< حزقیال 35 >
و کلام خداوند بر من نازل شده، گفت: | ۱ 1 |
ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
«ای پسر انسان نظر خود را بر کوه سعیر بدار و به ضد آن نبوت نما! | ۲ 2 |
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ତାହାକୁ କୁହ,
و آن را بگوخداوند یهوه چنین میفرماید: اینکای کوه سعیر من به ضد تو هستم. و دست خود را بر تودراز کرده، تو را ویران و محل دهشت خواهم ساخت. | ۳ 3 |
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।
شهرهایت را خراب خواهم نمود تاویران شده، بدانی که من یهوه هستم. | ۴ 4 |
ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ୱଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
چونکه عداوت دائمی داشتی و بنیاسرائیل را در زمان مصیبت ایشان و هنگام عقوبت آخر به دم شمشیرتسلیم نمودی، | ۵ 5 |
ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ୍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;
لهذا خداوند یهوه چنین می گوید: به حیات خودم قسم که تو را به خون تسلیم خواهم نمود که خون تو را تعاقب نماید. چون از خون نفرت نداشتی، خون تو را تعاقب خواهد نمود. | ۶ 6 |
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବା ଓ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ; ତୁମ୍ଭେ ରକ୍ତ ଘୃଣା କରି ନାହଁ, ଏଥିପାଇଁ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ।
و کوه سعیر را محل دهشت وویران ساخته، روندگان و آیندگان را از آن منقطع خواهم ساخت. | ۷ 7 |
ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ଶୂନ୍ୟ ଓ ଧ୍ୱଂସର ସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା।
و کوههایش را از کشتگانش مملو میکنم که مقتولان شمشیر بر تلها و درهها وهمه وادیهای تو بیفتند. | ۸ 8 |
ପୁଣି, ଆମ୍ଭେ ତାହାର ହତ ଲୋକରେ ତାହାର ପର୍ବତଗଣକୁ ପୂର୍ଣ୍ଣ କରିବା; ତୁମ୍ଭର ଉପପର୍ବତରେ ଓ ଉପତ୍ୟକାରେ ଓ ଜଳପ୍ରବାହ ସ୍ଥାନରେ ଖଡ୍ଗ ଦ୍ୱାରା ହତ ଲୋକମାନେ ପତିତ ହେବେ।
و تو را خرابه های دائمی میسازم که شهرهایت دیگر مسکون نشودو بدانید که من یهوه هستم. | ۹ 9 |
ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ୱଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
چونکه گفتی این دوامت و این دو زمین از آن من میشود و آن را به تصرف خواهیم آورد با آنکه یهوه در آنجا است.» | ۱۰ 10 |
ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, ‘ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋʼ ର ହେବ’ ଓ ଆମ୍ଭେମାନେ ତାହା ଅଧିକାର କରିବା,
بنابراین خداوند یهوه چنین میگوید: «به حیات خودم قسم که موافق خشم و حسدی که به ایشان نمودی، از کینهای که با ایشان داشتی با توعمل خواهم نمود. و چون بر تو داوری کرده باشم، خویشتن را بر تو در میان ایشان معروف خواهم گردانید. | ۱۱ 11 |
ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ସକାଶୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ଓ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଓ ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା।
و خواهی دانست که من یهوه تمامی سخنان کفرآمیز را که به ضد کوههای اسرائیل گفتهای، شنیدهام. چونکه گفتی: خراب گردید و برای خوراک ما داده شد. | ۱۲ 12 |
ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍, ‘ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।’
و شما به دهان خود به ضد من تکبر نموده، سخنان خویش را بر من افزودید و من آنها را شنیدم. | ۱۳ 13 |
ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।
خداوندیهوه چنین میگوید: حینی که تمامی جهان شادی کنند من تو را ویران خواهم ساخت. | ۱۴ 14 |
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।
وچنانکه بر میراث خاندان اسرائیل حینی که ویران شد شادی نمودی، همچنان با تو عمل خواهم نمود. و توای کوه سعیر و تمام ادوم جمیع ویران خواهید شد. پس خواهند دانست که من یهوه هستم.» | ۱۵ 15 |
ଇସ୍ରାଏଲ ବଂଶର ଅଧିକାର ଧ୍ୱଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ୱଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ।”