< تثنیه 9 >

ای اسرائیل بشنو. تو امروز از اردن عبورمی کنی، تا داخل شده، قومهایی را که از تو عظیم تر و قوی تراند، و شهرهای بزرگ را که تا به فلک حصاردار است، به تصرف آوری، ۱ 1
ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;
یعنی قوم عظیم و بلند قد بنی عناق را که می‌شناسی وشنیده‌ای که گفته‌اند کیست که یارای مقاومت بابنی عناق داشته باشد. ۲ 2
ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”
پس امروز بدان که یهوه، خدایت، اوست که پیش روی تو مثل آتش سوزنده عبور می‌کند، و او ایشان را هلاک خواهدکرد، و پیش روی تو ذلیل خواهد ساخت، پس ایشان را اخراج نموده، بزودی هلاک خواهی نمود، چنانکه خداوند به تو گفته است. ۳ 3
ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।
پس چون یهوه، خدایت، ایشان را از حضورتو اخراج نماید، در دل خود فکر مکن و مگو که به‌سبب عدالت من، خداوند مرا به این زمین درآوردتا آن را به تصرف آورم، بلکه به‌سبب شرارت این امتها، خداوند ایشان را از حضور تو اخراج می‌نماید. ۴ 4
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, “ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି;” ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
نه به‌سبب عدالت خود و نه به‌سبب راستی دل خویش داخل زمین ایشان برای تصرفش می‌شوی، بلکه به‌سبب شرارت این امتها، یهوه، خدایت، ایشان را از حضور تو اخراج می‌نماید، و تا آنکه کلامی را که خداوند برای پدرانت، ابراهیم و اسحاق و یعقوب، قسم خورده بود، استوار نماید. ۵ 5
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
پس بدان که یهوه، خدایت، این زمین نیکو رابه‌سبب عدالت تو به تو نمی دهد تا در آن تصرف نمایی، زیرا که قومی گردن کش هستی. ۶ 6
ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ।
پس بیادآور و فراموش مکن که چگونه خشم یهوه خدای خود را در بیابان جنبش دادی و از روزی که از زمین مصر بیرون آمدی تا به اینجا رسیدی به خداوند عاصی می‌شدید. ۷ 7
ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।
و در حوریب خشم خداوند را جنبش دادید، و خداوند بر شما غضبناک شد تا شما راهلاک نماید. ۸ 8
ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।
هنگامی که من به کوه برآمدم تالوحهای سنگ یعنی لوحهای عهدی را که خداوند با شما بست، بگیرم، آنگاه چهل روز وچهل شب در کوه ماندم؛ نه نان خوردم و نه آب نوشیدم. ۹ 9
ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍‍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,
و خداوند دو لوح سنگ مکتوب شده به انگشت خدا را به من داد و بر آنها موافق تمامی سخنانی که خداوند در کوه از میان آتش در روزاجتماع به شما گفته بود، نوشته شد. ۱۰ 10
ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖାଯାଇଥିଲା।
و واقع شدبعد از انقضای چهل روز و چهل شب که خداونداین دو لوح سنگ یعنی لوحهای عهد را به من داد، ۱۱ 11
ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତର ଫଳକ, ଅର୍ଥାତ୍‍, ନିୟମର ଫଳକ ମୋତେ ଦେଲେ।
و خداوند مرا گفت: «برخاسته، از اینجا به زودی فرود شو زیرا قوم تو که از مصر بیرون آوردی فاسد شده‌اند، و از طریقی که ایشان را امرفرمودم به زودی انحراف ورزیده، بتی ریخته شده برای خود ساختند.» ۱۲ 12
ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”
و خداوند مراخطاب کرده، گفت: «این قوم را دیدم و اینک قوم گردن کش هستند. ۱۳ 13
ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।
مرا واگذار تا ایشان را هلاک سازم و نام ایشان را از زیر آسمان محو کنم و از توقومی قوی تر و کثیرتر از ایشان بوجود آورم.» ۱۴ 14
ଆମ୍ଭଙ୍କୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।”
پس برگشته، از کوه فرود آمدم و کوه به آتش می‌سوخت و دو لوح عهد در دو دست من بود. ۱۵ 15
ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜ୍ୱଳୁଥିଲା; ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳକ ମୋହର ଦୁଇ ହସ୍ତରେ ଥିଲା।
و نگاه کرده، دیدم که به یهوه خدای خودگناه ورزیده، گوساله‌ای ریخته شده برای خودساخته و از طریقی که خداوند به شما امر فرموده بود، به زودی برگشته بودید. ۱۶ 16
ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ।
پس دو لوح راگرفتم و آنها را از دو دست خود انداخته، در نظرشما شکستم. ۱۷ 17
ଏଥିରେ ମୁଁ ସେହି ଦୁଇ ପ୍ରସ୍ତର ଫଳକ ଧରି ଆପଣା ଦୁଇ ହସ୍ତରୁ ଫିଙ୍ଗି ଦେଲି ଓ ତୁମ୍ଭମାନଙ୍କ ସାକ୍ଷାତରେ ତାହା ଭାଙ୍ଗିଲି।
و مثل دفعه اول، چهل روز وچهل شب به حضور خداوند به روی درافتادم؛ نه نان خوردم و نه آب نوشیدم، به‌سبب همه گناهان شما که کرده و کار ناشایسته که در نظر خداوندعمل نموده، خشم او را به هیجان آوردید. ۱۸ 18
ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।
زیرا که از غضب و حدت خشمی که خداوندبر شما نموده بود تا شما را هلاک سازد، می‌ترسیدم، و خداوند آن مرتبه نیز مرا اجابت نمود. ۱۹ 19
କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋʼ ପ୍ରତି କର୍ଣ୍ଣପାତ କଲେ।
و خداوند بر هارون بسیا غضبناک شده بود تا او را هلاک سازد، و برای هارون نیز در آن وقت دعا کردم. ۲۰ 20
ଆଉ ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ; ମୁଁ ସେସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।
و اما گناه شما یعنی گوساله‌ای را که ساخته بودید، گرفتم و آن را به آتش سوزانیدم و آن را خرد کرده، نیکو ساییدم تا مثل غبار نرم شد، و غبارش را به نهری که از کوه جاری بود، پاشیدم. ۲۱ 21
ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ୱରୂପ, ଅର୍ଥାତ୍‍, ସେହି ଯେଉଁ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତ ନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।
و در تبعیره و مسا و کبروت هتاوه خشم خداوند را به هیجان آوردید. ۲۲ 22
ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍‍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।
و وقتی که خداوند شما را از قادش برنیع فرستاده، گفت: بروید و در زمینی که به شما داده‌ام تصرف نمایید، از قول یهوه خدای خود عاصی شدید و به اوایمان نیاورده، آواز او را نشنیدید. ۲۳ 23
ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”
از روزی که شما را شناخته‌ام به خداوند عصیان ورزیده‌اید. ۲۴ 24
ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।
پس به حضور خداوند به روی درافتادم درآن چهل روز و چهل شب که افتاده بودم، از این جهت که خداوند گفته بود که شما را هلاک سازد. ۲۵ 25
ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।
و نزد خداوند استدعا نموده، گفتم: «ای خداوند یهوه، قوم خود و میراث خود را که به عظمت خود فدیه دادی و به‌دست قوی از مصربیرون آوردی، هلاک مساز. ۲۶ 26
ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।
بندگان خودابراهیم و اسحاق و یعقوب را بیاد آور، و برسخت دلی این قوم و شرارت و گناه ایشان نظر منما. ۲۷ 27
ଅବ୍ରହାମ, ଇସ୍‌ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ।
مبادا اهل زمینی که ما را از آن بیرون آوردی، بگویند چونکه خداوند نتوانست ایشان را به زمینی که به ایشان وعده داده بود درآورد، وچونکه ایشان را دشمن می‌داشت، از این جهت ایشان را بیرون آورد تا در بیابان هلاک سازد. ۲۸ 28
କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ‘ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।’
لیکن ایشان قوم تو و میراث تو هستند که به قوت عظیم خود و به بازوی افراشته خویش بیرون آوردی.» ۲۹ 29
ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ।”

< تثنیه 9 >