< Joela 1 >

1 Słowo Pańskie, które się stało do Joela syna Patuelowego.
ପଥୂୟେଲଙ୍କ ପୁତ୍ର ଯୋୟେଲଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
2 Słuchajcie tego starcy, a bierzcie w uszy wszyscy obywatele tej ziemi! Izali się to stało za dni waszych, albo za dni ojców waszych?
ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି?
3 Powiadajcie o tem synom waszym, a synowie wasi synom swoim, a synowie ich rodzajowi potomnemu.
ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ।
4 Co zostało po gąsienicach, pojadła szarańcza, a co zostało po szarańczy, pojadł chrząszcz, a co zostało po chrząszczu, pojadł czerw.
ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।
5 Ocućcie się pijani a płaczcie, i narzekajcie wszyscy, którzy pijecie wino, dla moszczu; bo wydarty jest od ust waszych.
ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।
6 Albowiem naród przyciągnął do ziemi mojej mocny a niezliczony; zęby jego zęby lwie, a trzonowe zęby jako lwa srogiego.
ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ ଓ ତାହାର କଳଦନ୍ତ ଏକ ବୃହତ ସିଂହର କଳଦନ୍ତ ତୁଲ୍ୟ।
7 Winną macicę moję podał na spustoszenie, a figowe drzewo moje na obłupienie; w szcząt je obnażył i porzucił, tak, że zbielały gałęzie ich.
ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମ୍ବିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି।
8 Narzekaj, jako panna przepasana worem nad mężem młodości swojej.
ଯୌବନକାଳୀନ ସ୍ୱାମୀ ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।
9 Odjęta jest śniedna i mokra ofiara od domu Pańskiego; płaczą kapłani, słudzy Pańscy.
ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।
10 Spustoszone jest pole, i smuci się ziemia, przeto, że popsowano zboże; wysechł moszcz, oliwa zginęła.
କ୍ଷେତ୍ର ଉଜାଡ଼ ହୋଇଅଛି, ଭୂମି ଶୋକ କରୁଅଛି; କାରଣ ଶସ୍ୟ ଉଜାଡ଼ ହୋଇଅଛି, ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି।
11 Wstydzą się oracze, narzekają winiarze dla pszenicy i dla jęczmienia; bo zginęło żniwo polne.
ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି।
12 Winna macica uschła, a figowe drzewo uwiędło; drzewo granatowe i palma, i jabłoń, i wszystkie drzewa polne poschły, i wesele zginęło od synów ludzkich.
ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରିବୃକ୍ଷ ମ୍ଳାନ ହେଉଅଛି; ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜ୍ଜୁର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି।
13 Przepaszcie się, a płaczcie, o kapłani! narzekajcie słudzy ołtarza; wnijdźcie a legajcie w nocy w worach, słudzy Boga mojego! bo zawściągniona jest od domu Boga waszego ofiara śniedna i ofiara mokra.
ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି।
14 Poświęćcie post, zwołajcie zgromadzenia, zbierzcie starców i wszystkich obywateli ziemi do domu Pana, Boga waszego, i wołajcie do Pana:
ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣଙ୍କୁ ଓ ଦେଶ ନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।
15 Ach biada na ten dzień! bo bliski jest dzień Pański, a przychodzi jako spustoszenie od Wszechmocnego.
ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।
16 Izali przed oczyma naszemi nie zginęła żywność, a z domu Boga naszego radość i wesele?
ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ?
17 Pogniły ziarna pod skibami swemi, spustoszone są gumna, zburzone są szpichlerze; bo wyschło zboże.
ବିହନସବୁ ଟେଳା ତଳେ ପଚି ଯାଉଅଛି; ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; କାରଣ ଶସ୍ୟ ଶୁଷ୍କ ହୋଇଅଛି।
18 Czemu wzdycha bydło? Błąkają się stada wołów, że nie mają pastwisk, nawet i trzody owiec wyginęły.
ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ଦଣ୍ଡ ପାଉଅଛନ୍ତି।
19 Do ciebie wołam, o Panie! bo ogień pożarł pastwiska na puszczy a płomień popalił wszystkie drzewa polne;
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି।
20 Także i zwierzęta polne ryczą do ciebie, przeto, że wyschły strumienie wód, a ogień pożarł pastwiska na puszczy.
ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି; ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି।

< Joela 1 >