< مرقس 3 >

و باز به کنیسه درآمده، در آنجا مرد دست خشکی بود. ۱ 1
ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା।
و مراقب وی بودند که شاید او را در سبت شفا دهد تا مدعی او گردند. ۲ 2
ଆଉ, ସେ ତାହାକୁ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିପାରନ୍ତି।
پس بدان مرد دست خشک گفت: «در میان بایست!» ۳ 3
ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, “ଆସ, ମଝିରେ ଠିଆ ହୁଅ।”
و بدیشان گفت: «آیا در روز سبت کدام جایز است؟ نیکویی‌کردن یا بدی؟ جان رانجات دادن یا هلاک کردن؟» ایشان خاموش ماندند. ۴ 4
ପୁଣି, ଯୀଶୁ ସେମାନଙ୍କୁ କହିଲେ, “ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ।
پس چشمان خود را بر ایشان باغضب گردانیده، زیرا که از سنگدلی ایشان محزون بود، به آن مرد گفت: «دست خود رادراز کن!» پس دراز کرده، دستش صحیح گشت. ۵ 5
ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।
در ساعت فریسیان بیرون رفته، با هیرودیان درباره او شورا نمودند که چطور او را هلاک کنند. ۶ 6
ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ।
و عیسی با شاگردانش به سوی دریا آمد وگروهی بسیار از جلیل به عقب او روانه شدند، ۷ 7
ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍‌ଗମନ କଲେ; ଆଉ ଯିହୂଦିୟା ପ୍ରଦେଶ,
واز یهودیه و از اورشلیم و ادومیه و آن طرف اردن و از حوالی صور و صیدون نیز جمعی کثیر، چون اعمال او را شنیدند، نزد وی آمدند. ۸ 8
ଯିରୂଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନ ସହରର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ।
و به شاگردان خود فرمود تا زورقی به‌سبب جمعیت، بجهت او نگاه دارند تا بر وی ازدحام ننمایند، ۹ 9
ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନୌକା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;
زیرا که بسیاری را صحت می‌داد، بقسمی که هر‌که صاحب دردی بود بر او هجوم می‌آورد تااو را لمس نماید. ۱۰ 10
କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
و ارواح پلید چون او رادیدند، پیش او به روی در‌افتادند و فریادکنان می‌گفتند که «تو پسر خدا هستی.» ۱۱ 11
ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ବରଙ୍କ ପୁତ୍ର।
و ایشان را به تاکید بسیار فرمود که او را شهرت ندهند. ۱۲ 12
ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ।
پس بر فراز کوهی برآمده، هر‌که راخواست به نزد خود طلبید و ایشان نزد او آمدند. ۱۳ 13
ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ।
و دوازده نفر را مقرر فرمود تا همراه او باشند وتا ایشان را بجهت وعظ نمودن بفرستد، ۱۴ 14
ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,
وایشان را قدرت باشد که مریضان را شفا دهند ودیوها را بیرون کنند. ۱۵ 15
ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ।
و شمعون را پطرس نام نهاد. ۱۶ 16
ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ।
و یعقوب پسر زبدی و یوحنا برادریعقوب؛ این هر دو را بوانرجس یعنی پسران رعد نام گذارد. ۱۷ 17
ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍‍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;
و اندریاس و فیلپس و برتولما و متی و توما و یعقوب بن حلفی و تدی وشمعون قانوی، ۱۸ 18
ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ,
و یهودای اسخریوطی که او راتسلیم کرد. ۱۹ 19
ପୁଣି, ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
و چون به خانه درآمدند، باز جمعی فراهم آمدند بطوری که ایشان فرصت نان خوردن هم نکردند. ۲۰ 20
ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରିପାରିଲେ ନାହିଁ।
و خویشان او چون شنیدند، بیرون آمدند تا او را بردارند زیرا گفتند بی‌خود شده است. ۲۱ 21
ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି।
و کاتبانی که از اورشلیم آمده بودند، گفتند که بعلزبول دارد و به یاری رئیس دیوها، دیوها را اخراج می‌کند. ۲۲ 22
ଆଉ, ଯିରୂଶାଲମ ସହରରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍‌ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ।
پس ایشان را پیش طلبیده، مثلها زده، بدیشان گفت: «چطور می‌تواندشیطان، شیطان را بیرون کند؟ ۲۳ 23
ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, “ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?
و اگر مملکتی برخلاف خود منقسم شود، آن مملکت نتواندپایدار بماند. ۲۴ 24
ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ।
و هرگاه خانه‌ای به ضد خویش منقسم شد، آن خانه نمی تواند استقامت داشته باشد. ۲۵ 25
ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ।
و اگر شیطان با نفس خود مقاومت نمایدو منقسم شود، او نمی تواند قائم ماند بلکه هلاک می‌گردد. ۲۶ 26
ସେହି ପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି।
و هیچ‌کس نمی تواند به خانه مردزورآور درآمده، اسباب او را غارت نماید، جزآنکه اول آن زورآور را ببندد و بعد از آن خانه اورا تاراج می‌کند. ۲۷ 27
ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରିପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ।
هرآینه به شما می‌گویم که همه گناهان از بنی آدم آمرزیده می‌شود و هر قسم کفر که گفته باشند، ۲۸ 28
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଲୋକମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ବର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ;
لیکن هر‌که به روح‌القدس کفر گوید، تا به ابد آمرزیده نشود بلکه مستحق عذاب جاودانی بود.» (aiōn g165, aiōnios g166) ۲۹ 29
କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ। (aiōn g165, aiōnios g166)
زیرا که می‌گفتند روحی پلید دارد. ۳۰ 30
ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ।”
پس برادران و مادر او آمدند و بیرون ایستاده، فرستادند تا او را طلب کنند. ۳۱ 31
ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ ପଠାଇଲେ।
آنگاه جماعت گرد او نشسته بودند و به وی گفتند: «اینک مادرت و برادرانت بیرون تو را می‌طلبند.» ۳۲ 32
ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି।
در جواب ایشان گفت: «کیست مادر من وبرادرانم کیانند؟» ۳۳ 33
ସେ ସେମାନଙ୍କୁ ଉତ୍ତର ଦେଲେ, “ମୋହର ମାଆ ଓ ଭାଇମାନେ କିଏ?”
پس بر آنانی که گرد وی نشسته بودند، نظر افکنده، گفت: «اینانند مادر وبرادرانم، ۳۴ 34
ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ।
زیرا هر‌که اراده خدا را به‌جا آردهمان برادر و خواهر و مادر من باشد.» ۳۵ 35
ଯେ କେହି ଈଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।”

< مرقس 3 >