطا فرمایی، او را تمامی ایام عمرش به خداوند خواهم داد، و استره بر سرش نخواهدآمد.» ۱۱ 11
ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”
و چون دعای خود را به حضور خداوندطول داد عیلی دهن او را ملاحظه کرد. ۱۲ 12
ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।
و حنادر دل خود سخن می‌گفت، و لبهایش فقط، متحرک بود و آوازش مسموع نمی شد، و عیلی گمان برد که مست است. ۱۳ 13
ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ।
پس عیلی وی راگفت: «تا به کی مست می‌شوی؟ شرابت را از خوددور کن.» ۱۴ 14
ତହିଁରେ ଏଲି ତାହାକୁ କହିଲେ, “ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।”
و حنا در جواب گفت: «نی آقایم، بلکه زن شکسته روح هستم، و شراب و مسکرات ننوشیده‌ام، بلکه جان خود را به حضور خداوندریخته‌ام. ۱۵ 15
ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।”
کنیز خود را از دختران بلیعال مشمار، زیرا که از کثرت غم و رنجیدگی خود تابحال می‌گفتم.» ۱۶ 16
ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।
عیلی در جواب گفت: «به سلامتی برو و خدای اسرائیل مسالتی را که از اوطلب نمودی، تو را عطا فرماید.» ۱۷ 17
ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”
گفت: «کنیزت در نظرت التفات یابد.» پس آن زن راه خود را پیش گرفت و می‌خورد و دیگر ترشرونبود. ۱۸ 18
ତହୁଁ ସେ କହିଲା, “ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ।” ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷଣ୍ଣ ନୋହିଲା।
و ایشان بامدادان برخاسته، به حضور خداوند عبادت کردند و برگشته، به خانه خویش به رامه آمدند، و القانه زن خود حنا را بشناخت وخداوند او را به یاد آورد. ۱۹ 19
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍‍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ।
و بعد از مرور ایام حنا حامله شده، پسری زایید و او را سموئیل نام نهاد، زیرا گفت: «او را از خداوند سوال نمودم.» ۲۰ 20
ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”
و شوهرش القانه با تمامی اهل خانه‌اش رفت تا قربانی سالیانه و نذر خود را نزد خداوندبگذراند. ۲۱ 21
ଏଉତ୍ତାରେ ଇଲ୍‍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ।
و حنا نرفت زیرا که به شوهر خودگفته بود تا پسر از شیر باز داشته نشود، نمی آیم، آنگاه او را خواهم آورد و به حضور خداوندحاضر شده، آنجا دائم خواهد ماند. ۲۲ 22
ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”
شوهرش القانه وی را گفت: «آنچه در نظرت پسند آید، بکن، تا وقت باز داشتنش از شیر بمان، لیکن خداوند کلام خود را استوار نماید.» پس آن زن ماند و تا وقت بازداشتن پسر خود از شیر، او راشیر می‌داد. ۲۳ 23
ତହୁଁ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।
و چون او را از شیر باز داشته بود، وی را باسه گاو و یک ایفه آرد و یک مشک شراب با خودآورده، به خانه خداوند در شیلوه رسانید و آن پسر کوچک بود. ۲۴ 24
ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।
و گاو را ذبح نمودند، و پسررا نزد عیلی آوردند. ۲۵ 25
ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ।
و حنا گفت: «عرض می‌کنم‌ای آقایم! جانت زنده باد‌ای آقایم! من آن زن هستم که در اینجا نزد تو ایستاده، از خداوندمسئلت نمودم. ۲۶ 26
ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।
برای این پسر مسالت نمودم وخداوند مسالت مرا که از او طلب نموده بودم، به من عطا فرموده است. ۲۷ 27
ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।
و من نیز او را برای خداوند وقف نمودم؛ تمام ایامی که زنده باشدوقف خداوند خواهد بود.» پس در آنجا خداوند را عبادت نمودند. ۲۸ 28
ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।

< اول سموئیل 1 >