< تثنیه 21 >

اگر در زمینی که یهوه، خدایت، برای تصرفش به تو می‌دهد مقتولی درصحرا افتاده، پیدا شود و معلوم نباشد که قاتل اوکیست، ۱ 1
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ତହିଁ ମଧ୍ୟରେ ଯଦି କ୍ଷେତ୍ରରେ ପତିତ କୌଣସି ହତ ଲୋକ ଦେଖାଯାଏ, ମାତ୍ର ତାହାକୁ କିଏ ବଧ କରିଅଛି, ତାହା ଜଣା ନ ଯାଏ,
آنگاه مشایخ و داوران تو بیرون آمده، مسافت شهرهایی را که در اطراف مقتول است، بپیمایند. ۲ 2
ତେବେ ତୁମ୍ଭର ପ୍ରାଚୀନବର୍ଗ ଓ ବିଚାରକର୍ତ୍ତାମାନେ ବାହାରେ ଯାଇ ସେହି ହତ ଲୋକର ଚତୁପାର୍ଶ୍ୱସ୍ଥ କେଉଁ ନଗର କେତେ ଦୂର, ତାହା ମାପିବେ।
و اما شهری که نزدیک تر به مقتول است، مشایخ آن شهر گوساله رمه را که با آن خیش نزده، و یوغ به آن نبسته‌اند، بگیرند. ۳ 3
ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ୱାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ।
ومشایخ آن شهر آن گوساله را در وادی‌ای که آب در آن همیشه جاری باشد و در آن خیش نزده، وشخم نکرده باشند، فرود آورند، و آنجا در وادی، گردن گوساله را بشکنند. ۴ 4
ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକୁ ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକୁ ଆଣି ସେଠାରେ ତାହାର ବେକ ଭାଙ୍ଗିବେ।
و بنی لاوی کهنه نزدیک بیایند، چونکه یهوه خدایت ایشان رابرگزیده است تا او را خدمت نمایند، و به نام خداوند برکت دهند، و برحسب قول ایشان هرمنازعه و هر آزاری فیصل پذیرد. ۵ 5
ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଓ ଆଘାତର ବିଚାର ହେବ।
و جمیع مشایخ آن شهری که نزدیک تر به مقتول است، دستهای خود را بر گوساله‌ای که گردنش در وادی شکسته شده است، بشویند. ۶ 6
ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ।
و جواب داده، بگویند: «دستهای ما این خون را نریخته، وچشمان ما ندیده است. ۷ 7
ଆଉ ସେମାନେ ଉତ୍ତର ଦେଇ କହିବେ, “ଆମ୍ଭମାନଙ୍କ ହସ୍ତ ଏହି ରକ୍ତପାତ କରି ନାହିଁ, କିଅବା ଆମ୍ଭମାନଙ୍କ ଚକ୍ଷୁ ଏହା ଦେଖି ନାହିଁ।
‌ای خداوند قوم خوداسرائیل را که فدیه داده‌ای بیامرز، و مگذار که خون بی‌گناه در میان قوم تو اسرائیل بماند.» پس خون برای ایشان عفو خواهد شد. ۸ 8
ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ।” ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ;
پس خون بی‌گناه را از میان خود رفع کرده‌ای هنگامی که آنچه در نظر خداوند راست است به عمل آورده‌ای. ۹ 9
ଏହିରୂପେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ଆପଣା ମଧ୍ୟରୁ ନିରପରାଧର ରକ୍ତପାତ-ଦୋଷ ଦୂର କରିବ।
چون بیرون روی تا با دشمنان خود جنگ کنی، و یهوه خدایت ایشان را به‌دستت تسلیم نماید و ایشان را اسیر کنی، ۱۰ 10
ତୁମ୍ଭେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗମନ କଲେ, ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେ ସେମାନଙ୍କୁ ବନ୍ଦୀ କରି ଘେନିଯାଅ;
و در میان اسیران زن خوب صورتی دیده، عاشق او بشوی وبخواهی او را به زنی خود بگیری، ۱۱ 11
ପୁଣି ସେହି ବନ୍ଦୀମାନଙ୍କ ମଧ୍ୟରେ କୌଣସି ସୁନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ରେମାସକ୍ତ ହେଲେ, ଯେବେ ତୁମ୍ଭେ ତାହାକୁ ବିବାହ କରିବାକୁ ଇଚ୍ଛା କର,
پس او را به خانه خود ببر و او سر خود را بتراشد و ناخن خودرا بگیرد. ۱۲ 12
ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ଡନ କରି ନଖ କାଟିବ;
و رخت اسیری خود را بیرون کرده، در خانه تو بماند، و برای پدر و مادر خود یک ماه ماتم گیرد، و بعد از آن به او درآمده، شوهر او بشوو او زن تو خواهد بود. ۱۳ 13
ଆଉ ସେ ଆପଣା ବନ୍ଦୀତ୍ୱାବସ୍ଥାର ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ରହିବ, ଆପଣା ପିତା ଓ ଆପଣା ମାତା ନିମନ୍ତେ ପୂର୍ଣ୍ଣ ଏକ ମାସ ବିଳାପ କରିବ। ତହିଁ ଉତ୍ତାରେ ତୁମ୍ଭେ ତାହାର ସହବାସ କରିବ ଓ ତାହାର ସ୍ୱାମୀ ହେବ, ଆଉ ସେ ତୁମ୍ଭର ଭାର୍ଯ୍ୟା ହେବ।
و اگر از وی راضی نباشی او را به خواهش دلش رها کن، لیکن او را به نقره هرگز مفروش و به او سختی مکن چونکه اورا ذلیل کرده‌ای. ۱۴ 14
ଯେବେ ତାହା ଉପରେ ତୁମ୍ଭର ସନ୍ତୋଷ ନ ହୁଏ, ତେବେ ତାହାର ଇଚ୍ଛାନୁସାରେ ତାହାକୁ ଯିବାକୁ ଦେବ; ମାତ୍ର ତୁମ୍ଭେ ଟଙ୍କା ନେଇ କୌଣସି ପ୍ରକାରେ ତାହାକୁ ବିକିବ ନାହିଁ, ତୁମ୍ଭେ ତାହା ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ, କାରଣ ତୁମ୍ଭେ ତାହାର ସହବାସ କରିଅଛ।
و اگر مردی را دو زن باشد یکی محبوبه ویکی مکروهه، و محبوبه و مکروهه هر دو برایش پسران بزایند، و پسر مکروهه نخست زاده باشد، ۱۵ 15
ଯେବେ କୌଣସି ପୁରୁଷର ଦୁଇ ଭାର୍ଯ୍ୟା ଥାଏ, ଜଣେ ପ୍ରିୟା ଓ ଜଣେ ଅପ୍ରିୟା, ପୁଣି ପ୍ରିୟା ଓ ଅପ୍ରିୟା ଦୁହେଁ ତାହାର ଔରସରେ ସନ୍ତାନ ପ୍ରସବ କରନ୍ତି; ମାତ୍ର ପ୍ରଥମଜାତ ପୁତ୍ର ଅପ୍ରିୟାର ସନ୍ତାନ ହୁଏ;
پس در روزی که اموال خود را به پسران خویش تقسیم نماید، نمی تواند پسر محبوبه را برپسر مکروهه که نخست زاده است، حق نخست زادگی دهد. ۱۶ 16
ତେବେ ସେ ଆପଣା ପୁତ୍ରମାନଙ୍କୁ ସର୍ବସ୍ୱର ଅଧିକାର ଦେବା ସମୟରେ ଅପ୍ରିୟାଜାତ ଜ୍ୟେଷ୍ଠ ପୁତ୍ର ଥାଉ ଥାଉ ସେ ପ୍ରିୟାଜାତ ପୁତ୍ରକୁ ଜ୍ୟେଷ୍ଠାଧିକାର ଦେଇ ପାରିବ ନାହିଁ।
بلکه حصه‌ای مضاعف ازجمیع اموال خود را به پسر مکروهه داده، او رانخست زاده خویش اقرار نماید، زیرا که او ابتدای قوت اوست و حق نخست زادگی از آن اومی باشد. ۱۷ 17
ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ୱୀକାର କରି ଆପଣା ସର୍ବସ୍ୱରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ ଜ୍ୟେଷ୍ଠାଧିକାର ତାହାରି ଅଟେ।
اگر کسی را پسری سرکش و فتنه انگیزباشد، که سخن پدر و سخن مادر خود را گوش ندهد، و هر‌چند او را تادیب نمایند ایشان رانشنود، ۱۸ 18
ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ;
پدر و مادرش او را گرفته، نزد مشایخ شهرش به دروازه محله‌اش بیاورند. ۱۹ 19
ତେବେ ତାହାର ପିତା ଓ ମାତା ତାହାକୁ ଧରି ତାହାର ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ତାହାର ନଗର-ଦ୍ୱାରକୁ ନେଇଯିବେ;
و به مشایخ شهرش گویند: «این پسر ما سرکش وفتنه انگیز است، سخن ما را نمی شنود و مسرف ومیگسار است.» ۲۰ 20
ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, “ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।”
پس جمیع اهل شهرش او را به سنگ سنگسار کنند تا بمیرد، پس بدی را از میان خود دور کرده‌ای و تمامی اسرائیل چون بشنوند، خواهند ترسید. ۲۱ 21
ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।
و اگر کسی گناهی را که مستلزم موت است، کرده باشد و کشته شود، و او را به دارکشیده باشی، ۲۲ 22
ଆଉ କୌଣସି ମନୁଷ୍ୟ ମୃତ୍ୟୁୁଯୋଗ୍ୟ ପାପ କଲେ, ଯେବେ ତାହାର ପ୍ରାଣଦଣ୍ଡ ହୁଏ ଓ ତୁମ୍ଭେ ତାହାକୁ ବୃକ୍ଷରେ ଟଙ୍ଗାଇ ଦିଅ।
بدنش در شب بر دار نماند. او راالبته در همان روز دفن کن، زیرا آنکه بر دارآویخته شود ملعون خدا است تا زمینی را که یهوه، خدایت، تو را به ملکیت می‌دهد، نجس نسازی. ۲۳ 23
ତେବେ ତାହାର ଶବ ରାତ୍ରିସାରା ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହି ଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ୱରଙ୍କ ଅଭିଶାପ ପାତ୍ର ଅଟେ। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ।

< تثنیه 21 >