< دوم پادشاهان 6 >

و پسران انبیا به الیشع گفتند که «اینک مکانی که در حضور تو در آن ساکنیم، برای ما تنگ است. ۱ 1
ଏକ ସମୟରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ।
پس به اردن برویم و هریک چوبی از آنجا بگیریم و مکانی برای خود در آنجابسازیم تا در آن ساکن باشیم.» او گفت: «بروید.» ۲ 2
ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭେମାନେ ଯର୍ଦ୍ଦନକୁ ଯାଇ ପ୍ରତି ଜଣ ସେଠାରୁ ଏକ ଏକ କଡ଼ିକାଠ ନେଇ ଆପଣାମାନଙ୍କ ବସତି ନିମନ୍ତେ ସେଠାରେ ଏକ ସ୍ଥାନ ନିର୍ମାଣ କରୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେମାନେ ଯାଅ।”
و یکی از ایشان گفت: «مرحمت فرموده، همراه بندگانت بیا.» او جواب داد که «می‌آیم.» ۳ 3
ତହୁଁ ଜଣେ କହିଲା, “ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ମୁଁ ଯିବି।”
پس همراه ایشان روانه شد و چون به اردن رسیدند، چوبها را قطع نمودند. ۴ 4
ତହୁଁ ସେ ସେମାନଙ୍କ ସଙ୍ଗରେ ଗଲେ। ପୁଣି ସେମାନେ ଯର୍ଦ୍ଦନରେ ଉପସ୍ଥିତ ହୁଅନ୍ତେ, କାଠ କାଟିଲେ।
و هنگامی که یکی ازایشان تیر را می‌برید، آهن تبر در آب افتاد و اوفریاد کرده، گفت: «آه‌ای آقایم زیرا که عاریه بود.» ۵ 5
ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ି-ଲୁହା ଜଳରେ ପଡ଼ିଗଲା; ତହିଁରେ ସେ ଡକା ଛାଡ଼ି କହିଲା, “ହାୟ, ମୋʼ ପ୍ରଭୋ! ତାହା ତ ଉଧାରି-ବସ୍ତୁ।”
پس مرد خدا گفت: «کجا افتاد؟» و چون جا را به وی نشان داد، او چوبی بریده، در آنجاانداخت و آهن را روی آب آورد. ۶ 6
ଏଥିରେ ପରମେଶ୍ୱରଙ୍କ ଲୋକ କହିଲେ, “ତାହା କେଉଁ ସ୍ଥାନରେ ପଡ଼ିଲା?” ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ଡେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ।
پس گفت: «برای خود بردار.» پس دست خود را دراز کرده، آن را گرفت. ۷ 7
ଆଉ ଇଲୀଶାୟ କହିଲେ, “ତୁମ୍ଭେ ତାହା ଉଠାଇ ନିଅ।” ତହୁଁ ସେ ହାତ ବଢ଼ାଇ ତାହା ନେଲା।
و پادشاه ارام با اسرائیل جنگ می‌کرد و با بندگان خود مشورت کرده، گفت: «در فلان جااردوی من خواهد بود.» ۸ 8
ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲା, ମାତ୍ର ସେ ଯେତେବେଳେ ଆପଣା ଦାସମାନଙ୍କ ସହିତ ମନ୍ତ୍ରଣା କରି କହେ, “କେବଳ ଏହି ଏହି ସ୍ଥାନରେ ମୋହର ଛାଉଣି ହେବ,”
اما مرد خدا نزد پادشاه اسرائیل فرستاده، گفت: «با حذر باش که از فلان جا گذر نکنی زیرا که ارامیان به آنجا نزول کرده‌اند.» ۹ 9
ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।”
و پادشاه اسرائیل به مکانی که مردخدا او را خبر داد و وی را از آن انذار نمود، فرستاده، خود را از آنجا نه یکبار و نه دو بارمحافظت کرد. ۱۰ 10
ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ସ୍ଥାନ ବିଷୟ ଜଣାଇ ସତର୍କ କରାଇଥାଆନ୍ତି, ଇସ୍ରାଏଲର ରାଜା ସେହି ସ୍ଥାନକୁ ଲୋକ ପଠାନ୍ତି; ଏହିରୂପେ ସେ ଥରେ କି ଦୁଇ ଥର ନୁହେଁ, ବାରମ୍ବାର ସେସ୍ଥାନରେ ଆପଣାକୁ ରକ୍ଷା କଲେ।
و دل پادشاه ارام از این امر مضطرب شد وخادمان خود را خوانده، به ایشان گفت: «آیا مراخبر نمی دهید که کدام از ما به طرف پادشاه اسرائیل است؟» ۱۱ 11
ପୁଣି ଏଥିସକାଶୁ ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, “ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ରାଜାର ସପକ୍ଷ, ଏହା କʼଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ।”
و یکی از خادمانش گفت: «ای آقایم چنین نیست، بلکه الیشع نبی که دراسرائیل است، پادشاه اسرائیل را از سخنی که درخوابگاه خود می‌گویی، مخبر می‌سازد.» ۱۲ 12
ଏଥିରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ କହିଲା, “ନା, ହେ ମୋʼ ପ୍ରଭୋ, ମହାରାଜ, ମାତ୍ର ଆପଣ ନିଜ ଶୟନ ଗୃହରେ ଯାହା ଯାହା କହନ୍ତି, ସେସବୁ କଥା ଇସ୍ରାଏଲର ମଧ୍ୟବର୍ତ୍ତୀ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜାକୁ ଜଣାଏ।”
اوگفت: «بروید و ببینید که او کجاست، تا بفرستم واو را بگیرم.» پس او را خبر دادند که اینک دردوتان است. ۱۳ 13
ତହୁଁ ଅରାମୀୟ ରାଜା କହିଲା, “ଯାଇ ଦେଖ, ଇଲୀଶାୟ କେଉଁଠାରେ ଅଛି, ତହିଁରେ ମୁଁ ଲୋକ ପଠାଇ ତାହାକୁ ଆଣିବି।” ଏଥିଉତ୍ତାରେ ତାହାକୁ ସମ୍ବାଦ ଦିଆଗଲା ଯେ, “ଦେଖନ୍ତୁ, ସେ ଦୋଥନରେ ଅଛି।”
پس سواران و ارابه‌ها و لشکرعظیمی بدانجا فرستاد و ایشان وقت شب آمده، شهر را احاطه نمودند. ۱۴ 14
ଏହେତୁ ସେ ସେସ୍ଥାନକୁ ଅଶ୍ୱଗଣ ଓ ରଥ ଓ ମହାସୈନ୍ୟଦଳ ପଠାଇଲା; ପୁଣି ସେମାନେ ରାତ୍ରିରେ ଆସି ନଗରର ଚତୁର୍ଦ୍ଦିଗ ବେଷ୍ଟନ କଲେ।
و چون خادم مرد خداصبح زود برخاسته، بیرون رفت. اینک لشکری باسواران و ارابه‌ها شهر را احاطه نموده بودند. پس خادمش وی را گفت: «آه‌ای آقایم چه بکنیم؟» ۱۵ 15
ଏଥିରେ ପରମେଶ୍ୱରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାଆନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ୱ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି। ତହୁଁ ତାଙ୍କର ଦାସ ତାଙ୍କୁ କହିଲା, “ହାୟ, ମୋହର ପ୍ରଭୋ! ଆମ୍ଭେମାନେ କଅଣ କରିବା?”
او گفت: «مترس زیرا آنانی که با مایند از آنانی که با ایشانند بیشترند.» ۱۶ 16
ତହିଁରେ ସେ ଉତ୍ତର କଲେ, “ଭୟ କର ନାହିଁ; କାରଣ ସେମାନଙ୍କ ସଙ୍ଗୀଗଣ ଅପେକ୍ଷା ଆମ୍ଭମାନଙ୍କ ସଙ୍ଗୀଗଣ ଅଧିକ।”
و الیشع دعا کرده، گفت: «ای خداوند چشمان او را بگشا تا ببیند.» پس خداوند چشمان خادم را گشود و او دید که اینک کوههای اطراف الیشع از سواران وارابه های آتشین پر است. ۱۷ 17
ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।” ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।
و چون ایشان نزدوی فرود شدند الیشع نزد خداوند دعا کرده، گفت: «تمنا اینکه این گروه را به کوری مبتلاسازی.» پس ایشان را به موجب کلام الیشع به کوری مبتلا ساخت. ۱۸ 18
ଏଥିଉତ୍ତାରେ ସୈନ୍ୟମାନେ ଇଲୀଶାୟଙ୍କ ନିକଟକୁ ଓହ୍ଲାଇ ଆସନ୍ତେ, ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ବିନୟ କରୁଅଛି, ଏହି ଲୋକମାନଙ୍କୁ ଅନ୍ଧତାରେ ଆଘାତ କର।” ଏଥିରେ ସଦାପ୍ରଭୁ ଇଲୀଶାୟଙ୍କର ବାକ୍ୟାନୁସାରେ ସେମାନଙ୍କୁ ଅନ୍ଧତାରେ ଆଘାତ କଲେ।
و الیشع، ایشان را گفت: «راه این نیست و شهر این نیست. از عقب من بیاییدو شما را به کسی‌که می‌طلبید، خواهم رسانید.» پس ایشان را به سامره آورد. ۱۹ 19
ସେତେବେଳେ ଇଲୀଶାୟ ସେମାନଙ୍କୁ କହିଲେ, “ଏ ସେହି ପଥ ନୁହେଁ, କି ଏ ସେହି ନଗର ନୁହେଁ; ମୋʼ ପଛେ ପଛେ ଆସ, ତୁମ୍ଭେମାନେ ଯେଉଁ ଲୋକକୁ ଖୋଜୁଅଛ, ମୁଁ ତାହା ନିକଟକୁ ତୁମ୍ଭମାନଙ୍କୁ ନେଇଯିବି।” ତହୁଁ ଇଲୀଶାୟ ସେମାନଙ୍କୁ ଶମରୀୟାକୁ କଢ଼ାଇ ନେଲେ।
و هنگامی که وارد سامره شدند، الیشع گفت: «ای خداوند چشمان ایشان را بگشا تاببینند.» پس خداوند چشمان ایشان را گشود ودیدند که اینک در سامره هستند. ۲۰ 20
ଏଥିରେ ସେମାନେ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ଇଲୀଶାୟ କହିଲେ, “ହେ ସଦାପ୍ରଭୋ, ଏ ଲୋକମାନେ ଯେପରି ଦେଖି ପାରିବେ, ଏଥିପାଇଁ ସେମାନଙ୍କ ଚକ୍ଷୁ ମୁକ୍ତ କର।” ତହୁଁ ସଦାପ୍ରଭୁ ସେମାନଙ୍କ ଚକ୍ଷୁ ମୁକ୍ତ କରନ୍ତେ, ସେମାନେ ଦେଖିଲେ, ଆଉ ଦେଖ, ସେମାନେ ଶମରୀୟାର ମଧ୍ୟରେ ଅଛନ୍ତି।
آنگاه پادشاه اسرائیل چون ایشان را دید، به الیشع گفت: «ای پدرم آیا بزنم؟ آیا بزنم؟» ۲۱ 21
ତହିଁରେ ଇସ୍ରାଏଲର ରାଜା ସେମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, “ହେ ମୋହର ପିତଃ, ମୁଁ କʼଣ ସେମାନଙ୍କୁ ଆଘାତ କରିବି? ମୁଁ କʼଣ ସେମାନଙ୍କୁ ଆଘାତ କରିବି?”
او گفت: «مزن آیاکسانی را که به شمشیر و کمان خود اسیر کرده‌ای، خواهی زد؟ نان و آب پیش ایشان بگذار تابخورند و بنوشند و نزد آقای خود بروند.» ۲۲ 22
ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କʼଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।”
پس ضیافتی بزرگ برای ایشان برپا کرد و چون خوردند و نوشیدند، ایشان را مرخص کرد که نزدآقای خویش رفتند. و بعد از آن، فوجهای ارام دیگر به زمین اسرائیل نیامدند. ۲۳ 23
ତହିଁରେ ଇସ୍ରାଏଲର ରାଜା ସେମାନଙ୍କ ନିମନ୍ତେ ମହାଭୋଜ ପ୍ରସ୍ତୁତ କଲେ; ପୁଣି ସେମାନେ ଭୋଜନପାନ କଲା ଉତ୍ତାରେ ସେ ସେମାନଙ୍କୁ ବିଦାୟ କଲେ, ତହୁଁ ସେମାନେ ଆପଣାମାନଙ୍କ ପ୍ରଭୁଙ୍କ ନିକଟକୁ ଗଲେ। ଏଉତ୍ତାରେ ଅରାମର ସୈନ୍ୟଦଳ ଆଉ ଇସ୍ରାଏଲର ଦେଶକୁ ଆସିଲେ ନାହିଁ।
و بعد از این، واقع شد که بنهدد، پادشاه ارام، تمام لشکر خود را جمع کرد و برآمده، سامره را محاصره نمود. ۲۴ 24
ଏଥିଉତ୍ତାରେ ଅରାମର ରାଜା ବିନ୍‍ହଦଦ୍‍ ଆପଣାର ସମସ୍ତ ସୈନ୍ୟ ଏକତ୍ର କରି ଯାଇ ଶମରୀୟାକୁ ଅବରୋଧ କଲା।
و قحطی سخت درسامره بود و اینک آن را محاصره نموده بودند، به حدی که سر الاغی به هشتاد پاره نقره و یک ربع قاب جلغوزه، به پنج پاره نقره فروخته می‌شد. ۲۵ 25
ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍‍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।
و چون پادشاه اسرائیل بر باره گذر می‌نمود، زنی نزد وی فریاد برآورده، گفت: «ای آقایم پادشاه، مدد کن.» ۲۶ 26
ଏଥିରେ ଇସ୍ରାଏଲର ରାଜା ପ୍ରାଚୀର ଉପର ଦେଇ ଯିବା ସମୟରେ ଏକ ସ୍ତ୍ରୀ ତାଙ୍କ ପ୍ରତି ଡାକ ପକାଇ କହିଲା, “ହେ ମୋʼ ପ୍ରଭୋ, ମହାରାଜ, ସାହାଯ୍ୟ କରନ୍ତୁ।”
او گفت: «اگر خداوند تو رامدد نکند، من از کجا تو را مدد کنم؟ آیا از خرمن یا از چرخشت؟» ۲۷ 27
ତହିଁରେ ସେ କହିଲେ, “ଯେବେ ସଦାପ୍ରଭୁ ତୁମ୍ଭର ସାହାଯ୍ୟ ନ କରନ୍ତି, ତେବେ ମୁଁ କେଉଁଠାରୁ ତୁମ୍ଭକୁ ସାହାଯ୍ୟ କରିବି? କି ଖଳାରୁ କିଅବା ଦ୍ରାକ୍ଷାଯନ୍ତ୍ରରୁ?”
پس پادشاه او را گفت: «تو راچه شد؟» او عرض کرد: «این زن به من گفت: پسرخود را بده تا امروز او را بخوریم و پسر مرا فردا خواهیم خورد. ۲۸ 28
ଆହୁରି ରାଜା ତାହାକୁ କହିଲେ, “ତୁମ୍ଭର କି ଦୁଃଖ ହୋଇଅଛି?” ତହୁଁ ସେ ଉତ୍ତର ଦେଲା, “ଏହି ସ୍ତ୍ରୀ ମୋତେ କହିଲା, ‘ତୁମ୍ଭ ପୁଅଟିକୁ ଦିଅ, ଆମ୍ଭେମାନେ ତାକୁ ଆଜି ଖାଇବା, ପୁଣି ମୋʼ ପୁଅକୁ କାଲି ଖାଇବା।’”
پس پسر مرا پختیم و خوردیم و روز دیگر وی را گفتم: پسرت را بده تا او رابخوریم اما او پسر خود را پنهان کرد.» ۲۹ 29
ତହୁଁ ଆମ୍ଭେମାନେ ମୋʼ ପୁଅକୁ ସିଦ୍ଧ କରି ଖାଇଲୁ; ପୁଣି ଆରଦିନ ମୁଁ ତାହାକୁ କହିଲି, “ତୁମ୍ଭ ପୁଅକୁ ଦିଅ, ଆମ୍ଭେମାନେ ତାକୁ ଖାଇବା, ମାତ୍ର ସେ ଆପଣା ପୁଅକୁ ଲୁଚାଇଅଛି।”
و چون پادشاه سخن زن را شنید، رخت خود را بدرید واو بر باره می‌گذشت و قوم دیدند که اینک در زیرلباس خود پلاس دربر داشت. ۳۰ 30
ସେହି ସ୍ତ୍ରୀର ଏ କଥା ଶୁଣି ରାଜା ଆପଣା ବସ୍ତ୍ର ଚିରିଲେ; ସେତେବେଳେ ସେ ପ୍ରାଚୀର ଉପରେ ଯାଉଥିଲେ; ଆଉ ଲୋକମାନେ ଅନାଇ ଦେଖିଲେ ଯେ, ସେ ବସ୍ତ୍ର ତଳେ ଦେହରେ ଅଖା ପିନ୍ଧିଅଛନ୍ତି।
و گفت: «خدا به من مثل این بلکه زیاده از این بکند اگر سر الیشع بن شافاط امروز بر تنش بماند.» ۳۱ 31
ତେବେ ସେ କହିଲେ, “ଯେବେ ଆଜି ଶାଫଟ୍‍ର ପୁତ୍ର ଇଲୀଶାୟର ମସ୍ତକ ତାହା ଦେହରେ ରହେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
و الیشع در خانه خود نشسته بود و مشایخ، همراهش نشسته بودندو پادشاه، کسی را از نزد خود فرستاد و قبل ازرسیدن قاصد نزد وی، الیشع به مشایخ گفت: «آیامی بینید که این پسر قاتل فرستاده است تا سر مرااز تن جدا کند؟ متوجه باشید وقتی که قاصدبرسد، در را ببندید و او را از در برانید، آیا صدای پایهای آقایش در عقبش نیست.» ۳۲ 32
ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କʼଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କʼଣ ତାହାର ପଛରେ ନାହିଁ?”
و چون اوهنوز به ایشان سخن می‌گفت، اینک قاصد نزد وی رسید و او گفت: «اینک این بلا از جانب خداونداست، چرا دیگر برای خداوند انتظار بکشم.» ۳۳ 33
ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?”

< دوم پادشاهان 6 >